-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ଏକ ପ୍ରମୁଖ ଭୂମିକା ନିର୍ବାହ କରୁଛି: ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

25-Jul-2025



ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର(ପ୍ରେରଣା ଖବର):ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବରେ ଉଦ୍‌ଘାଟିତ କରିଥିଲେ।ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ନିଜର ଅଭିଭାଷଣରେ କହିଥିଲେ ଯେ, ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ଏକ ପ୍ରମୁଖ ଭୂମିକା ନିର୍ବାହ କରୁଛି। ବିଗତ ଏକବର୍ଷ ମଧ୍ୟରେ ଅନେକ ନୂତନ କାର୍ଯ୍ୟକ୍ରମ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କରାଯାଇଛି। କେନ୍ଦୁଝରରେ ମହାନ ବିପ୍ଲବୀ

ଧରଣୀଧରଙ୍କ ଜୟନ୍ତୀ, ମୟୁରଭଞ୍ଜ ରାଇରଙ୍ଗପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ, କେନ୍ଦୁବିଲ୍ଵଠାରେ ମହାକବି ଜୟଦେବଙ୍କ ଜୟନ୍ତୀ ସହ ପୂର୍ବାଞ୍ଚଳ ଲେଖକ ସମ୍ମିଳନୀର ଆୟୋଜନ, ଓଡ଼ିଆ ପକ୍ଷ ପାଳନ ସମୟରେ ଯୁବ ଲେଖକ ସମ୍ମିଳନୀ ଏବଂ ଅନେକ ପୁସ୍ତକ ପ୍ରକାଶନ ସହ ଆଲୋଚନା ଚକ୍ରର ମଧ୍ୟ ଆୟୋଜନ କରାଯାଇଛି। ବିଗତ ଏକ ବର୍ଷ ମଧ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୪୦ରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ନିଜର କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର କୋଣଅନୁକୋଣରେ ଲୋକଙ୍କ ନିକଟରେ ପହଞ୍ଚିପାରିଛି। ଏକ ନୂତନ ସାହିତ୍ୟ ଅନୁରାଗୀ ପିଢ଼ି ଗଠନ କରିବାରେ ଓଡ଼ିଶା ସାହିତ୍ୟ ଏକାଡେମୀ ସଫଳ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ। ଏଥିସହ ଡିଜିଟାଲ ଏବଂ ଏ.ଆଇ (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ପ୍ଲାଟଫର୍ମରେ ଓଡ଼ିଆ ଭାଷାକୁ ଅନ୍ତର୍ଭୁକ୍ତ କରାଇବା ସହ ଓଡ଼ିଆ ଭାଷାକୁ ବିଶ୍ୱବିଦିତ କରାଇବା ପାଇଁ ଆମେ ସଦାସର୍ବଦା ନିଜର ନିରନ୍ତର ପ୍ରୟାସ ଜାରି ରଖିବା ଉଚିତ୍‌ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଥିଲେ।ଆଜିର କାର୍ଯ୍ୟକ୍ରମରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ସାରସ୍ୱତ ସାଧକ ଶ୍ରୀଯୁକ୍ତ ଶାନ୍ତନୁ କୁମାର ଆଚାର୍ଯ୍ୟ ମୁଖ୍ୟ ଅତିଥି ଏବଂ ଓଡ଼ିଶା ସାହିତ୍ୟ ଏକଡେମୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ଲେଖକ ପ୍ରଫେସର ନୀଳାଦ୍ରି ଭୂଷଣ ହରିଚନ୍ଦନ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ  ଓଡ଼ିଆ ସାହିତ୍ୟ ଜଗତକୁ ୠଦ୍ଧିମନ୍ତ କରିବା ଦିଗରେ ଓଡ଼ିଶା ସାହିତ୍ୟ ଏକାଡେମୀର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ "ପଣ୍ଡିତ ହରିହର ଦାସ", "ସାରସ୍ୱତ ସାଧକ ନନ୍ଦ କିଶୋର ସାମଲ", "ଶ୍ରୀ ଜଗନ୍ନାଥ ଐତିହ୍ୟ ଶତକ", "ମୃତ୍ୟୁଞ୍ଜୟ", "ନାଟ୍ୟ ଶାସ୍ତ୍ର (ପ୍ରଥମ ଓ ଦ୍ଵିତୀୟ ଖଣ୍ଡ)", "କୋଣାର୍କ" (ଦୟାନିଧି ମିଶ୍ର ବିଶେଷାଙ୍କ), "କୋଣାର୍କ"

(ଗଙ୍ଗାଧର ମେହେର ବିଶେଷାଙ୍କ), "କୋଣାର୍କ" (ସୁରେନ୍ଦ୍ର ମହାନ୍ତି ବିଶେଷାଙ୍କ), "ବ୍ରତ ସାହିତ୍ୟ", "ଲୋକରତ୍ନ କୁଞ୍ଜବିହାରୀ ଦାଶ", "ବ୍ଲାକ ଟାଇଗର" ଆଦି ପୁସ୍ତକ ଉନ୍ମୋଚିତ ହୋଇଥିଲା। ଏଥିସହ ରାଜ୍ୟସ୍ତରୀୟ ପ୍ରବନ୍ଧ, ବକ୍ତୃତା, କବିତା ଆବୃତ୍ତି, ସାଧାରଣ ଜ୍ଞାନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକ (ଓଡ଼ିଆ) ପାଠ୍ୟକ୍ରମରେ ସର୍ବୋଚ୍ଚ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ୧୦,୦୦୦ ଟଙ୍କା ଓ ସ୍ନାତକୋତ୍ତର (ଓଡ଼ିଆ) ପାଠ୍ୟକ୍ରମରେ ସର୍ବୋଚ୍ଚ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ୧୫,୦୦୦ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। 

ପ୍ରକାଶଯୋଗ୍ୟ ଯେ, ୧୯୫୭ ମସିହାରେ ଓଡ଼ିଶା ସାହିତ୍ୟ ଏକଡେମୀ ପ୍ରତିଷ୍ଠା ହୋଇଥିଲା। ଆଜି ଓଡ଼ିଶା ସାହିତ୍ୟ ଏକାଡେମୀର ଏହି ୬୮ତମ ସ୍ଵନକ୍ଷତ୍ର ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଶ୍ରୀ ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା, ସଂସ୍କୃତି ବିଭାଗର ବରିଷ୍ଠ ଅଧିକାରୀଗଣ, ବହୁ ସାହିତ୍ୟିକ ଓ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like