-+91-9937148622 |
prerana_bgr@rediffmail.com |
Saturday 20th June 2026 |
R.N.I. Regd No. ODIODI/2010/46693
Breaking News
25-Jan-2021
ବରଗଡ, (ମୁକୁନ୍ଦ ଦାସ) :: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ ।
ସୂଚନାଯୋଗ୍ୟ ଯେ, ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଉମେଶ କୁମାର ସେଠଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ବରଗଡ ଏବଂ ସମ୍ବଲପୁର ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କ ବରଗଡ ସ୍ଥିତ ବାସଭବନ, ବରପାଲି ଥାନା ଅନ୍ତର୍ଗତ ଲାଉନସରା ଗ୍ରାମ ସ୍ଥିତ ବାସଭବନ, କେଲେଙ୍ଗାପାଲି ଗ୍ରାମପଞ୍ଚାୟତ ଅଫିସ ଓ କେଶାଇପାଲି ପଞ୍ଚାୟତ ଅଫିସରେ ଚଢାଉ କରାଯାଇଛି ।
ଚଢାଉ ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସମେତ ଜମି କିଣା କାଗଜପତ୍ର ମିଳିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି ।