-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଅଜଣା କାର ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ… କ୍ଷତିପୂରଣ ଦାବିରେ ୭ଘଣ୍ଟା ରାସ୍ତାରୋକ: ଯାତ୍ରୀ ହନ୍ତସନ୍ତ

25-Jul-2025



ପ୍ରଶାସନର ପ୍ରତିଶୃତି ପରେ ରାସ୍ତାରୋକ ପ୍ରତ୍ୟାହାର

କଣ୍ଟାମାଳ(ଜୟ କୁମାର ମହାରଣା)  ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟଣାକୁ ନେଇ ଆଜି ସକାଳ ୬ଟା ଠାରୁ ଶତାଧିକ ଉତ୍ୟକ୍ତ ମହିଳା ଓ ପୁରୁଷ ମନମୁଣ୍ଡା -କଣ୍ଟାମାଳ ୪୧ନଂ ରାଜ୍ୟ ରାଜପଥର ବଡକୁଶଙ୍ଗ ଠାରେ ରାଜରାସ୍ତା ଅବରୋଧ କରି ପୀଡିତ ପରିବାରକୁ କ୍ଷତିପୂରଣ, ଦୁର୍ଘଟଣା ଘଟାଇଥିବା ଅଭିଯୁକ୍ତକୁ ତୁରନ୍ତ ଗିରଫ ଦାବିକୁନେଇ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର କଣ୍ଟାମାଳ ତହସିଲଦାର ଶ୍ୱେତପଦ୍ମା ଯୋଶୀ ଙ୍କୁ ପ୍ରଦାନ କରିଥିଲେ  l ପରେ ବୌଦ୍ଧ ଏସ୍ଡ଼ିପିଓ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା ପରେ ରାସ୍ତା ଅବରୋଧ ହଟିଥିଲା l   ସୂଚନାପ୍ରକାରେ କଣ୍ଟାମାଳ ଥାନା ରେଙ୍ଗାଲି ପଞ୍ଚାୟତ ବଡ଼କୁଶଙ୍ଗ ଗ୍ରାମର ଦୟାନିଧି ରଣା (୪୫) ବୁଧବାର ଅପରାହ୍ନ ରେ ପଲସାଗୋରାକୁ ସାଇକେଲ ସଜାଡିବାକୁ ଯାଇଥିଲେ  l ସଂଧ୍ୟାରେ ପଲସାଗୋରାରୁ ଫେରିବା ବାଟରେ ବଡ଼କୁସଙ୍ଗ ନିକଟ ଭୂମିଗୁଡ଼ି ଠାରେ  ପଲସାଗୋରା ପଟୁ କଣ୍ଟାମାଳ ଦିଗକୁ ଦ୍ରୁତଗତିରେ ଯାଉଥିବା ଏକ ଅଜଣା ଗାଡି ସାଇକେଲକୁ ପଛପଟୁ ଧକ୍କା ଦେଇଥିଲା  l  ଖବର ପାଇ ପରିବାର ଓ ଗାଁ ଲୋକେ ଘଟଣାସ୍ଥଳରେ ପହଞ୍ଚି କଣ୍ଟାମାଳ ପୋଲିସକୁ ଖବର ଦେବାରୁ ଦୁର୍ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଗୁରୁତରଙ୍କୁ କଣ୍ଟାମାଳ ଡାକ୍ତରଖାନାକୁ ଆଣିଥିଲେ  l  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁକୁ ନେଇ ଆଜି ସକାଳ ୬ଟା ଠାରୁ ସ୍ଥାନୀୟ ଅଂଚଳର ଶତାଧିକ ଉତ୍ୟକ୍ତ ମହିଳା ଓ ପୁରୁଷ ମନମୁଣ୍ଡା -କଣ୍ଟାମାଳ ୪୧ନଂ ରାଜ୍ୟ ରାଜପଥର ବଡକୁଶଙ୍ଗ ଠାରେ ରାଜରାସ୍ତା ଅବରୋଧ କରିଥିଲେ  l  କଣ୍ଟାମାଳ ତହସିଲଦାର ଶ୍ରୀମତୀ ଯୋଶୀ ଓ ଥାନାଧିକାରୀ ଭାବାନନ୍ଦ ପ୍ରଧାନ ଆନ୍ଦୋଳନକାରୀଙ୍କୁ ବୁଝାଇଥିଲେହେଁ ଜିଲ୍ଲାପାଳ ଆସିଲେ ଧାରଣା ପ୍ରତ୍ୟାହାର ପାଇଁ ଅଡିବସିଥିଲେ ଆନ୍ଦୋଳନକାରୀ  l  ପରେ ବୌଦ୍ଧ ଏସ୍ଡ଼ିପିଓ ଘଟଣାସ୍ଥଳକୁ ଆସି ତିନିଦିନ ମଧ୍ୟରେ ଅଭିଯୁକ୍ତକୁ ଗିରଫ ପାଇଁ ପ୍ରତିଶୃତି ଏବଂ ପୀଡିତ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ପାଇଁ ଟୁଇଟ ଯୋଗେ ମାନ୍ୟବର ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝିଙ୍କ ଘୋଷଣା ପରେ ଆନ୍ଦୋଳନ ପ୍ରତ୍ୟାହାର ହୋଇଥିଲା  l  ସେହିପରି ହରିଶ୍ଚନ୍ଦ୍ର ଯୋଜନା ରୁ ୩ହଜାର ଓ ରେଙ୍ଗାଲି ସରପଞ୍ଚ ୨ହଜାର ଟଙ୍କାର ନଗଦ ସହାୟତା ରାଶି ପ୍ରଦାନ କରିଥିଲେ  l  ଆନ୍ଦୋଳନକାରି ଓ ପୋଲିସ ପ୍ରଶାସନ ସହ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅନିଲ ପ୍ରଧାନ,ବିଜେଡି ଜିଲ୍ଲା ଉପସଭାପତି ରାଧାବଲ୍ଲଭ ପ୍ରଧାନ, କନ୍ଧମାଳ ସାଂସଦ ପ୍ରତିନିଧି ଦୀପକ ବାରିକ ସମେତ ଅନ୍ୟମାନେ ଉପସ୍ଥିତ ରହି ଆଲୋଚନାରେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like