-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ରାଜ୍ୟର ୮ ଟି ବିରୋଧୀ ଦଳ ଏକାଠି ହେଲେ, ମହିଳାଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ

24-Jul-2025



ଭୁବନେଶ୍ବର (ପ୍ରେରଣା ଖବର): ଓଡ଼ିଶାର ମହାମହିମ ରାଜ୍ୟପାଳଙ୍କୁ ଭେଟି ମହିଳାଙ୍କୁ ନ୍ୟାୟ ଦାବି କରି ରାଜ୍ୟର ୮ଟି ବିରୋଧୀ ଦଳ ତରଫରୁ ଆଜି ଅପରାହ୍ନରେ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଓ ବ୍ୟବସ୍ଥାଗତ ବିଫଳତା ସମ୍ପର୍କରେ ନ୍ୟାୟ ଦାବି କରି ୮ଟି ବିରୋଧୀ ଦଳର ଏକ ରାଜ୍ୟସ୍ତରୀୟ ପ୍ରତିନିଧି ଦଳ ମହାମହିମ ରାଜ୍ୟପାଳଙ୍କୁ ଭେଟି ଏହି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏହି ସ୍ମାରକପତ୍ରରେ ମହିଳାଙ୍କୁ ସୁରକ୍ଷା ଓ ନ୍ୟାୟ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଅନୁରୋଧ କରାଯାଇଛି।

ମହିଳା ବିଚାରପତିଙ୍କ ନେତୃତ୍ୱରେ ଏକ  ବିଚାର ବିଭାଗୀୟ ତଦନ୍ତ କମିଶନ ଗଠନ କରାଯାଉ, ଯାହା ମହିଳାଙ୍କ ବିରୁଦ୍ଧରେ ଅପରାଧର କାରଣ ଓ ବ୍ୟବସ୍ଥାଗତ   ବିଫଳତା ସମ୍ପର୍କ ରେ ତଦନ୍ତ କରି ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ଦାବି କରାଯାଇଛି ।

ପୁଲିସ୍ ବ୍ୟବସ୍ଥା ରେ ରାଜନୈତିକ ହସ୍ତକ୍ଷେପ ବନ୍ଦ କରିବା ପାଇଁ ମିଳିତ ବିରୋଧୀ ଦଳ ଦାବି କରିଛନ୍ତି । 
ସଂସ୍ଥାଗତ ସୁଧାର ଆଣିବା ପାଇଁ ଓଡ଼ିଶା ରାଜ୍ୟ ମହିଳା ଆୟୋଗରେ ତୁରନ୍ତ ଅଧ୍ୟକ୍ଷା ନିଯୁକ୍ତି କରିବା ପାଇଁ ଦାବି କରାଯାଇଛି ।  ଓଡ଼ିଶା ରେ ପଡ଼ି ରହିଥିବା ମହିଳା ସଂପର୍କୀୟ ୧୧,୦୦୦ରୁ ଅଧିକ ଅଭିଯୋଗର ତୁରନ୍ତ ସମାଧାନ କରାଯାଉ। ମହିଳା ପୁଲିସ ଷ୍ଟେସନ ଓ ଟୋଲ-ଫ୍ରି ହେଲପଲାଇନ ଆରମ୍ଭ କରାଯାଉ ।  ମହିଳାଙ୍କ ବିରୁଦ୍ଧରେ  ହେଉଥିବା ଅପରାଧିକ ମାମଲା ୬ ମାସ  ସମୟ ସୀମା ମଧ୍ୟରେ ସମାଧାନ କରିବା ପାଇଁ ଦାବି କରାଯାଇଛି । ମହିଳା ଅପରାଧିକ ମାମଲାରେ ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮.୩%ରୁ ବଢ଼ାଇ ଜାତୀୟ ହାର ୨୬.୬% ପର୍ଯ୍ୟନ୍ତ ପହଞ୍ଚିବା ପାଇଁ କୁହା ଯାଇଛି । ମାଦକ ଦ୍ରବ୍ୟ ସେବନ ଜନିତ ଅପରାଧ ରୋକିବା ପାଇଁ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ ଓ ସ୍କୁଲ-କଲେଜରେ ଯୌନ ନିର୍ଯାତନା ରୋକିବା ପାଇଁ ନିୟମିତ ସଚେତନ ଏବଂ ତଦାରଖ ବ୍ୟବସ୍ଥା କରାଯାଉ।  ସାର୍ବଜନୀନ ସ୍ଥାନରେ ସୁନିଶ୍ଚିତ ବିଦ୍ୟୁତ ବ୍ୟବସ୍ଥା, ସିସିଟିଭି, ପୁଲିସ୍ ପେଟ୍ରୋଲିଂ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଉ। ଜଷ୍ଟିସ ବର୍ମା କମିଟିର ସୁପାରିଶ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା କୁ କଡ଼ାକଡି କରାଯାଉ।  ପୁଲିସକୁ ଯୌନ ଅପରାଧ ମାମଲାରେ ସମ୍ବେଦନଶୀଳ ତଦନ୍ତ ପାଇଁ ତାଲିମ ଦିଆଯାଉ। କମ୍ୟୁନିଟି ପୁଲିସ୍ ବ୍ୟବସ୍ଥା ପ୍ରଚଳନ କରିବା ପାଇଁ ଦାବି କରାଯାଇଛି ।
 ମହିଳାଙ୍କ ବିରୁଦ୍ଧରେ ହିଂସା ରୋକିବା ପାଇଁ  କଡ଼ା ଆଇନ ପ୍ରଣୟନ କରାଯାଉ।  ମହିଳାଙ୍କୁ ଦକ୍ଷତା ବିକାଶ ଓ ରୋଜଗାର ଯୋଗାଇ ଅର୍ଥନୈତିକ ଭାବେ ସଶକ୍ତ  ଏବଂ ସ୍ୱାବଲମ୍ବନ  କରାଯାଉ।  
ପୋଲିସ ଷ୍ଟେସନରେ ଦୁଷ୍କର୍ମ ଏବଂ ଯୌନ ଅପରାଧ ରେକର୍ଡ ପାଇଁ ସ୍ବତନ୍ତ୍ର ସେଲ୍  ଓ ଅନଲାଇନ ଏଫଆଇଆର ବ୍ୟବସ୍ଥା ଆରମ୍ଭ କରାଯାଉ।   ମହିଳାଙ୍କ ବିରୋଧ ରେ ବୃଦ୍ଧି ପାଉଥିବା ସଙ୍ଗୀନ ଅପରାଧ ରୋକିବା ପାଇଁ ସକଳ ସ୍ତରର ଜନସାଧାରଣ, ମହିଳା ସଂଗଠନ,ମହିଳା ଅଧିକାର କର୍ମୀ, ସାମାଜିକ କର୍ମୀ ଓ ପୀଡ଼ିତା ପରିବାରଙ୍କ ସହ ନିୟମିତ ଆଲୋଚନା କରିବା ପାଇଁ ମିଳିତ ବିରୋଧୀ ଦଳ ପକ୍ଷରୁ ଦାବି କରାଯାଇଛି।
ଟ୍ରଫିକିଂ ଏବଂ ବିଭିନ୍ନ ଆବାସିକ ବିଦ୍ୟାଳୟ ରେ ନାବଳିକା ମାନଙ୍କ ଉପରେ ହେଉଥିବା ଯୌନ ନିର୍ଯାତନା ରୋକିବା ପାଇଁ ସୁନିଶ୍ଚିତ ବ୍ୟବସ୍ଥା ସହିତ ଅଭିଯୁକ୍ତ ମାନଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ ଶାସ୍ତି ବିଧାନ କରିବା ପାଇଁ ଦାବି କରାଯାଇଛି ।

ଏହି ପ୍ରତିନିଧି ଦଳରେ କଂଗ୍ରେସର ରାଜ୍ୟ ସଭାପତି ଭକ୍ତ ଚରଣ ଦାସ,କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡ଼ାମ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ପି ସି ସି ରାଜ୍ୟ ସଭାପତି ଜୟଦେବ ଜେନା, ମହିଳା କଂଗ୍ରେସ ରାଜ୍ୟ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି,ସିପିଆଇ ରାଜ୍ୟ ସହ ସମ୍ପାଦକ ଡାକ୍ତର ପ୍ରଶାନ୍ତ କୁମାର ମିଶ୍ର, ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଜୟନ୍ତ ଦାସ, ସିପିଆଇ(ଏମ) ରାଜ୍ୟ ସମ୍ପାଦକ ସୁରେଶ ଚନ୍ଦ୍ର ପଣିଗ୍ରାହୀ, ସିପିଆଇ(ଏମଏଲ)-ଲିବେରେସନର ରାଜ୍ୟ ସମ୍ପାଦକ ଯୁଧିଷ୍ଠିର ମହାପାତ୍ର, ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକର ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ମହାପାତ୍ର, ଏନସିପି ରାଜ୍ୟ ସଭାପତି ବିକ୍ରମ ସ୍ୱାଇଁ, ଏସପି ରାଜ୍ୟ ସାଧାରଣ ସମ୍ପାଦକ ପ୍ରତାପ ବାରିକ, ଆରଜେଡି ରାଜ୍ୟ ସାଧାରଣ ସମ୍ପାଦକ ହେମନ୍ତ କୁମାର ପ୍ରମୁଖ ଏହି ପ୍ରତିନିଧି ଦଳ ରେ ନେତୃତ୍ଵ ନେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like