-+91-9937148622 |
prerana_bgr@rediffmail.com |
Wednesday 24th June 2026 |
R.N.I. Regd No. ODIODI/2010/46693
Breaking News
24-Jan-2021
କଣ୍ଟାବାଞ୍ଜି(ପ୍ରେରଣା ଖବର) : ବଜାର ସାରି ସାଇକେଲ ଚଳାଇ ଫେରିବା ବେଳେ ଗାଡି ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ। କଣ୍ଟାବାଞ୍ଜି ଅଧିନ ବଙ୍ଗୋମୁଣ୍ଡା ବଜାରରୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ମୃତକ ହେଲେ ଧୁଣ୍ଡିମହୁଳ ଗାଁର ନାଥ ଭୋଇ। ସ୍ଥାନୀୟ ଲୋକଙ୍କ କହିବା ମୁତାବକ, ଫେରିବା ବେଳେ ବୃଦ୍ଧଙ୍କୁ ଚାରି ଚକିଆ ଗାଡି ଧକ୍କା ଦେଇଥିଲା।
ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ସ୍ଥାନୀୟ ଲୋକେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଗାଡି ଡ୍ରାଇଭର ଫେରାର ହୋଇଥିଲା। ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଗାଦିକିଉ ଥାନାରେ ରଖାଯାଇଛି। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଥିବା ସୂଚନା ମିଳିଛି।