-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସୋନପୁର ଠାରେ ଓଡ଼ିଶା ରାଜସ୍ୱ ଅମଲା ସଂଘର କଳା ବ୍ଯାଜ ପରିଧାନ

07-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡ଼ିଶା ରାଜସ୍ୱ ଅମଲା ସଂଘର ଏକ ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତ୍ତି ଅନୁସାରେ ଗତ ଜୁନ ୨୫ ତାରିଖରେ  ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ସୁବର୍ଣ୍ଣପୁରର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀଙ୍କ ନେତୃତ୍ଵରେ ଦଶଦଫା ଦାବି ସମ୍ବଳିତ ଦାବି ପତ୍ର ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଥିଲା I ଯଦି ୧୫ ଦିନ ମଧ୍ୟରେ ରାଜ୍ୟ ସରକାର ଦାବି ଗୁଡିକ ପୂରଣ କରିବାରେ ଅବହେଳା ପ୍ରଦର୍ଶନ କରନ୍ତି,  ତାହାହେଲେ ଜୁଲାଇ ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍ ପରିଧାନ କରିବ ବୋଲି ନିଷ୍ପତ୍ତି ହୋଇଥିଲା l ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ ଆଜି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ରାଜସ୍ଵ ଅମଲା କର୍ମଚାରୀ କଳା ବ୍ୟାଜ୍ ପରିଧାନ କରି ସରକାରଙ୍କ ଚରମ ଅବହେଳା କୁ ବିରୋଧ କରିଥିଲେ l ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର  ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା | 
ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ଶତ ପ୍ରତିଶତ ପଦୋନ୍ନତି ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ |
ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ତାହା କାର୍ଯ୍ଯ କାରୀ ହୋଇନାହିଁ l l ଏହି ପରିପ୍ରେକ୍ଷୀରେ, ତଥାପି ରାଜ୍ୟ ସରକାର ଆଗାମୀ ୧୩ ତାରିଖ ସୁଦ୍ଧା  ଉକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ,  ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତ୍ତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସଂପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ସୁବର୍ଣ୍ଣପୁରର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀ, ଉପାଧ୍ୟକ୍ଷ ସହଦେବ ମେହେର, କାର୍ଯ୍ୟକାରୀ ସଭାପତି ଶିତେଶ ପୂଜାହାରୀ,ସମ୍ପାଦକ ବନମାଳୀ ମେହେର ପ୍ରକାଶ କରିଥିଲେ | ଏହି ଅବସରରେ ଜିଲ୍ଲା ସଭାପତି ଜ୍ୟୋତୀ ରଞ୍ଜନ ଦାନୀ, କୋଷାଧ୍ୟକ୍ଷ ଜିତେନ୍ଦ୍ରିୟ ଦୀପ, ଯୁଗ୍ମ ସମ୍ପାଦକ ପ୍ରେମାନନ୍ଦ କୁଅଁର, ମୁଖ୍ୟ ଉପଦେଷ୍ଟା ଅଶୋକ କୁମାର ମିଶ୍ର, ଜିଲ୍ଲା କାର୍ଯ୍ୟପରିଷଦ ସଭ୍ୟ ଶିବଦତ୍ତ ଦାସ, ଦୁଖୀଶ୍ୟାମ ସେଠୀ, ସଞ୍ଜୁକ୍ତା କାଣ୍ଡ, ମଛିନ୍ଦ୍ର ସୁନା, ଶିବାନନ୍ଦ ବାଘ, ବିରେନ୍ଦ୍ର ରଥ, ନିମାଇ ଚରଣ ବେହେରା, ଗୋବିନ୍ଦ ଚନ୍ଦ୍ର ବଢେଇ, ଜ୍ୟୋତ୍ସ୍ନାରାଣୀ ମେହେର, ନିଶିକାନ୍ତ ଦୋରା, ସ୍ଵପ୍ନା ଦୋରା, ରୀତା ଶତପଥୀ, ମମତା ଦୀପ, ମୋନାଲିଶା ନାୟକ, ସୁରେଶ ଶର୍ମା, ରବୀନ୍ଦ୍ର ଶତପଥୀ, ଜୟଦ୍ରଥ ଜଗଦଲା, ରମେଶ ନାଗ, କପିଳ ତ୍ରିପାଠୀ, ସ୍ଵରୂପ ରଞ୍ଜନ ପୂଜହାରୀ, ବିଶ୍ଵରଞ୍ଜନ ମହାପାତ୍ର, ଦିନେଶ ମିଶ୍ର, ମିନି ପଣ୍ଡା, ଅରବିନ୍ଦ ବାରିକ,ଜିତେନ୍ଦ୍ରିୟ ପାଠୀ, ସୂର୍ଯ୍ୟନାରାୟଣ ପୁରୋହିତ, ବାବୁଲାଲ ଦାସ, କଲ୍ୟାଣୀ ନାଗ, ପୀତବାସ ମେହେର, ମେଘନାଦ ମନହିରା, ନିତୁରାଣୀ ମେହେର, ପ୍ରତିଭାରାଣୀ ବାରିକ, ବାଳକୃଷ୍ଣ ଭୋଇ, ଦେୱାନ ପୁଟୁଲିଆ,  ପ୍ରମୁଖଙ୍କ ସହ ଜିଲ୍ଲାର ସମସ୍ତ କାର୍ଯ୍ୟ।ଳୟ ଅମଲା ଓ ଉପବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like