-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲାରେ ବନ୍ଦର ପ୍ରଭାବ ସଫଳ 

18-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାକୁ ନିନ୍ଦା କରି ମୃତକଙ୍କ ପରିବାରକୁ ନ୍ୟାୟ, କ୍ଷତିପୂରଣ ଦାବି କରିଛି କଂଗ୍ରେସ ଦଳ। ସମଗ୍ର ମାଲକାନଗିରି ଜିଲ୍ଲାର ବନ୍ଦ ପ୍ରଭାବ ପଡିଛି । ଗଡ଼ୁନି ବସ୍, ଟ୍ରକ୍‌ ଏବଂ ଅନ୍ୟାନ୍ୟ ଗାଡ଼ି। ବନ୍ଦ ରହିଛି ଦୋକାନ ବଜାର, ପେଟ୍ରୋଲ ପମ୍ପ, ସ୍କୁଲ,କଲେଜ । ବିଭିନ୍ନ ଛକରେ କଂଗ୍ରେସ କର୍ମୀମାନେ ସକାଳୁ ସକାଳୁ ପିକେଟିଂ କରିବା ସହ ପ୍ରତିବାଦ କରୁଛନ୍ତି । ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ପାଇଁ ଦାବି ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଏଥିରେ ମାଲକାନଗିରି ନଗର କଂଗ୍ରେସ ଓ ଜିଲ୍ଲା କଂଗ୍ରେସ ସମେତ ସିପିଆଇ, ସିପିଏମ୍ ଆଦି ଦଳ ସାମିଲ୍ ହୋଇଛନ୍ତି । 
ମାଲକାନଗିରି ଜିଲ୍ଲା ବନ୍ଦ ଡାକରାରେ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସହର ଓ ବିଭିନ୍ନ ବ୍ଲକ, ଜିଲ୍ଲା ପାଳ ଅଫିସ ସହିତ ଅନ୍ୟାନ ଅଫିସ ସମ୍ମୁଖରେ ପୁଲିସ ଫୋର୍ସ ମୁତୟନ ସହିତ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହା ବ୍ୟତିତ ମୋବାଇଲ୍ ପାଟ୍ରୋଲିଂ ଟିମ୍ ସହ ପିସିଆର୍ ଭ୍ୟାନ କଡ଼ାକଡ଼ି ପାଟ୍ରୋଲିଂ ବ୍ୟବସ୍ଥା ରଖାଯାଇଛି । ସ୍ଥାନୀୟ ଓ ଦୂରଗାମୀ ବସ୍‌ଗୁଡିକ ବସ୍‌ ଷ୍ଟାଣ୍ଡ ନିକଟରେ ଅଟକି ରହିଛି। ଦୂର ସ୍ଥାନକୁ ଯାଉଥିବା ଯାତ୍ରୀମାନେ ବସ୍‌ ଷ୍ଟାଣ୍ଡ ନିକଟରେ ଜଗି ରହିଛନ୍ତି । ଦୋକାନ ବଜାର ବନ୍ଦ ଥିବାରୁ ଜଳଖିଆ କିମ୍ବା ପାଣି ଟୋପାଏ ନପାଇ ଯାତ୍ରୀମାନେ

ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଆନ୍ଦୋଳନରେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲ୍ଲା କଂଗ୍ରେସ ସଭାପତି ଜି ଶ୍ରୀନିବାସ ରାଓ , ଜିଲ୍ଲା କଂଗ୍ରେସ କମିଟି ପୂର୍ବତନ ସଭାପତି ଗୋବିନ୍ଦ ପାତ୍ର, କେଶୁରାଓ, ପଦ୍ମପାଙ୍ଗି, ଇଷାକ ଖୋସଲା, ପର୍ଶୁରାମ ଭକ୍ତ, ପ୍ରାଣକୃଷ୍ଣ ମଣ୍ଡଳ, କୃଷ୍ଣ ଚନ୍ଦ୍ର ଅନୁଗୁ, ଇର୍ମା ପଡିଆମୀ, ପୁଷ୍ପା ରାଣୀ କବାସୀ, ଭୀମା ବାର୍ସେ ପ୍ରମୁଖ କଂଗ୍ରେସ ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ। ଏହା ବ୍ୟତୀତ ବାଲିମେଳା ଛକଠାରେ ସିପିଆଇଏମ ଜିଲ୍ଲା ସମ୍ପାଦକ ବ୍ରଜ ମାଝୀଙ୍କ ନେତୃତ୍ୱରେ ପିକେଟିଂ ସହ ବନ୍ଦ ପାଳନ ହୋଇଛି ।ଏଆଇଟିୟୁସି ଜିଲ୍ଲା ସଭାପତି ମହାନନ୍ଦ ଦୁର୍ଗା,ଓଡିଶା କୃଷକ ସଭା ଜିଲ୍ଲା ସଭାପତି ଭୂପେଶ କର୍ମକାର, ଓଡିଶା କୃଷକ ସଭା ସମ୍ପାଦକ କୃଷ୍ଣ ପାଣ୍ଡୀ ,ଧବୁଲୁ ବେହେରା, ଡମ୍ବରୁ ପାଙ୍ଗି, ଭଗବାନ ଶିସା ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like