-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଜାତୀୟ ସ୍ତରୀୟ ଆଲୋଚନା ଚକ୍ର, ସାରସ୍ୱତ ମହାକୁମ୍ଭ ଏବଂ ନାଗରିକ ସମ୍ମାନ ସମାରୋହ.........

03-Jul-2025



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ) ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ପକ୍ଷରୁ ଜାତୀୟ ସ୍ତରୀୟ ଆଲୋଚନାଚକ୍ର ଏବଂ ସଦସ୍ୟ ସମ୍ମାନ ସମାରୋହ ସମ୍ବଲପୁର ସ୍ଥିତ ଓଡିଶା ସାଂସ୍କୃତିକ ସମାଜ ଭବନ ପରିସରରେ ମହା ଆଡ଼ମ୍ବର ସହ ପାଳିତ ହୋଇଯାଇଛି।  କାର୍ଯ୍ୟକ୍ରମଟି ଅନୁଷ୍ଠାନର ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡା ଙ୍କ ତତ୍ବାବଧାନରେ ଆୟୋଜିତ ହୋଇଥିବାବେଳେ  ରାଜ୍ୟ ର ସମସ୍ତ ପ୍ରତିନିଧି ଙ୍କ ସହଭାଗିତାରେ ଏହା ସୁନ୍ଦର ଭାବେ ଆୟୋଜିତ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ଉଦଘାଟକ ଭାବେ ବିଶିଷ୍ଟ ଅତିଥି  ରାଉରକେଲା ଜର୍ଣ୍ଣାଲିଷ୍ଟ ଆସୋସିଏସନ ର ଉପସଭାପତି ତଥା କବି କୁଞ୍ଜ ବିହାରୀ ରାଉତ, ପଦ୍ମଶ୍ରୀ ଭାଗବତ ପ୍ରଧାନ, କ୍ରିଷ୍ଣା ପଟେଲ,ଡ ନିରଞ୍ଜନ ପଣ୍ଡା,ଡ ପରେଶ  ଚନ୍ଦ୍ର ଦାନୀ, ବୈରାଗୀ  ଚରଣ ମଲ୍ଲିକ, ବିଭୁତି ଭୂଷଣ ବିଶ୍ୱାଳ ପ୍ରମୁଖ ସ୍ବତନ୍ତ୍ର ଅତିଥି ଭାବେ  ଯୋଗଦାନ କରି ବିକଶିତ ଭାରତ ବର୍ଷର ଗଠନ ରେ ନାଗରିକ ଙ୍କ କର୍ତ୍ତବ୍ୟ ଓ ନାରୀମାନଙ୍କ ସଶକ୍ତିକରଣ ତଥା ସମାଜକୁ ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମ ମଧ୍ୟରେ ମୁଖ୍ୟ ଆକର୍ଷଣ ଶିଶୁ କଳାକାର ମାନଙ୍କ ଦ୍ଵାରା ନୃତ୍ୟ,ସଙ୍ଗୀତ,ପରିବେଷଣ କରାଯାଇଥିଲା । ସମ୍ବର୍ଦ୍ଧିତ ବ୍ୟକ୍ତିମାନେ  ବକ୍ତବ୍ୟ ପ୍ରଦାନ  କରିଥିଲେ। କାର୍ଯ୍ୟକ୍ରମ ର ଦ୍ଵିତୀୟ ପର୍ଯ୍ୟାୟ ରେ ଓଡ଼ିଶାର ୨୦ ଜିଲ୍ଲା ର ୮୦ ଜଣ ପ୍ରତିଭାବାନ ବ୍ୟକ୍ତିଙ୍କୁ ମଞ୍ଚ ଉପରେ ପୁଷ୍ପଗୁଚ୍ଛ ମାନପତ୍ର, ଉତ୍ତରୀୟ ଏବଂ ଟ୍ରଫି ପ୍ରଦାନ କରାଯାଇ ଏକାମ୍ର ପ୍ରତିଭା  ସମ୍ମାନରେ ସମ୍ମାନିତ କରାଯାଇଥିଲା। ତୃତୀୟ ପର୍ଯ୍ୟାୟରେ ରେ ସାରସ୍ୱତ ମହାକୁମ୍ଭ ଓ କବିତା ଆସର ଆୟୋଜିତ ହୋଇଥିଲା ।  ଉପଦେଷ୍ଟା କୁଞ୍ଜବିହାରୀ ରାଉତ ସମ୍ମାନିତ ଅତିଥି ତଥା ସଂଯୋଜକ ଭାବେ ଯୋଗଦେଇ କବିତା ଆସର କୁ ସଂଯୋଜନା କରିଥିଲେ।  ପ୍ରସିଦ୍ଧ ନୃତ୍ୟ ଶିଳ୍ପୀ ପଦ୍ମଶ୍ରୀ ଭାଗବତ ପ୍ରଧାନ, କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ, ହେପି ମୋମେଣ୍ଟସ ର ଏହି କାର୍ଯ୍ୟକ୍ରମ କୁ ପ୍ରଶଂସା କରିବା ସହ ଏହା ଅନ୍ୟମାନଙ୍କ ପାଇଁ ଉଦାହରଣ ବୋଲି ମତ ରଖିଥିଲେ।  ନିଜେ ଆନନ୍ଦ ରେ ରହିବା ଏବଂ ସମାଜରେ ଆନନ୍ଦ ବିସ୍ତାର କରିବା ମୂଳ ଲକ୍ଷ୍ୟ ନେଇ କାମ କରୁଥିବା ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ଆବଳା ବୃଦ୍ଧ, ବନିତା ଙ୍କର ମଧ୍ୟରେ ସ୍ବତନ୍ତ୍ର  ସ୍ଥାନ ସୃଷ୍ଟି କରିପାରିଛି ବୋଲି ଅତିଥି ଓ ସମ୍ବର୍ଦ୍ଧିତ ପ୍ରତିଭା ମାନେ ମତ ରଖିଥିଲେ । ଏହି କାର୍ଯ୍ୟକ୍ରମ ରେ  ଦୀନେଶ ଭୋଇ ଓ ସଂଗୀତା ଦୀପ ମଞ୍ଚ ସଂଯୋଜନା କରିଥିଲାବେଳେ  ଓଡିଶାର ରାଜ୍ୟ ପ୍ରତିନିଧି  ପ୍ରଦୀପ ଚୈଧୁରୀ, ଗଗନ ଆଚାର୍ଯ୍ୟ, ମାନୋଷି ଘୋଷ, ଅଞ୍ଜୁ ଶର୍ମା, ମାଧବୀ ଚୌଧୁରୀ, ଧନଞ୍ଜୟ ଚୌଧୁରୀ, ଦେବିକା ଘୋଷ, ସୁଚିତ୍ରା ଦର୍ଜୀ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଶେଷରେ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଶ୍ରୀ  ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like