-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ମହା ସମାରୋହରେ ରଥଯାତ୍ରା ଆୟୋଜନ

30-Jun-2025



ଯୁକ୍ତରାଷ୍ଟ୍ର ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡ ରାଜ୍ଯରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିକ ସ୍ଥିତ ଶ୍ରୀ ସିଦ୍ଧି ବିନାୟକ ମନ୍ଦିରକୁ ଖୁବ ସୁନ୍ଦର ଭାବରେ ସଜା ଯାଇଥିବା ଦେଖା ଯାଇଥିଲା। ଏଠାରେ ସକାଳେ ମୁଖ୍ୟ ପୂଜାରୀ ଚନ୍ଦ୍ର ଶେଖରଙ୍କ ତତ୍ତ୍ୱାବଧାନରେ ମଙ୍ଗଳ ଆରତୀ, ହୋମ ଓ ସ୍ୱତନ୍ତ୍ର ପୂଜାର୍ଚ୍ଚନା ତଥା ନୀତିକାନ୍ତି ଆଦି ଧାର୍ମିକ ବିଧି ଅନୁଯାୟୀ ସମ୍ପନ୍ନ କରାଯାଇଥିଲା। ରୋଡ଼ସ ଆଇଲ୍ୟାଣ୍ଡରେ ଅଷ୍ଟମ ଥର ପାଇଁ ଅନୁଷ୍ଠିତ ହେଉଥିବା ରଥଯାତ୍ରା ମହୋତ୍ସବ କୁ କେନ୍ଦ୍ର କରି ଉପସ୍ଥିତ ଶତାଧିକ ଭକ୍ତଗଣଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ, ଅସୀମ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ପରିଲକ୍ଷିତ କରାଯାଇଥିଲା। ଚଳିତବର୍ଷ ଘୋଷ ଯାତ୍ରାରେ ରୋଡ଼ସ ଆଇଲ୍ୟାଣ୍ଡର ଶ୍ରଦ୍ଧାଳୁମାନଙ୍କ ସହିତ ସୁଦୂର ପେନସିଲଭାନିଆ, ନିୟୁଜର୍ସି, କନେକ୍ଟିକଟ ଓ ମାସାଚ୍ୟୁଟସ ଆଦି ସ୍ଥାନରୁ ବହୁ ସଂଖ୍ୟାରେ ଓଡ଼ିଆ ଓ ଅଣଓଡ଼ିଆ ଭକ୍ତ, ସେମାନଙ୍କର ପରିବାରବର୍ଗ ଓ ବନ୍ଧୁ ପରିଜନଙ୍କ ସହିତ ଆସି

ଭାଗ ନେଇଥିବାର ଲକ୍ଷ୍ୟ କରାଯାଇଥିଲା। ଦିନ ସାଢେ଼ ୧୧ ଟାରେ  ମନ୍ତ୍ରର ଗହଗହ ଉଚ୍ଚାରଣ, ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନି ତଥା ଶଙ୍ଖ, ଘଣ୍ଟ, କରତାଳ, ମର୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଘୋର ଘର୍ଘର ସ୍ୱର ଝଙ୍କାର ଦ୍ୱାରା ଗଗନ ପବନ ପ୍ରକମ୍ପିତ ହେବା ମଧ୍ୟରେ ଚାରି ଠାକୁରଙ୍କର ଧାଡ଼ି ପହଣ୍ଡି ବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତା'ପରେ ବଡଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ସବାଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସେବାୟତ ଓ ସଙ୍ଗଠକମାନେ ସାହି ରୋଷଣୀ କରି ମନ୍ଦିର ସାମ୍ନାରେ ଦଣ୍ଡାୟମାନ ସୁନ୍ଦର, ସୁରମ୍ୟ ଓ ବିଭିନ୍ନ ରଙ୍ଗବେରଙ୍ଗ କପଡାରେ ସୁସଜ୍ଜିତ ୧୫ଫୁଟ ଉଚ୍ଚତା ବିଶିଷ୍ଟ ରଥ ଉପରକୁ ନେଇ ଆସୀନ କରାଯାଇଥିଲା। ଏଠାରେ ମହିଳାମାନେ ଦେବୀ ସୁଭଦ୍ରାଙ୍କୁ ନଚେଇ ନଚେଇ ରଥ ଉପରକୁ ନେଉଥିବାର ଦୃଶ୍ୟ ଅତ୍ୟନ୍ତ ହୃଦୟସ୍ପର୍ଶୀ ଥିଲା। ପଦ୍ମିନୀ ପଣ୍ଡା, ସୁଦୀପା ନାୟକ ଏବଂ ଶ୍ରଦ୍ଧା ନାୟକ ପ୍ରମୁଖ ଶ୍ରୀଜିଉମାନଙ୍କୁ ଓ ସେମାନଙ୍କ ରଥକୁ ଖୁବ ସୁନ୍ଦର ଭାବରେ ଫୁଲ ମାଳ ସହିତ ସଜ୍ଜାଇ ଥିଲେ।ନୌସେନାର ଅବସର ପ୍ରାପ୍ତ ଲେଫ୍ଟନାଣ୍ଟ ଅଶୋକ କୁମାର ମହାପାତ୍ର ପାରମ୍ପରିକ ଛେରାପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ।ଭଜନ, ଜଣାଣ ଓ କୀର୍ତ୍ତନର ତାଳେତାଳେ ଅପରାହ୍ନ ୧ଟା ବେଳେ ରଥଟଣା ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ରଥଟିକୁ ସିଦ୍ଧିବିନାୟକ ମନ୍ଦିରର ଚତୁଃପାର୍ଶ୍ଵରେ ଦେଢ଼ କିଲୋମିଟର ଦୂର ପର୍ଯ୍ୟନ୍ତ ଟଣା ଯାଇ ପୁଣି ମନ୍ଦିର ବେଢ଼ାକୁ ଫେରାଇ ଅଣାଯାଇଥିଲା। ୱାରୱିକର ରାଜରାସ୍ତାରେ ରାଜକୀୟ ଠାଣିରେ ଚତୁର୍ଦ୍ଧା ମୂର୍ତ୍ତି ଆରୋହଣ କରିଥିବା ଅପରୂପ ଓ ଅନୁପମ ରଥଟି ଗଡ଼ି ଗଡ଼ି ଚାଲିବାର ଦୃଶ୍ୟ ଅନନ୍ୟ ଓ ଅବିସ୍ମରଣୀୟ ଥିଲା। ଭକ୍ତ ଓ ଭଗବାନଙ୍କର ମିଳନର ଏହା ବିରଳ ଅବସର ଥିଲା। ବିଶେଷ କରି ଜଗତରନାଥ ଶ୍ରୀଜଗନ୍ନାଥଙ୍କୁ ରଥ ଉପରେ ଦର୍ଶନ କରି ଭାରତୀୟ ଏବଂ

ବିଦେଶୀ ଶ୍ରଦ୍ଧାଳୁମାନେ କୃତ କୃତ୍ୟ ହେଉଥିବା ନଜରକୁ ଆସିଥିଲା  ।ମନ୍ଦିରକୁ ଫେରିବା ପରେ ଦିଅଁ ମାନଙ୍କୁ ପୁରୀର ଆନନ୍ଦ ବଜାର ଶୈଳୀରେ ପ୍ରସ୍ତୁତ ସ୍ୱାଦିଷ୍ଟ ମହାପ୍ରସାଦ ଭୋଗ ଲଗାଯାଇଥିଲା। ଏହି ଭୋଗକୁ ଆଗନ୍ତୁକମାନଙ୍କ ମଧ୍ୟରେ ପରେ  ବିତରଣ କରାଯାଇଥିଲା। 

ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ବିଶେଷ ଆକର୍ଷଣ ମଧ୍ୟରେ ସନ୍ନି ମିଶ୍ର, ଅନ୍ୟରା ପଣ୍ଡା ଓ ପ୍ରଜ୍ଞା ବେହେରାଙ୍କ ଦ୍ୱାରା ସୁମଧୁର ଭଜନ ପରିବେଷଣ,  ଅକାଂକ୍ଷା ମିଶ୍ର ଙ୍କ ଦ୍ବାରା ମର୍ମସ୍ପର୍ଶୀ ଓଡ଼ିଶୀ ନୃତ୍ୟ ପ୍ରସ୍ତୁତି ଏବଂ ସୁନୀଲ ଦୁଦାଙ୍କ ଦ୍ବାରା ଚଳନ୍ତି ରଥ ସମ୍ମୁଖରେ ସୁଲଳିତ ଜଣାଣ ଗାୟନ ଅନ୍ତର୍ଭୁକ୍ତ ଥିଲା।ସମଗ୍ର ସାଂସ୍କୃତିକ କାର୍ଯ୍ୟକ୍ରମକୁ ପଙ୍କଜ ପଣ୍ଡା ଓ ଶତାକ୍ଷୀ ଦାଶ ସୂଚାରୁ ରୂପେ ଉପସ୍ଥାପନା ଓ ସଂଯୋଜନା କରିଥିଲେ।

ୱାର୍ଲଡ୍ ଓଡ଼ିଶା ସୋସାଇଟିର ଆନ୍ତର୍ଜାତିକ ସଂଯୋଜକ ଅକ୍ଷୟ ମହାନ୍ତିଙ୍କର ସାମଗ୍ରିକ ତତ୍ତ୍ଵାବଧାନରେ ଆୟୋଜିତ ରଥଯାତ୍ରା ଉତ୍ସବକୁ ବିପୁଳ ଭାବେ ସଫଳ କରାଇବାରେ ସୁଦକ୍ଷ ସଂଗଠକ ବୃନ୍ଦ ଯଥା ; ବବିତା ମହାନ୍ତି, ମୁନମୁନ୍ ଦାସ, ମଣି ମହାପାତ୍ର, ଶୁଭ୍ରାଂଶୁ ମହାନ୍ତି, ସିମ୍ମୀ ମହାପାତ୍ର, ସରୋଜ ବେହେରା, ସୌରଭ ମିଶ୍ର, ସୋମ୍ୟଶ୍ରୀ ଦାଶ, ବିଶ୍ୱ ପଟ୍ଟନାୟକ, ଚନ୍ଦ୍ରଶେଖର ମହାନ୍ତି, ସନ୍ତୋଷ ବେହେରା, ଲୀନା ପଟ୍ଟନାୟକ, ସୁକାନ୍ତ ପାତ୍ର, କଳ୍ପନା ମହାନ୍ତି, କରୁଣା ମେହେଟ୍ଟା, ଦେବାଶିଷ ପଣ୍ଡା, ନନୀ ବାବୁ, ଅନୁପ ମହାନ୍ତି, ଅଜିତ ନାୟକ, ସ୍ମିତା ପଟ୍ଟନାୟକ, ସୋଭଦୀପ ଦାସ, ରୋହନ ମହାନ୍ତି, କାର୍ତ୍ତିକ ମହାନ୍ତି, ଶୁକଦେବ ପରିଡ଼ା ଏବଂ ସୁକାନ୍ତି ପରିଡ଼ା ପ୍ରମୁଖଙ୍କର ଭୂମିକା ବେଶ ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like