-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କୋଠିଯୋର ଉପରେ ନବନିର୍ମିତ ସେତୁ ଦବି ଯାଇ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି- ବିପଦସଙ୍କୁଳ ଅବସ୍ଥାରେ କୋଠୀ ଯୋର ର ପୋଲ

30-Jun-2025



ବଲାଙ୍ଗୀର(ପ୍ରେରଣା ଖବର):ବଲାଙ୍ଗୀର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ ସାଲେଭଟା-କୁଟାସିଂହା ରାସ୍ତାର ହରଭଙ୍ଗା -ଡୁଙ୍ଗୁରିପାଲି ମଧ୍ୟ୍ୟରେ ପ୍ରବାହିତ କୋଠିଯୋର ଉପରେ ନବନିର୍ମିତ ସେତୁ ଦବି ଯାଇ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି।ଫଳରେ ଯାତାୟାତ ଠପ ହୋଇଯାଇଛି। ୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫.୨୫ ମିଟରର ଏ ସେତୁ ନିମ୍ନମାନର କାମ ହୋଇଥିବା ଅଭିଯୋଗ ହୋଇଛି। ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ସେତୁ କାମ ନିହାତି ନିମ୍ନମାନର ହୋଇଥିବା ସ୍ଥାନୀୟ ଡୁଙ୍ଗୁରିପାଲି ଗ୍ରାମବାସୀ କହିଛନ୍ତି।ଏହି ସେତୁ ଦେଇ ଜିଲ୍ଲା ମୁଖ୍ୟାଳୟ ବ୍ଲକ, ଡାକ୍ତରଖାନା, ସ୍କୁଲ, କଲେଜ ତଥା ଦୈନନ୍ଦିନ କାର୍ଯ୍ୟରେ ଅଂଚଳବାସୀ ନିର୍ଭର କରିଥାନ୍ତି।ଆଜି ବସ ଏଠାରେ ଅଟକି ଯିବାରୁ ଯାତ୍ରୀ ମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିବା ଦେଖିବାକୁ ମିଳିଛି। ସେତୁ ଉପରେ ଯାନବାହାନ ଚଳାଚଳରେ ବିପଦ ଥିବାରୁ ସ୍ଥାନୀୟ ଲୋକେ ପୁଲିସକୁ ରାସ୍ତା ସିଲ କରିବାକୁ ସୂଚନା ଦେଇଥିଲେ।ପରେ ଲୋଇସିଂହା ଆଇଆଇସି ଯାଜ୍ଞସେନୀ ନାୟକ ଓ ସାଲେଭଟା ଫାଣ୍ଡି ଅଧିକାରୀ ଚିତ୍ରସେନ ସାହୁ ଘଟଣାସ୍ଥଳକୁ ଆସି ଯାଞ୍ଚ କରିଥିଲେ। ସେତୁର ଉଭୟ ପାର୍ଶ୍ଵ ଦବିଯାଇ ବଡ଼ ବଡ଼ ଫାଟ ସୃଷ୍ଟି ହେବା ପରେ କାଯ୍ୟନୁଷ୍ଠାନ ଏଡାଇବା ତଥା ଗଣମାଧ୍ୟମ ଆଖିରୁ ଖସିବା ପାଇଁ ଠିକା ସଂସ୍ଥା ମେଟାଲ ପକାଇ ପ୍ୟାଂଚି କାମ କରୁଥିବା ସ୍ଥାନୀୟ ଉତ୍କଳ ବିଶ୍ୱାଳ,ରାଧେଶ୍ୟାମ

ବଢ଼େଇ,ପିତାମ୍ବର କଣ୍ଟା,ପିଣ୍ଟୁ ମହାରଣା, ପିତାମ୍ବର ମେରଲ୍ଲୀ କହିଛନ୍ତି।ଏଠାରେ ଲାଗିଥିବା ସୂଚନାଫଳକ ଅନୁସାରେ ସରକାରଙ୍କ ଗ୍ରାମ ନିର୍ମାଣ ଭିଭାଜନ ପକ୍ଷରୁ ବଲାଙ୍ଗୀର ର ମହେଶ ଚୌଧୁରୀଙ୍କ ନିର୍ମାଣକାରି ସଂସ୍ଥା ଫେବୃଆରୀ ୨୦୨୨ ରେ କାମ ଆରମ୍ଭ କରିଥିଲା।ମାସେ ହେଲା ନିର୍ମାଣ କାମ ସମ୍ପୂର୍ଣ ହୋଇଛି।ତେବେ ନିର୍ମାଣର ମାସେ ନ ପୂରୁଣୁ ନିମ୍ନମାନର କାମ ଯୋଗୁଁ ସେତୁର ଏଭଳି ଅବସ୍ଥା ହୋଇଥିବା ଅଭିଯୋଗ ହୋଇଛି।ଏ ସମ୍ପର୍କ ରେ ବିଭାଗୀୟ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ପ୍ରତିକ୍ରିୟା ମିଳିପାରିନାହିଁ।ବିଭାଗୀୟ ଉଚ୍ଚ କତୃପକ୍ଷ ସେତୁ ନିର୍ମାଣ ର ଉଚିତ ତଦନ୍ତ ସହ ଠିକା ସଂସ୍ଥା ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଂଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like