-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ

28-Jun-2025



ରାୟପୁର(ପ୍ରେରଣା ଖବର): ଏଠାକାର ଗାୟତ୍ରୀ ନଗରସ୍ଥିତ ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ମନ୍ଦିରରେ ବଢି ଭୋରରୁ  ବିଶେଷ ଅଭିଷେକ, ପୂଜାର୍ଚ୍ଚନା ଏବଂ ହୋମ ଯଜ୍ଞ ଆଦି କରାଯିବା ପରେ ଦିଅଁମାନଙ୍କୁ ରକ୍ତ ଚନ୍ଦନ, କେଶର, ଗୋଚରଣ, କସ୍ତୁରୀ ଏବଂ କର୍ପୁର ଦ୍ୱାରା ସ୍ନାନ କରାଯାଇ ଗଜାମୁଗ ଭୋଗ ଅର୍ପଣ କରାଯାଇଥିଲା।ଚଳିତ ବର୍ଷ ଏଠାରେ ରାୟପୁର ଓ ଏହାର ଆଖପାଖ ଇଲାକାରୁ ଆସିଥିବା ଲକ୍ଷାଧିକ ଓଡ଼ିଆ ଓ ଅଣ ଓଡ଼ିଆ ଭକ୍ତମାନଙ୍କର ସମାଗମ ଘଟିଥିବା ଦେଖାଯାଇଥିଲା। ଭକ୍ତ ଓ ଭଗବାନଙ୍କର ମହାମିଳନର ଏହି

ମହାନ ପର୍ବକୁ କେନ୍ଦ୍ରକରି ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ  ଭରି ଯାଇଥିଲା l ଦିନ ୧୧ ଟା୪୫ ମିନିଟ ସମୟରେ ମନ୍ଦିର ସାମନାର ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଙ୍ଗାରଙ୍ଗ ରଥ ଉପରକୁ ଠାକୁର ମାନଙ୍କର ପହଣ୍ଡି ବିଜେ ଆରମ୍ଭ କରାଯାଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର ,ପରେ ପରେ ଦେବୀ ଶୁଭଦ୍ରା ଓ ସବାଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ରଥ ଉପରକୁ ନିଆ ଯାଇଥିଲା। ଉପସ୍ଥିତ ସେବାୟତ ଓ ଦର୍ଶକ ମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କର୍ତାଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ,ହରିବୋଲ ,ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ ସମଗ୍ର ଗଗନ ପବନ ପ୍ରକମ୍ପିତ ହୋଇଉଠିଥିଲା। ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ମନ୍ଦିର ସେବା ସମିତିର ସଭାପତି ପୁରନ୍ଦର ମିଶ୍ର ଙ୍କର ତତ୍ୱାବଧାନରେ ସ୍ବେଚ୍ଛାସେବକମାନଙ୍କ ଦ୍ଵାରା ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ବ୍ୟାପକ ମାତ୍ରାରେ ପ୍ରସାଦ ବଣ୍ଟନର ବ୍ୟବସ୍ଥା କରାଯାଇଥିଲା
                                               
ଏଠାରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛତିଶଗଡ଼ର ରାଜ୍ୟପାଳ ରମେନ ଡେକା ରଥ ଗୁଡିକ ସାମ୍ନାରେ ଛେରାପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ । ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ତାଙ୍କୁ ସହଯୋଗ କରିଥିଲେ । ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନଙ୍କ ମଧ୍ଯରେ ରାଜ୍ୟପାଳଙ୍କ ସହଧର୍ମିଣୀ ରାଣୀ ଡେକା କାକୋତି, ରାଜ୍ୟ ରାଜସ୍ୱ ମନ୍ତ୍ରୀ ଟଙ୍କରାମ ବର୍ମା, ପୂର୍ବତନ ମନ୍ତ୍ରୀ ତଥା ସାଂସଦ ବ୍ରିଜମୋହନ ଅଗ୍ରୱାଲ, ମୁଖ୍ୟମନ୍ତ୍ରୀଙ୍କ କନ୍ୟା ସ୍ମୃତିସାଇ, ବିଧାୟକ ଗୁରୁ ଖୁସୱନ୍ତ ସାହାବ, ଧରମ ଲାଲ କୌଶିକ, ମୋତିଲାଲ ସାହୁ ଏବଂ ରାଜ୍ୟ ନାଗରିକ ଆପୂର୍ତ୍ତୀ ନିଗମ ଅଧ୍ୟକ୍ଷ ସଞ୍ଜୟ ଶ୍ରୀବାସ୍ତବ ପ୍ରମୁଖ ଉପସ୍ଥିତ ଥିଲେ। ଅପରାହ୍ନ ୩ଟା ସମୟରେ ତିନି ରଥ ଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା।ସୁନ୍ଦର ସୁଶୋଭିତ ରଥଗୁଡିକୁ ଗାୟତ୍ରୀ ନଗରରୁ ଟଣାଯାଇ ଏକ କିଲୋମିଟର ଦୂରବର୍ତ୍ତୀ ବି .ଟି. ଆଇ ମଇଦାନକୁ ନିଆଯାଇ ଶଙ୍କର ନଗର ଥାନା ରାସ୍ତା ଦେଇ ପୁଣି ମନ୍ଦିର ବେଢାକୁ ଫେରାଇ ଅଣାଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ଵରେ ମହଜୁଦ ଥିବା ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଦିବ୍ୟ ଦର୍ଶନ ଲାଭ କରି କୃତ କୃତ୍ୟ ଏବଂ ଭାବ

ବିହ୍ଵଳ ହେଉଥିବାର ଦୃଶ୍ୟ ଅନୁପମ ଥିଲା।ସନ୍ଧ୍ୟା ୬.୩୦ମିନିଟ ସମୟରେ ଠାକୁରମାନଙ୍କୁ ତିନିରଥ ଉପରକୁ ପୁଣି ପହଣ୍ଡି କରାଯାଇ ମନ୍ଦିର ବେସମେଣ୍ଟରେ ଥିବା ମାଉସୀ ମା’ ଘରକୁ ନିଆ ଯାଇଥିଲା। ସେଠାରେ ଥିବା ସ୍ୱତନ୍ତ୍ର ସିଂହାସନରେ ଆସୀନ ହୋଇ ଚାରି ଦିଅଁ ଆସନ୍ତା ଜୁଲାଇ ୫ ତାରିଖର ବାହୁଡାଯାତ୍ରା ପର୍ଯ୍ୟନ୍ତ ସର୍ବସାଧାରଣଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି।                                

ସମଗ୍ର ଆୟୋଜନକୁ ସୁଚାରୁରୂପେ ସମ୍ପନ୍ନ କରିବାରେ ମନ୍ଦିର ପରିଚାଳନା କମିଟିର ସଂରକ୍ଷକ ବୃନ୍ଦ ଯଥା ସଭାପତି ପୁରନ୍ଦର ମିଶ୍ର, ସଦସ୍ୟ ମନ୍ମଥ କୁମାର ରାଉତ, ସୁବ୍ରତ ସାହୁ, ସୁବାସ ଅଗ୍ରୱାଲ, ଗୋପାଳ ଅଗ୍ରୱାଲ, ଦ୍ଵାରିକାଧୀଶ ମିଶ୍ର,ଗୁଣନିଧି ମିଶ୍ର,ଅଶୋକ ଦୁବେ, ଲଳିତ ପ୍ରଧାନ ଓ ପ୍ରକାଶ ଦାସ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।ଚଳିତ ଥର ରଥଯାତ୍ରାର ସଫଳତା ପାଇଁ ରାୟପୁର ନଗର ଉତ୍ତର ନିର୍ବାଚନ ମଣ୍ଡଳୀର ସମସ୍ତ ଭାଜପା ନେତା, କାର୍ଯ୍ୟକର୍ତ୍ତା ଓ କର୍ପୋରେଟର ବିଶେଷ କରି ଯୁବ ଓ ମହିଳା ସମ୍ପ୍ରଦାୟ ସବୁ ପ୍ରକାର   ସାହାଯ୍ୟ ସହଯୋଗ ଯୋଗାଇ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like