-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ରାଜ୍ୟ

ବିଶାଖାପାଟଣା ଠାରେ ମହାସମାରୋହରେ ରଥଯାତ୍ରା ଆୟୋଜନ

28-Jun-2025



ବିଶାଖାପାଟଣା(ପ୍ରେରଣା ଖବର): ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଲନ କରାଯାଇଛି। ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜ ଦ୍ୱାରା ଆୟୋଜିତ ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି ଭକ୍ତ ମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଉଲ୍ଲାସ, ଉତ୍ସାହ ଓ ଉଦ୍ଦୀପନା ପରିଲକ୍ଷିତ କରାଯାଇ ଥିଲା। ଏଠାରେ ବଢି ଭୋରରୁ ମୁଖ୍ୟ ମନ୍ଦିରରେ ଠାକୁର ମାନଙ୍କ ଯଥାରୀତି ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିଲା।ବିଶିଷ୍ଟ ସମାଜସେବୀ,ଓରିଶା ଷ୍ଟେଭେଡୋର୍ସ ଲିମିଟେଡର ଉପସଭାପତି ତଥା ଉତ୍କଳ ସାଂସ୍କୃତିକ ସମାଜର ସଭାପତି ଜିତେନ୍ଦ୍ର କୁମାର 

ନାୟକଙ୍କର ତତ୍ତ୍ଵାବଧାନରେ ଶାନ୍ତିଶୃଙ୍ଖଲା ରକ୍ଷା ଏବଂ ଭିଡ଼କୁ ନିୟନ୍ତ୍ରଣ କରାଯିବା ଦିଗରେ ବିଶେଷ ଧ୍ୟାନ ଦିଆଯାଇଥିଲା।ଅପରାହ୍ନ ୩.୩୦ବେଳେ ଚାରି ଠାକୁରଙ୍କର ପହଣ୍ଡିବିଜେ କରାଯାଇଥିଲା। ପ୍ରଥମେ ଠାକୁର ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ବଡ଼ଦାଣ୍ଡରେ ଦଣ୍ଡାୟମାନ ସୁନ୍ଦର ଓ ସୁସଜ୍ଜିତ ରଥ ଉପରକୁ ନିଆ ଯାଇଥିଲା। ଉପସ୍ଥିତ ସେବାୟତ ଓ ଶ୍ରଦ୍ଧାଳୁ ମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କର୍ତାଳ, ମରଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ ତଥା ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ ଗଗନ ପବନ ପ୍ରକମ୍ପିତ ହେବାର ଦୃଶ୍ୟ ଖୁବ ମର୍ମସ୍ପର୍ଶୀ ଥିଲା।ମନ୍ଦିର ପରିଚାଳନା କମିଟିର ସଭାପତି ଜୀତେନ୍ଦ୍ର କୁମାର ନାୟକ ପାରମ୍ପରିକ ଛେରା ପହଁରା ନୀତି ସମ୍ପନ୍ନ କରିଥିଲେ। ଅପରାହ୍ନ ୪ ଟା ସମୟରେ ରଥ ଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଠାରେ ଓଡ଼ିଆ ଓ ଅଣଓଡ଼ିଆ ପ୍ରାୟ ୫ ହଜାର ଦର୍ଶକ ଙ୍କର ସମାଗମ ହୋଇଥିଲା। ଭକ୍ତ ମାନେ ରଥଟିକୁ ଟାଣି ଟାଣି ୬ କିଲୋମିଟର ଦୂରବର୍ତ୍ତୀ ଲସନସ ବେ କଲୋନୀଠାରେ ଥିବା ମାଉସୀ ମା ମନ୍ଦିରକୁ ନେଇଥିଲେ।ରାସ୍ତାର ଦୁଇ ପାର୍ଶ୍ଵରେ ମହଜୁଦ ଥିବା ଭକ୍ତମାନେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦିବ୍ୟ ଦର୍ଶନ ଲାଭ କରି କୃତକୃତ୍ୟ ମନେ କରୁଥିବା ଏବଂ ଭକ୍ତି ଭାବରେ ଅଭିଭୂତ ହେଉଥିବାର ଦୃଶ୍ୟ

ବେଶ ହୃଦୟସ୍ପର୍ଶୀ ଥିଲା।ସନ୍ଧ୍ୟା ୭ଟା ସୁଦ୍ଧା ଜୀଉ ମାନଙ୍କୁ ରଥରୁ ପୁଣି ପହଣ୍ଡି କରାଯାଇ ଗୁଣ୍ଡିଚା ମନ୍ଦିର ସ୍ଥିତ ସିଂହାସନ ରେ ବିରାଜମାନ କରାଯାଇଥିଲା। ଆସନ୍ତା ଜୁଲାଇ ୫ ତାରିଖ ବାହୁଡା ଯାତ୍ରା ପର୍ଯ୍ୟନ୍ତ ଠାକୁରମାନେ ଗୁଣ୍ଡିଚା ମନ୍ଦିରରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି। ଚଳିତ ବର୍ଷ ଘୋଷଯାତ୍ରାରେ ସ୍ଥାନୀୟ ମାରୱାଡ଼ି ଯୁବମଞ୍ଚ ଓ ପଞ୍ଜାବ ସଂଘ ସକ୍ରୀୟ ସହଯୋଗ ପ୍ରଦାନ କରିଥିଲେ। ସମଗ୍ର ଆୟୋଜନକୁ ସୁଚାରୁ ରୁପେ ସମ୍ପାଦନା କରିବାରେ ମନ୍ଦିର ପରିଚାଳନା କମିଟିର ସଭାପତି ଜୀତେନ୍ଦ୍ର କୁମାର ନାୟକ, ସାଧାରଣ ସମ୍ପାଦକ ବିମଳ କୁମାର ମହନ୍ତ, ଉପ-ସଭାପତି ଡ଼ଃ କରୁଣାକର ପାଢ଼ୀ, ଏସ.ଏନ. ସାହୁ ତଥା ସଦସ୍ୟ ବୃନ୍ଦ ବିଜୟ ମହାପାତ୍ର, ରାଜେନ୍ଦ୍ର ପ୍ରସାଦ ସାହୁ, ବନମାଳୀ ସାହୁ ଓ ଅରୁଣ ଦାସ ପ୍ରମୁଖ ମୁଖ୍ୟଭୂମିକା ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like