-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||     

HOME   ଜିଲ୍ଲା

ଐତିହାସିକ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ରଥଙ୍କ ୧୧୬ତମ ଜନ୍ମ ବାର୍ଷିକି ପାଳନ

30-Jun-2025



ବଲାଙ୍ଗିର(ପ୍ରେରଣା ଖବର): ସାମାଜିକ ସଂଗଠନ ଅଭିଭାବକ ମଂଚ ବଲାଙ୍ଗିର ତରଫରୁ ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ପାଠାଗାରର ସମ୍ମିଳନୀ କକ୍ଷରେ ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥଙ୍କ ୧୧୬ତମ ଜନ୍ମ ବାର୍ଷିକି ପାଳନ କରାଯାଇଛି। କସ୍ତୁରୀ ରଥ ସଭା ସଂଯୋଜନା କରିଥିଲେ। ମଂଚାସୀନ ଅତିଥି ଗଣ ପ୍ରଥମେ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ରଥଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ପରେ ସମ୍ପାଦକ ଗୋବିନ୍ଦ ମିଶ୍ର ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମୁଖ୍ୟ ଅତିଥି

ବିଶିଷ୍ଟ କୋସଲବାଦୀ ନେତା ପ୍ରମୋଦ ମିଶ୍ର ଐତିହାସିକ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ରଥଙ୍କ ନେତୃତ୍ୱରେ ସ୍ୱାଧୀନତାର ବହୁ ପୂର୍ବରୁ ବଲାଙ୍ଗିର ପାଟଣା ଷ୍ଟେଟରେ ଗଢି ଉଠିଥିବା ସାମାଜିକ, ସାଂସ୍କୃତିକ ତଥା ରାଜନୈତିକ ଆନ୍ଦୋଳନ ସମୁହର ଏକ ବିଶ୍ଲେଷଣାତ୍ମକ ଚିତ୍ର ଉପସ୍ଥାପନ କରିଥିଲେ। ସମଗ୍ର କୋସଳାଞ୍ଚଳକୁ ଆନ୍ଧ୍ର, ବିହାର ତଥା ମଧ୍ୟପ୍ରଦେଶରୁ ଅଲଗା କରି ଏ ଅଂଚଳର ଗଡଜାତ ଗୁଡିକୁ ନେଇ ଏକ ସମ୍ମିଳିତ ପୂର୍ବାଂଚଳ ରାଜ୍ୟ ସମୁହର ସ୍ୱତନ୍ତ୍ର ପ୍ରଦେଶ ଗଠନ ପାଇଁ ତାଙ୍କର ଦୁର୍ବାର ଉଦ୍ୟମକୁ ମୁଖ୍ୟ ଅତିଥି ସ୍ମରଣ କରିଥିଲେ । କୌଣସି ଜାତିର ବିକାଶ ପାଇଁ ନିଜର ଅତିତ ଇତିହାସ ଜାଣିବା ଯେତିକି ଆବଶ୍ୟକ ପୂର୍ବସୂରୀଙ୍କ ମାର୍ଗଦର୍ଶନକୁ ଆପଣେଇ ନେବା ତତୋଧିକ ଆବଶ୍ୟକ ବୋଲି ମୁଖ୍ୟ ଅତିଥି କହିଥିଲେ । ମୁଖ୍ୟବକ୍ତା ନାଗରିକ କମିଟିର ପୂର୍ବତନ ସଂପାଦକ ତଥା ଶିକ୍ଷାବିତ ମନୋରଂଜନ ସାହୁ ସ୍ୱର୍ଗତ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ମାତ୍ର ୪୪ ବର୍ଷ ର ଜୀବନକାଳ ମଧ୍ୟରେ ବିପରୀତ ପରିସ୍ଥିତର ମୁକାବିଲା କରିବା ସହ କିପରି ପାଟଣା ଷ୍ଟେଟର ଜନଗଣଙ୍କ ଉନ୍ନତି କଳ୍ପେ ଶିକ୍ଷା, ସ୍ୱାସ୍ଥ୍ୟ ତଥା ସାମାଜିକ କ୍ଷେତ୍ରରେ ବିକାଶମୂଳକ ପଦକ୍ଷେପ ନେଇଥିଲେ। ରାଜେନ୍ଦ୍ର କଲେଜ ସ୍ଥାପନ, ଆୟୁର୍ବେଦ ଚିକିତ୍ସାଳୟ ସ୍ଥାପନ ତଥା ରାଜ୍ୟର ଐତିହାସିକ କିର୍ତ୍ତିରାଜିର ସଂରକ୍ଷଣ ପାଇଁ ତାଙ୍କର ପ୍ରାରମ୍ଭିକ ପ୍ରଚେଷ୍ଟକୁ ବକ୍ତା ସ୍ମରଣ କରିଥିଲେ। ଶିକ୍ଷାବିଦ୍

ଶ୍ୟାମସୁନ୍ଦର ଦାଶ ଏବଂ କୃଷକ ନେତା ରାଧାକୃଷ୍ଣ ମେହେର ଏ ଅଂଚଳର ବିକାଶରେ ଐତିହାସିକ ପୂର୍ଣ୍ଣଚନ୍ଦ୍ରଙ୍କ ଅମୁଲ୍ୟ ଅବଦାନ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ପ୍ରଫେସର ତରୁଣ କୁମାର ମିଶ୍ର, ଦିବାକର ହୋତା, ମଦନମୋହନ ରଥ, ମାଳତି ଉଦ୍‌ଗାତା, ଚୁଡେନ୍ଦ୍ର ବେହେରା ପ୍ରମୁଖ ସଭା ପରିଚାଳନାରେ ସହଯୋଗ କରିଥିଲେ। ଉପସଭାପତି ପ୍ରଶନ୍ନ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026

You Might Also Like