-+91-9937148622 |
prerana_bgr@rediffmail.com |
Saturday 19th September 2026 |
R.N.I. Regd No. ODIODI/2010/46693
Breaking News
14-Jul-2025
ବୀରମହାରାଜପୁର (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଏଥିସହ ତରଭା ଏଇଏସ୍ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ସମ୍ଭୁ ଭୁଷଣ ପଣ୍ଡା ମୁଖ୍ୟବକ୍ତା, ବୀରମହାରାଜପୁର ଜଳେଜର ପ୍ରାକ୍ତନ ଅଧ୍ୟକ୍ଷ ମୁରଲିଧର ହୋତା, ବୀରମହାରାଜପୁର ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହା, ଇଂରାଜୀ ବିଭାଗ ପ୍ରଧ୍ୟାପିକା ଗୀତାଞ୍ଜଳୀ ପୂଜାରୀ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଇତିହାସ ଅଧ୍ୟାପିକା ଡ. ବନ୍ଦିତା ବିଶ୍ୱାଳ ସ୍ଵାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶିକ୍ଷା ବିଭାଗର ଅଧ୍ୟାପକ ଡ. ଶିଶିର ବଣିଆ କଲେଜ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ଏହାର ବିଭିନ୍ନ ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ। ଶିକ୍ଷା ବିଭାଗର ମୁଖ୍ୟ ବିଜୟ କୁମାର ପଧାନ ଚଳିତ ଶିକ୍ଷାବର୍ଷରେ ଯୁକ୍ତଦୁଇ ଓ ଯୁକ୍ତତିନିର ରେଜଲ୍ଟ ସମ୍ପର୍କରେ ସୂଚନାପ୍ରଦାନ କରିଥିଲେ। ଏହି ଅବସରରେ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନୀତ କରାଯାଇଥିଲା। ଏଥିସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଓଡ଼ିଆ ଅଧ୍ୟାପିକା ଜାମିନୀ ଦାଶ ସଭା ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।