-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ପାଲା ଉତ୍ସବ ଉଦ୍‌ଘାଟିତ

29-Jun-2025



ବଲାଙ୍ଗିର(ଦବାଶିଷ ବହିଦାର)ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଠାରେ ରଥଯାତ୍ରା ଉପଲକ୍ଷେ ୩ ଦିନିଆ ରାଜ୍ୟସ୍ତରୀୟ ପାଲା ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବର ଉଦ୍ଦେଶ୍ୟ ହେଉଛି ଗ୍ରାମ୍ୟ ସ୍ତରରେ ଦିନକୁ ଦିନ ଲୋପ ପାଇଯାଉଥିବା ପାଲା ନୃତ୍ୟ କୁ ଆଧୁନିକ ଯୁଗରେ ଲୋକାଭିମୁଖ କରିବା ପାଇଁ ଓ କଳାକାରଙ୍କୁ ଉତ୍ôସାହିତ ଏବଂ ସମ୍ମାନର ସହ ଆଗକୁ ଆଣିବାକୁ ଏହା ଏକ ଅଭିନବ ପ୍ରୟାସ । ସାହିତ୍ୟ ଓ ସାରସ୍ୱତ ସାଧନା ମାଧ୍ୟମରେ ବିଭିନ୍ନ ଆଲୋଚନା ଓ ସଚେତନତା ବାର୍ତ୍ତା ଦେଉଥିଲା ପାଲା । ସାଂପ୍ରତିକ ଯୁଗରେ ମଧ୍ୟ ବିପଥଗାମୀ ସମାଜକୁ ସରସ ସୁନ୍ଦର ଓ ପରିମାର୍ଜିତ କରିବା ପାଇଁ ପାଲାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହି ଉତ୍ସବକୁ ସାରସ୍ୱତ ସାଧକ ତଥା ସଂସ୍କୃତ ଗବେଷକ ସୁରେଶ ଚନ୍ଦ୍ର ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ସରପଂଚ ଜନ୍ମଜୟ ମେହେର, ବରିଷ୍ଠ କ୍ରୀଡାବିତ୍ ବିଜୟ କୁମାର ଜାନି, ଶିକ୍ଷାବିଦ୍ ନିମାଇଁ ପାଣିଗ୍ରାହୀ, ସମବାୟ ସଂପାଦକ ପ୍ରମୋଦ କର୍ମୀ ପ୍ରମୁଖ ମଂଚାସିନ ଥିଲେ । ଓଡିଶା ସରକାର ଙ୍କ ସଂସ୍କୃତି ବିଭାଗ ସହଯୋଗ ରେ ପ୍ରଥମ ଦିନରେ ଓମ୍ ଶ୍ରୀ ଭାରତୀ ପାଲା ଅନୁଷ୍ଠାନ, ବଡଗାଁ, ସୁନ୍ଦରଗଡ ଜିଲ୍ଲା ର ପାଲା ଗାୟକ ପଶ୍ଚିମରତ୍ନ ଫକିର ମୋହନ ବାଡା, ସନାତନ ବାଗ, ପାଲିଆ ଶରତ ବରୁଆ, ମନବୋଧ କମାର, ସଂଜୟ ନାଥ, ଦୁଃସାଶନ ନାଥ ଓ ଜୟ ମାଁ ଦନ୍ତେଶ୍ୱରୀ ପାଲା ଦଳ ଧୁମାଭଟା , ବଲାଙ୍ଗିର ଜିଲ୍ଲା ର ପାଲା ଗାୟକ ରସରାଜ ବୁଡେକ, ପାଲିଆ ଶରତ ପୁଟେଲ, କ୍ଷିରେଦ୍ର କରଣ, ଦେବ ବାଗ, ସନ୍ୟାସି ବୁଡେକ, ଘନଶ୍ୟାମ ଭାଟି ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଶେଷରେ ସମସ୍ତ କଳାକାର ଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସଭାପତି ଜୟକୃଷ୍ଣ ମିଶ୍ର ଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମକୁ ସଦାନନ୍ଦ ମହଲା, ପ୍ରଶାନ୍ତ ମହାକୁର, ନରେନ୍ଦ୍ର କବାଟ, ସଂଜୟ ନାଏକ, ଲବ ନାଗ, ମଦନ ସାହୁ ଦେବାଳୟ ସୁରକ୍ଷା କମିଟି, ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ, ସଂଯୋତ କଳା କେନ୍ଦ୍ର ପ୍ରମୁଖ ଆୟୋଜନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like