-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||     

HOME   ଜିଲ୍ଲା

ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ମହା ସମାରୋହରେ ରଥଯାତ୍ରା ଆୟୋଜନ

30-Jun-2025



ଯୁକ୍ତରାଷ୍ଟ୍ର ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡ ରାଜ୍ଯରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିକ ସ୍ଥିତ ଶ୍ରୀ ସିଦ୍ଧି ବିନାୟକ ମନ୍ଦିରକୁ ଖୁବ ସୁନ୍ଦର ଭାବରେ ସଜା ଯାଇଥିବା ଦେଖା ଯାଇଥିଲା। ଏଠାରେ ସକାଳେ ମୁଖ୍ୟ ପୂଜାରୀ ଚନ୍ଦ୍ର ଶେଖରଙ୍କ ତତ୍ତ୍ୱାବଧାନରେ ମଙ୍ଗଳ ଆରତୀ, ହୋମ ଓ ସ୍ୱତନ୍ତ୍ର ପୂଜାର୍ଚ୍ଚନା ତଥା ନୀତିକାନ୍ତି ଆଦି ଧାର୍ମିକ ବିଧି ଅନୁଯାୟୀ ସମ୍ପନ୍ନ କରାଯାଇଥିଲା। ରୋଡ଼ସ ଆଇଲ୍ୟାଣ୍ଡରେ ଅଷ୍ଟମ ଥର ପାଇଁ ଅନୁଷ୍ଠିତ ହେଉଥିବା ରଥଯାତ୍ରା ମହୋତ୍ସବ କୁ କେନ୍ଦ୍ର କରି ଉପସ୍ଥିତ ଶତାଧିକ ଭକ୍ତଗଣଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ, ଅସୀମ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ପରିଲକ୍ଷିତ କରାଯାଇଥିଲା। ଚଳିତବର୍ଷ ଘୋଷ ଯାତ୍ରାରେ ରୋଡ଼ସ ଆଇଲ୍ୟାଣ୍ଡର ଶ୍ରଦ୍ଧାଳୁମାନଙ୍କ ସହିତ ସୁଦୂର ପେନସିଲଭାନିଆ, ନିୟୁଜର୍ସି, କନେକ୍ଟିକଟ ଓ ମାସାଚ୍ୟୁଟସ ଆଦି ସ୍ଥାନରୁ ବହୁ ସଂଖ୍ୟାରେ ଓଡ଼ିଆ ଓ ଅଣଓଡ଼ିଆ ଭକ୍ତ, ସେମାନଙ୍କର ପରିବାରବର୍ଗ ଓ ବନ୍ଧୁ ପରିଜନଙ୍କ ସହିତ ଆସି

ଭାଗ ନେଇଥିବାର ଲକ୍ଷ୍ୟ କରାଯାଇଥିଲା। ଦିନ ସାଢେ଼ ୧୧ ଟାରେ  ମନ୍ତ୍ରର ଗହଗହ ଉଚ୍ଚାରଣ, ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନି ତଥା ଶଙ୍ଖ, ଘଣ୍ଟ, କରତାଳ, ମର୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଘୋର ଘର୍ଘର ସ୍ୱର ଝଙ୍କାର ଦ୍ୱାରା ଗଗନ ପବନ ପ୍ରକମ୍ପିତ ହେବା ମଧ୍ୟରେ ଚାରି ଠାକୁରଙ୍କର ଧାଡ଼ି ପହଣ୍ଡି ବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତା'ପରେ ବଡଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ସବାଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସେବାୟତ ଓ ସଙ୍ଗଠକମାନେ ସାହି ରୋଷଣୀ କରି ମନ୍ଦିର ସାମ୍ନାରେ ଦଣ୍ଡାୟମାନ ସୁନ୍ଦର, ସୁରମ୍ୟ ଓ ବିଭିନ୍ନ ରଙ୍ଗବେରଙ୍ଗ କପଡାରେ ସୁସଜ୍ଜିତ ୧୫ଫୁଟ ଉଚ୍ଚତା ବିଶିଷ୍ଟ ରଥ ଉପରକୁ ନେଇ ଆସୀନ କରାଯାଇଥିଲା। ଏଠାରେ ମହିଳାମାନେ ଦେବୀ ସୁଭଦ୍ରାଙ୍କୁ ନଚେଇ ନଚେଇ ରଥ ଉପରକୁ ନେଉଥିବାର ଦୃଶ୍ୟ ଅତ୍ୟନ୍ତ ହୃଦୟସ୍ପର୍ଶୀ ଥିଲା। ପଦ୍ମିନୀ ପଣ୍ଡା, ସୁଦୀପା ନାୟକ ଏବଂ ଶ୍ରଦ୍ଧା ନାୟକ ପ୍ରମୁଖ ଶ୍ରୀଜିଉମାନଙ୍କୁ ଓ ସେମାନଙ୍କ ରଥକୁ ଖୁବ ସୁନ୍ଦର ଭାବରେ ଫୁଲ ମାଳ ସହିତ ସଜ୍ଜାଇ ଥିଲେ।ନୌସେନାର ଅବସର ପ୍ରାପ୍ତ ଲେଫ୍ଟନାଣ୍ଟ ଅଶୋକ କୁମାର ମହାପାତ୍ର ପାରମ୍ପରିକ ଛେରାପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ।ଭଜନ, ଜଣାଣ ଓ କୀର୍ତ୍ତନର ତାଳେତାଳେ ଅପରାହ୍ନ ୧ଟା ବେଳେ ରଥଟଣା ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ରଥଟିକୁ ସିଦ୍ଧିବିନାୟକ ମନ୍ଦିରର ଚତୁଃପାର୍ଶ୍ଵରେ ଦେଢ଼ କିଲୋମିଟର ଦୂର ପର୍ଯ୍ୟନ୍ତ ଟଣା ଯାଇ ପୁଣି ମନ୍ଦିର ବେଢ଼ାକୁ ଫେରାଇ ଅଣାଯାଇଥିଲା। ୱାରୱିକର ରାଜରାସ୍ତାରେ ରାଜକୀୟ ଠାଣିରେ ଚତୁର୍ଦ୍ଧା ମୂର୍ତ୍ତି ଆରୋହଣ କରିଥିବା ଅପରୂପ ଓ ଅନୁପମ ରଥଟି ଗଡ଼ି ଗଡ଼ି ଚାଲିବାର ଦୃଶ୍ୟ ଅନନ୍ୟ ଓ ଅବିସ୍ମରଣୀୟ ଥିଲା। ଭକ୍ତ ଓ ଭଗବାନଙ୍କର ମିଳନର ଏହା ବିରଳ ଅବସର ଥିଲା। ବିଶେଷ କରି ଜଗତରନାଥ ଶ୍ରୀଜଗନ୍ନାଥଙ୍କୁ ରଥ ଉପରେ ଦର୍ଶନ କରି ଭାରତୀୟ ଏବଂ

ବିଦେଶୀ ଶ୍ରଦ୍ଧାଳୁମାନେ କୃତ କୃତ୍ୟ ହେଉଥିବା ନଜରକୁ ଆସିଥିଲା  ।ମନ୍ଦିରକୁ ଫେରିବା ପରେ ଦିଅଁ ମାନଙ୍କୁ ପୁରୀର ଆନନ୍ଦ ବଜାର ଶୈଳୀରେ ପ୍ରସ୍ତୁତ ସ୍ୱାଦିଷ୍ଟ ମହାପ୍ରସାଦ ଭୋଗ ଲଗାଯାଇଥିଲା। ଏହି ଭୋଗକୁ ଆଗନ୍ତୁକମାନଙ୍କ ମଧ୍ୟରେ ପରେ  ବିତରଣ କରାଯାଇଥିଲା। 

ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ବିଶେଷ ଆକର୍ଷଣ ମଧ୍ୟରେ ସନ୍ନି ମିଶ୍ର, ଅନ୍ୟରା ପଣ୍ଡା ଓ ପ୍ରଜ୍ଞା ବେହେରାଙ୍କ ଦ୍ୱାରା ସୁମଧୁର ଭଜନ ପରିବେଷଣ,  ଅକାଂକ୍ଷା ମିଶ୍ର ଙ୍କ ଦ୍ବାରା ମର୍ମସ୍ପର୍ଶୀ ଓଡ଼ିଶୀ ନୃତ୍ୟ ପ୍ରସ୍ତୁତି ଏବଂ ସୁନୀଲ ଦୁଦାଙ୍କ ଦ୍ବାରା ଚଳନ୍ତି ରଥ ସମ୍ମୁଖରେ ସୁଲଳିତ ଜଣାଣ ଗାୟନ ଅନ୍ତର୍ଭୁକ୍ତ ଥିଲା।ସମଗ୍ର ସାଂସ୍କୃତିକ କାର୍ଯ୍ୟକ୍ରମକୁ ପଙ୍କଜ ପଣ୍ଡା ଓ ଶତାକ୍ଷୀ ଦାଶ ସୂଚାରୁ ରୂପେ ଉପସ୍ଥାପନା ଓ ସଂଯୋଜନା କରିଥିଲେ।

ୱାର୍ଲଡ୍ ଓଡ଼ିଶା ସୋସାଇଟିର ଆନ୍ତର୍ଜାତିକ ସଂଯୋଜକ ଅକ୍ଷୟ ମହାନ୍ତିଙ୍କର ସାମଗ୍ରିକ ତତ୍ତ୍ଵାବଧାନରେ ଆୟୋଜିତ ରଥଯାତ୍ରା ଉତ୍ସବକୁ ବିପୁଳ ଭାବେ ସଫଳ କରାଇବାରେ ସୁଦକ୍ଷ ସଂଗଠକ ବୃନ୍ଦ ଯଥା ; ବବିତା ମହାନ୍ତି, ମୁନମୁନ୍ ଦାସ, ମଣି ମହାପାତ୍ର, ଶୁଭ୍ରାଂଶୁ ମହାନ୍ତି, ସିମ୍ମୀ ମହାପାତ୍ର, ସରୋଜ ବେହେରା, ସୌରଭ ମିଶ୍ର, ସୋମ୍ୟଶ୍ରୀ ଦାଶ, ବିଶ୍ୱ ପଟ୍ଟନାୟକ, ଚନ୍ଦ୍ରଶେଖର ମହାନ୍ତି, ସନ୍ତୋଷ ବେହେରା, ଲୀନା ପଟ୍ଟନାୟକ, ସୁକାନ୍ତ ପାତ୍ର, କଳ୍ପନା ମହାନ୍ତି, କରୁଣା ମେହେଟ୍ଟା, ଦେବାଶିଷ ପଣ୍ଡା, ନନୀ ବାବୁ, ଅନୁପ ମହାନ୍ତି, ଅଜିତ ନାୟକ, ସ୍ମିତା ପଟ୍ଟନାୟକ, ସୋଭଦୀପ ଦାସ, ରୋହନ ମହାନ୍ତି, କାର୍ତ୍ତିକ ମହାନ୍ତି, ଶୁକଦେବ ପରିଡ଼ା ଏବଂ ସୁକାନ୍ତି ପରିଡ଼ା ପ୍ରମୁଖଙ୍କର ଭୂମିକା ବେଶ ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026

You Might Also Like