-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମହିଳାଙ୍କ ଦକ୍ଷତା ବିକାଶ ପାଇଁ ମିଳୁ ସ୍ପତନ୍ତ୍ର ଅନୁଦାନ: ପ୍ରଦୀପ ପୁରୋହିତ

24-Jul-2025



ପଦ୍ମପୁର(ପ୍ରେରଣା ଖବର): ମହିଳାଙ୍କ ଦକ୍ଷତା ବିକାଶ ପାଇଁ ମିଳୁ କେନ୍ଦ୍ର ସରକାରଙ୍କ ସ୍ପତନ୍ତ୍ର ଅନୁଦାନ । କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଏଭଳି ଦାବି କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ମହିଳାଙ୍କ ଦକ୍ଷତା ବିକାଶ ଏବଂ ସାମଗ୍ରିକ ସଶକ୍ତିକରଣ ପାଇଁ ସ୍ପତନ୍ତ୍ର ପ୍ରକଳ୍ପର ମଂଜୁରୀ ପାଇଁ ଦାବି କରିଛନ୍ତି ବରଗଡ଼ ସାଂସଦ । ଏନେଇ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀଙ୍କୁ ଭେଟି ଦୀର୍ଘ ସମୟ ଧରି ଆଲୋଚନା କରିଛନ୍ତି ପ୍ରଦୀପ ପୁରୋହିତ । ବରଗଡ଼ ସଂସଦୀୟ କ୍ଷେତ୍ରରେ ଥିବା ମହିଳାଙ୍କ  ପାଇଁ ଦକ୍ଷତାର ବିକାଶ ତଥା ମହିଳାଙ୍କ ସଶକ୍ତିକରଣ ଦିଗରେ ସେ ଦାବି ଉପସ୍ଥାପନା କରିଛନ୍ତ । କୃଷି, ପଶୁ ସମ୍ପଦ, ଦୁଗ୍ଧ ଉତ୍ପାଦନ, ମତ୍ସ୍ୟଚାଷ, ବୟନ, ହସ୍ତତନ୍ତ, ଖଦି ଓ ଗ୍ରାମାଂଚଳ କାରଖାନା ତଥା ପାରମ୍ପରିକ କ୍ଷେତ୍ରରେ ଦକ୍ଷତା ମୂଳକ ତାଲିମ ମହିଳା ମାନଙ୍କୁ ଦିଆଯାଉ ବୋଲି କହିଛନ୍ତି ପ୍ରଦୀପ ପୁରୋହିତ । ମହିଳାଙ୍କୁ ଉଦ୍ୟୋଗ ଓ ଆତ୍ମନିର୍ଭରଶୀଳ ତାଲିମ ଦେବାକୁ ସେ ଗୁରୁତ୍ୱ ଦେଇଛନ୍ତି । ମହିଳାଙ୍କ ସୁରକ୍ଷା, ଆଇନଗତ ଅଧିକାର, ସଂସ୍ଥାଗତ ସହାୟତା ବ୍ୟବସ୍ଥା ସମ୍ପର୍କରେ ମହିଳା ମାନଙ୍କୁ ସଚେତନତା କଲା ଭଳି କାର୍ଯ୍ୟକ୍ରମ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ସେ ଦାବି କରିଛନ୍ତି । ତାଲିମ ପରେ ସ୍ଥାୟୀ ଜୀବିକା ସୁନିଶ୍ଚିତ କରିବା ଓ ରୋଜଗାରକ୍ଷମ କାର୍ଯ୍ୟକ୍ରମ କରାଯବିାର ଆବଶ୍ୟକତା ଥିବା କହିଛନ୍ତି ବରଗଡ଼ ସାଂସଦ । କେନ୍ଦ୍ର ସରକାରଙ୍କ ମିଶନ ଶକ୍ତି ଓ ଅନ୍ୟ ଯୋଜନାରେ ଏହି ଅଂଚଳର ମହିଳାମାନଙ୍କୁ ସାମିଲ କରାଯାଉ । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରାୟ ୭ ଲକ୍ଷ ୩୦ ହଜାର ମହିଳା ଅଛନ୍ତି । ଏଠାକାର ମୋଟ ଜନସଂଖ୍ୟାର ୪୯.୨%  ହେଉଛନ୍ତି ମହିଳା । ଏମାନେ କୃଷି, ପଶୁପାଳନ, ମାଇନିଂ ଓ କଳ କଳାରଖାନା ଉପରେ ନିର୍ଭର କରନ୍ତି ।  ବଡ଼ ବଡ଼ ଇଣ୍ଡଷ୍ଟ୍ରୀ ଥିବା ସତ୍ୱେ ବିଶେଷକରି ମହିଳାମାନେ ସ୍ଥାନୀୟ ଭାବରେ ଦକ୍ଷ ମାନବସମ୍ବଳ ଗୁରୁତର ଅଭାବର ସମ୍ମୁଖୀନ ହେଉଛନ୍ତି । ସେଥିପାଇଁ ପଡୋଶୀ ରାଜ୍ୟରୁ ମାନବସମ୍ବଳ ଆଣି କାମରେ ନିୟୋଜିତ କରାଯାଉଛି । ତେଣୁ ମହିଳାମାନଙ୍କ ଦକ୍ଷତା ବିକାଶ ଏବଂ ସାମଗ୍ରିକ ସଶକ୍ତିକରଣ ପାଇଁ ଏକ ଲକ୍ଷ୍ୟ ଭିତ୍ତିକ ପଦକ୍ଷେପ କାର୍ଯ୍ୟକାରୀ କରିବା ଉଦେ୍ଦଶ୍ୟରେ ମନ୍ତ୍ରଣାଳୟର ମିଶନ ଶକ୍ତି ଯୋଜନା ଏବଂ କାର୍ଯ୍ୟକ୍ରମ ଅଧିନରେ ସ୍ୱତନ୍ତ୍ର ପ୍ରକଳ୍ପ ଅନୁଦାନ ମଂଜୁର କରିବାକୁ କେନ୍ଦ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀଙ୍କ ନିକଟରେ ଦାବି କରିଛନ୍ତି ସାଂସଦ ପ୍ରଦୀପ ପୁରୋହିତ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like