-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ରଥ ଟଣାରେ ମୃତ ବାଳକର ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା ଦେବାକୁ ଦାବୀ

07-Jul-2025



ବିନିକା(ହିଂମାଶୁ ଶେଖର ପୁଟେଲ)ବିନିକା ବାହୁଡ଼ା ଯାତ୍ରାରେ ରଥ ଟଣା ବେଳେ ଘଟିଥିବା ଅଘଟଣରେ ମୃତ୍ୟୁ ବରଣ କରିଥିବା ୧୨ବର୍ଷର ବାଳକ ପିଙ୍କୁ ମେହେର ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ବିନିକା ଅଞ୍ଚଳବାସୀଙ୍କ ପକ୍ଷରୁ ଏକ ଦାବିପତ୍ର ସ୍ଥାନୀୟ ତହସିଲଦାର ଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି ।ସୂଚନା ଯୋଗ୍ୟ ଯେ ଗତକାଲି ବିନିକା ସହରରେ ବାହୁଡ଼ା ଯାତ୍ରା ପରିପ୍ରେକ୍ଷୀରେ ବଳଭଦ୍ର ଓ ସୁଭଦ୍ରାଙ୍କଙ୍କ ରଥ ଟଣା ସମୟରେ ୪ନାବାଳକଙ୍କ ସହ ୨ଭକ୍ତ ରଥ ଚକ ତଳେ ପଡ଼ିଯାଇ ଆହତ ହୋଇଥିଲେ ।ସେଥିରୁ ୧୨ବର୍ଷର ବାଳକ ପୀଙ୍କୁ ମେହେର ଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ବୁର୍ଲା ଡ଼ାକ୍ତରଖାନାକୁ ପଠାଇ ଥିଲେ ।ବୁର୍ଲା ରେ ପୀଙ୍କୁର ଚିକିତ୍ସା ପରେ ଅବସ୍ଥା ଆହୁରି ସାଙ୍ଘାତିକ ହେବାରୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା।ହେଲେ କଟକ ଯାଉଥିବା ବେଳେ ବାଟରେ ରେଢାଖୋଲ ନିକଟରେ ତାର ମୃତ୍ୟୁ ଘଟିଥିଲା ।ଫଳରେ ତାଙ୍କ ପରିବାର ପୁଅର ଅକାଳ ବିୟୋଗ ଅପୂରଣୀୟ କ୍ଷତି ହୋଇଛି। ଏହି ଘଟଣା ଆଜି ପ୍ରଚାରିତ ହେବାପରେ ସାରା ବିନିକା ଅଞ୍ଚଳରେ ଶୋକ ର ଲହରୀ ଖେଳିଯାଇଛି ।ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ବିନିକା ସାମ୍ବାଦିକ ସଂଘ,ହେଲ୍ପ ଟୁ ଅଦର କର୍ମକର୍ତ୍ତା ଏବଂ ଅଞ୍ଚଳର ଜନସାଧାରଣଙ୍କ ତରଫରୁ ଦସ୍ତଖତ  ସମ୍ବଳିତ ଦାବିପତ୍ର ସୃଜନ କୁମାର ପଣ୍ଡାଙ୍କ ନେତୃତ୍ୱରେ ସ୍ଥାନୀୟ ତହସିଲଦାର ରେଷ୍ମା ଭୋଇଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରଦାନ କରାଯାଇଅଛି ।ସେହିପରି ଅନ୍ୟ ପକ୍ଷରେ ବିଜ୍ଞାପିତ ପରିଷଦ ରେ ଅଧ୍ୟକ୍ଷ ସୁବାସ ଭୋଇଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା ।ଏଥିରେ ପରିଷଦର ସମସ୍ତ କାଉନସିଲର ଯୋଗଦେଇ ମୃତ ଶିଶୁର ଆତ୍ମା ର ସଦ ଗତି ଉଦ୍ଦେଶ୍ୟର ନୀରବ ପ୍ରାର୍ଥନା କରିଥିଲେ ।ପରେ ତାର ପରିବାର ବର୍ଗଙ୍କୁ କ୍ଷତିପୂରଣ ସକାଶେ ପ୍ରସ୍ତାବ ପାରିତ କରିଥିଲେ ।ପ୍ରସ୍ତାବ ଅନୁଯାୟୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁଗ୍ରହ ରାଶି ୨୫ଲକ୍ଷ ଟଙ୍କା ଶିଶୁର ପରିବାରକୁ ଦିଆଯାଉ,ଯଦି ସମ୍ଭବ ହୁଏ ଜିଲ୍ଲା ଆପଦ ଧନରୁ ତତକାଳ ସହଯୋଗ ରାଶି ଦେବାପାଇଁ ସୁପାରିସ କରାଯାଉ,ବିଜ୍ଞାପିତ ପରିଷଦ ପାଣ୍ଠିରୁ ୧ଲକ୍ଷ ଟଙ୍କା ଦେବାପାଇଁ ସହମତି କ୍ରମେ ଅନୁଗ୍ରହ କରାଗଲା ।ଉକ୍ତ ପ୍ରସ୍ତାବ ଗୁଡ଼ିକୁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ସ୍ଥାନୀୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାୟିତ୍ଵ ଦିଆଗଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like