-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ରାଜ୍ୟ

ଉନ୍ନତ ମତ୍ସ୍ୟ ପ୍ରଯୁକ୍ତିବିଦ୍ୟା ସମ୍ପର୍କରେ ଚାଷୀ ହେବେ ପ୍ରଶିକ୍ଷିତ ଉତ୍ପାଦନ ହେବ ବହୁଗୁଣିତ, ଜୀବିକା ହେବ ଅଧିକ ସୁରକ୍ଷିତ: ମନ୍ତ୍ରୀ

23-Jul-2025



ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ପ୍ରଶିକ୍ଷଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ  

ଭୁବନେଶ୍ୱର(ପ୍ରେରଣା ଖବର): “ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ତାଲିମ କେନ୍ଦ୍ର”ର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଭୁବନେଶ୍ଵର କୌଶଲ୍ୟାଗଙ୍ଗ ସରକାରୀ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ରଠାରେ ଆଜି ଅନୁଷ୍ଠିତ ହୋଇଯାଇଛି ।

ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ କହିଛନ୍ତି, ମତ୍ସ୍ୟଚାଷୀ, ଉଦ୍ୟୋଗୀ ଏବଂ ମତ୍ସ୍ୟ ଅଧିକାରୀମାନଙ୍କୁ ଉନ୍ନତ ମତ୍ସ୍ୟ ପ୍ରଯୁକ୍ତିବିଦ୍ୟା ଓ ଆଧୁନିକ କୌଶଳ ବିଷୟରେ ଏହି କେନ୍ଦ୍ରରେ ପ୍ରଶିକ୍ଷଣ ଦିଆଯିବ । ଫଳରେ ମାଛ ଉତ୍ପାଦନ ବହୁଗୁଣିତ ହେବା ସହ ମତ୍ସ୍ୟଚାଷୀଙ୍କ ଜୀବନ-ଜୀବିକା ଅଧିକ ସୁରକ୍ଷିତ ହୋଇପାରିବ । 

ମାଛ ଚାଷରେ ଓଡିଶାକୁ ଏକ ନମ୍ବର ରାଜ୍ୟ ଭାବେ ପ୍ରତିପାଦିତ କରିବା ଲକ୍ଷ୍ୟ ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ “ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ତାଲିମ କେନ୍ଦ୍ର”ର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି ଦୂରଦୃଷ୍ଟିକୁ ସାକାର କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରାୟ ୧୫ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି 

ପ୍ରାୟ ୧୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ଏହି ପ୍ରଶିକ୍ଷଣ କେନ୍ଦ୍ରର କାର୍ଯ୍ୟ ଆସନ୍ତା ୨ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରହିଛି । ତିନି ମହଲା ବିଶିଷ୍ଟ ଏହି ପ୍ରଶିକ୍ଷଣ ଭବନରେ ୧୨୦ କ୍ଷମତା ବିଶିଷ୍ଟ ସମ୍ମିଳନୀ କକ୍ଷ, ୪୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ, ପରୀକ୍ଷାଗାର, ପାଠାଗାର, କର୍ମଚାରୀ କକ୍ଷ, ଅତିଥି କକ୍ଷ, ଅଭ୍ୟର୍ଥନା କକ୍ଷ, ଭୋଜନାଳୟ, ଯାନ ରହଣି ସ୍ଥାନ ପାଇଁ ସୁବିଧା ରହିବ । ପ୍ରତି ବ୍ୟାଚ୍‌ରେ ୧୦୦ ଜଣ ପ୍ରଶିକ୍ଷାର୍ଥୀ ଏଠାରେ ପ୍ରଶିକ୍ଷଣ ନେଇ ପାରିବେ ।

ମତ୍ସ୍ୟ ଚାଷୀ, ଉଦ୍ୟୋଗୀ, ମତ୍ସ୍ୟ ଅଧିକାରୀମାନେ ଉନ୍ନତ ଆଧୁନିକ ମାଛ ଚାଷ ପଦ୍ଧତି ଏବଂ ଜ୍ଞାନ କୌଶଳ ଉପରେ ପ୍ରଶିକ୍ଷଣ ପାଇବା ଫଳରେ ଆମର ମାଛ ଉତ୍ପାଦନ ବୃଦ୍ଧି ପାଇବ ଏବଂ ଚାଷୀଙ୍କ ଆୟ ବହୁଗୁଣିତ ହୋଇପାରିବ । ଚାଷୀଙ୍କ ଦକ୍ଷତା ବିକାଶ ଏବଂ ଉନ୍ନତ ମାଛ ଚାଷ ମାଧ୍ୟମରେ ମତ୍ସ୍ୟଚାଷୀଙ୍କ ସଶକ୍ତୀକରଣ ଦିଗରେ ଏହା ସହାୟକ ହେବ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ମଲ୍ଲିକ ପ୍ରକାଶ କରିଥିଲେ । ମାନ୍ୟବର ମନ୍ତ୍ରୀ ଉପସ୍ଥିତ ସାମ୍ବାଦିକ ବନ୍ଧୁମାନଙ୍କୁ କାର୍ଯ୍ୟକ୍ରମ ସମ୍ପର୍କରେ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିବା ସହ ଭାବ ବିନିମୟ କରିଥିଲେ । 

ଏହି କାର୍ଯ୍ୟକ୍ରମରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲମ୍, ବିଭାଗୀୟ ଅଧିକାରୀ, ମତ୍ସ୍ୟ ଚାଷୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like