-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବେଙ୍ଗାଳୁରୁ ସହକାର ନଗର ମନ୍ଦିରରେ ନୀଳାଦ୍ରୀ ବିଜେ ଉତ୍ସବ ଆୟୋଜନ                                     

09-Jul-2025



ବେଙ୍ଗାଳୁରୁ(ପ୍ରେରଣା ଖବର): ଉତ୍ତର ବେଙ୍ଗାଳୁରୁର ସହକାର ନଗର ସ୍ଥିତ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା,ବାହୁଡା ଯାତ୍ରା, ସୁନା ବେଶ ଏବଂ ନୀଳାଦ୍ରୀ ବିଜେ ଆଦି ଉତ୍ସବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି । ଶ୍ରୀ ଜଗନ୍ନାଥ ସେବା ଟ୍ରଷ୍ଟ ତରଫରୁ ଆୟୋଜିତ ଏହି ମହାପାର୍ବଣ  ଉପଲକ୍ଷେ ମନ୍ଦିରକୁ ଖୁବ ସୁନ୍ଦର ଭାବରେ ସଜା ଯାଇଥିବା ଦେଖା ଯାଇଥିଲା। ରଥଯାତ୍ରା ଦିନ ସକାଳେ ଏଠାରେ ମୁଖ୍ୟ ପୂଜାରୀ ରଞ୍ଜନ ପଣ୍ଡାଙ୍କ ତତ୍ତ୍ଵାବଧାନରେ ସକାଳୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଓ ରୀତିନୀତି ଧାର୍ମିକ ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା। ଚଳିତବର୍ଷର ଘୋଷଯାତ୍ରାରେ ସହସ୍ରାଧିକ ଓଡ଼ିଆ ଓ ଅଣଓଡ଼ିଆ ଭକ୍ତଗଣଙ୍କର ସମାଗମ ହୋଇଥିବା ଲକ୍ଷ୍ୟ କରାଯାଇଥିଲା।  ଅପରାହ୍ନରେ ଦିଅଁ ମାନଙ୍କୁ ଧାଡ଼ି

ପହଣ୍ଡି କରାଯାଇ ସୁନ୍ଦର, ସୁଶୋଭିତ ଏବଂ ବିଭିନ୍ନ ରଙ୍ଗବେରଙ୍ଗର କପଡ଼ା ତଥା ପିପିଲି ଚାନ୍ଦୁଆରେ ସୁସଜ୍ଜିତ ୨୫ ଫୁଟ ଉଚ୍ଚତା ବିଶିଷ୍ଟ ରଥ ଉପରକୁ ନିଆଯାଇଥିଲା। ଏଠାରେ ରାଜା ଭାବରେ ନାମିତ ହୋଇଥିବା ରାଜୁ ଆନ୍ନା ଛେରା ପହଁରା କାର୍ଯ୍ୟ କରିଥିଲେ। ଏହାପରେ ବହୁ ଆକାଂକ୍ଷିତ ଏବଂ ଦୀର୍ଘ ପ୍ରତିକ୍ଷିତ ରଥଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସଂଗଠକ ଓ ଦର୍ଶକମାନଙ୍କର ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ଵନି ଏବଂ ଶଙ୍ଖ, ଘଣ୍ଟ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହଗହ ନାଦ ତଥା ଭଜନ, କୀର୍ତ୍ତନ ର ମୃଦ୍ୟୁମନ୍ଦ ଝଙ୍କାର ମଧ୍ୟରେ ରଥଟିକୁ  ଦେଢ଼ କିଲୋମିଟର ପର୍ଯ୍ୟନ୍ତ ଟଣାଯାଇ ପୁଣି ମନ୍ଦିର ସାମ୍ନାକୁ ଫେରାଇ ଅଣାଯାଇଥିଲା। ଚଳିତବର୍ଷର ରଥଯାତ୍ରାକୁ କେନ୍ଦ୍ର କରି ଉପସ୍ଥିତ ଭକ୍ତ ମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ, ଅସୀମ ଉନ୍ମାଦନା ଓ ଅଫୁରନ୍ତ ଉଦ୍ଦୀପନା ପରିଲ୍ଲକ୍ଷିତ କରାଯାଇଥିଲା।  ବେଙ୍ଗାଳୁରୁର ରାଜରାସ୍ତାରେ ରାଜକୀୟ ଠାଣିରେ ରଥାରୂଢ଼ ଜଗତର ନାଥ ଜଗନ୍ନାଥଙ୍କର ଯାତ୍ରା ଏବଂ ଭକ୍ତ ଓ ଭଗବାନଙ୍କର ମହା ମିଳନର ଦୃଶ୍ୟ ବେଶ୍ ମର୍ମସ୍ପର୍ଶୀ ଓ ଅବିସ୍ମରଣୀୟ ଥିଲା।                                                  


ରଥଟି ମନ୍ଦିର ପରିସରକୁ ଫେରିବା ପରେ ଛଅ ତାରିଖରେ ଠାକୁର ମାନଙ୍କୁ ପୁରୀ  ମନ୍ଦିର ଶୈଳୀରେ ସୁନାବେଶ କରାଯାଇଥିଲା। ସାତ ତାରିଖରେ  ଅଧରପଣା ଅର୍ପଣ କରାଯାଇଥିଲା। ଆଜି ଏଠାରେ ନୀଳାଦ୍ରୀ ବିଜେ ଉତ୍ସବ ଭକ୍ତିପୂତ ପରିବେଶ ମଧ୍ୟରେ ପାଳନ କରାଯାଇଥିଲା। ଠାକୁର ମାନଙ୍କୁ ସାହି ରୋଷଣୀ କରି ଗର୍ଭଗୃହ ଭିତରକୁ ନିଆଯାଇ ରତ୍ନସିଂହାସନରେ ଆସୀନ କରାଯାଇଥିଲା। ସନ୍ଧ୍ୟାରେ ଆଳତି ଅନୁଷ୍ଠିତ ହୋଇଥିଲା।                   

ଦୀର୍ଘ ବାର ଦିନର ରଥଯାତ୍ରା ପର୍ବକୁ ସକ୍ଷମତାର ସହିତ ଆୟୋଜନ ଏବଂ ସଫଳତା ସହିତ ସମାପନ କରାଯିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ସେବା ଟ୍ରଷ୍ଟର ସୁଦକ୍ଷ ସଂଗଠକ ବୃନ୍ଦ ଯଥା ସଂସ୍ଥାପକ ସଦସ୍ୟ ନୀଳମଣି ବେହୁରା, ସଭାପତି ବିଷ୍ଣୁ ଚରଣ ରାଉତ, ସମ୍ପାଦକ ଜିତେନ୍ଦ୍ର ରାଉତ, ପରିଚାଳନା ଟ୍ରଷ୍ଟି ବବୃବାହନ ବିଶ୍ୱାଳ, ସଞ୍ଜୟ କୁମାର ରାଉତ ତଥା ସଦସ୍ୟଗଣ ପ୍ରତାପ କୁମାର ପଣ୍ଡା,ସୁବ୍ରତ କୁମାର ସାହୁ,

ନିରଦ କୁମାର ସ୍ୱାଇଁ, କାର୍ତ୍ତିକ ଚନ୍ଦ୍ର ନାୟକ, ସୁନୀଲ ପାଢ଼ୀ, ରାଜେଶ ମହାରଣା, ଶଙ୍କରଜିତ ପଟ୍ଟନାୟକ, ଚିନ୍ମୟ କୁମାର ଜେନା, ରୁପେଶ ମହାରଣା, ସିଦ୍ଧାର୍ଥ ସାମନ୍ତରାୟ, ସମୀର ସାମନ୍ତରାୟ, ବିଶ୍ୱଜିତ ମିଶ୍ର, ପ୍ରଜ୍ଞା ମହାନ୍ତି, ନବୀନ କିଶୋର ନାହାକ,ସତ୍ୟ ରଞ୍ଜନ ପଟ୍ଟନାୟକ, ପ୍ରିୟବ୍ରତ ସାମଲ ଏବଂ ମାନସ ରଞ୍ଜନ ସାହୁ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like