-+91-9937148622 |
prerana_bgr@rediffmail.com |
Saturday 7th March 2026 |
R.N.I. Regd No. ODIODI/2010/46693
Breaking News
01-Jul-2025
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ବଡ଼ବଜାର ଗୁଣ୍ଡିଚା ମନ୍ଦିର ଠାରେ ଚତୁ୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଆଜି ବାମନ ଓ ପର୍ଶୁରାମ ବେଶରେ ଦର୍ଶନ ଦେଇଛନ୍ତି। କଥାରେ ଅଛି ଆଡପ ମଣ୍ଡପରେ ପ୍ରଭୁଙ୍କୁ ବିଭିନ୍ନ ବେଶ ଦର୍ଶନ ମହାପୁଣ୍ୟ ଓ ଅନେକ ଫଳ ପ୍ରାପ୍ତି ହୁଏ। ଏହି ଅବସରରେ ବଡ଼ବଜାର 'ଗୁଣ୍ଡିଚା ରଥଯାତ୍ରା ସାଂସ୍କୃତିକ କମିଟି' ପକ୍ଷରୁ ଗୁଣ୍ଡିଚା ମନ୍ଦିର ଠାରେ ସନ୍ଧ୍ୟା ସମୟରୁ ରାତି ପର୍ଯ୍ୟନ୍ତ ପ୍ରତ୍ୟହ ସୁନ୍ଦର ଓ ଆକର୍ଷଣୀୟ ଭଜନ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଆଜି ଭକ୍ତି ଆରାଧନା ଭଜନ ସନ୍ଧ୍ୟା, ବୀରମହାରାଜପୁର କାର୍ଯ୍ଯକ୍ରମରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଦର୍ଶନ ସହିତ ଭଜନ କାର୍ଯ୍ୟକ୍ରମର ମଜା ନେଇଥିଲେ। ଆଜିର ସାଂସ୍କୃତିକ କାର୍ଯ୍ୟକ୍ରମରେ ଅତିଥି ଭାବରେ ସୋନପୁର ପୌର ପରିଷଦ ଅଧିକାରୀ ୠଷି ମାଝୀ ଯୋଗ ଦେଇଥିଲେ। ସେହିପରି ଆଜି ବୃନ୍ଦାବନ ମନ୍ଦିରରେ ମଧ୍ୟ ପ୍ରଭୁ ଜଗନ୍ନାଥ ବାମନ ଅବତାର ରେ ଭକ୍ତମାନଙ୍କୁ ଦର୍ଶନ ଦେଉଥିବା ବେଳେ ବଡ଼ଠାକୁର ପ୍ରଭୁ ଦଧିବାମନ ମଝିପଡା ଠାରେ ବାମନ ଓ ପର୍ଶୁରାମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଓ ଥନାପତି ପଡାରେ ମଧ୍ୟ ଶ୍ରଦ୍ଧାଳୁ ପ୍ରଭୁ ଜଗନ୍ନାଥଙ୍କ ଦିବ୍ୟ ଲୀଳା ଦର୍ଶନ ଲାଭ କରୁଛନ୍ତି। ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥିବା ଜଣାଯାଇଛି।