-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ଓଡିଶାରେ ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ ୮୬୯.୮ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

25-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା।  ୮୬୯.୮ କୋଟି ଟଙ୍କା ବିନିଯୋଗରେ ମୋଟ ୧୭୮ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁମୋଦନ ପ୍ରାପ୍ତ ହୋଇଛି । ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍‌ ୱିଣ୍ଡୋ କମିଟି (SWC) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । 
ଏହି ବୈଠକରେ GRIDCO ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସତ୍ୟପ୍ରିୟ ରଥଙ୍କ ସମେତ ଗ୍ରିଡକୋ ଏବଂ ଓଏଚପିସିର ନିର୍ଦ୍ଦେଶକ, ସର୍ବୋଚ୍ଚ ଯନ୍ତ୍ରୀ (ବିଦ୍ୟୁତ) ତଥା ପ୍ରମୁଖ ବିଦ୍ୟୁତ ନିରୀକ୍ଷକ ଓ ଅନ୍ୟାନ୍ୟ ବରିଷ୍ଠ କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ। ଅକ୍ଷୟ ଶକ୍ତି ପ୍ରମୁଖ ସଂସ୍ଥା (RENA) ର ମୁଖ୍ୟ ପ୍ରକଳ୍ପ ପ୍ରବନ୍ଧକ ପ୍ରକଳ୍ପ ପ୍ରସ୍ତାବଗୁଡ଼ିକୁ ଏହି ବୈଠକରେ ଉପସ୍ଥାପନ କରିଥିଲେ ଏବଂ ତତସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଚାରବିମର୍ଶ ପରେ ସିଙ୍ଗଲ ୱିଣ୍ଡୋ କମିଟି ତାହାକୁ ଅନୁମୋଦନ ଦେଇଥିଲା।
ଅନୁମୋଦିତ ପ୍ରକଳ୍ପମାନଙ୍କ ମଧ୍ୟରେ ରହିଛି, ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରରେ ପ୍ରୋଜିଏଲ୍ ଗ୍ରୀନ ଏନର୍ଜି ଲିମିଟେଡ ଦ୍ୱାରା ୬୯.୫ ମେଗାୱାଟ୍ ସୋଲାର୍‌ ପାର୍କ, କେନ୍ଦୁଝର ଜିଲ୍ଲା ର ତେଲକୋଇ ଠାରେ ଆଇନକ୍ସ୍ ସୋଲାର୍ ଲିମିଟେଡ୍ ଦ୍ୱାରା ୪୯.୫ମେଗାୱାଟ୍ ସୋଲାର୍‌ ପ୍ରକଳ୍ପ, ଝାରସୁଗୁଡା ର ଲଖନପୁର ଠାରେ ମହାନଦୀ କୋଲ୍ ଫିଲ୍ଡ  ଦ୍ୱାରା ୧୦ମେଗାୱାଟ୍ ସୋଲାର୍‌ ପ୍ରକଳ୍ପ ଓ ନବରଙ୍ଗପୁର ର ପାପଡାହାଣ୍ଡିରେ ଏନ୍.ଏଲ୍.ସି ଦ୍ୱାରା ପବନ ଶକ୍ତି ପ୍ରକଳ୍ପ । 
ଏହି ପ୍ରକଳ୍ପଗୁଡ଼ିକ ସମେତ, ଏପର୍ଯ୍ୟନ୍ତ ସିଙ୍ଗଲ୍ ୱିଣ୍ଡୋ କମିଟି ମାଧ୍ୟମରେ ମୋଟ ୧,୮୪୪.୮୬ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ମୋଟ ୧୨,୫୯୯.୭୯ କୋଟି ଟଙ୍କା ର ବିନିଯୋଗ ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଅକ୍ଷୟ ଶକ୍ତି କ୍ଷେତ୍ରରେ ଓଡ଼ିଶାର ବିକାଶ ଯାତ୍ରାରେ ଏହା ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ତଥା ରାଜ୍ୟରେ ଏକ ସହଜ ଓ ସୁବିଧାଜନକ ଉଦ୍ୟୋଗ ଅନୁକୁଳ ପରିବେଶ ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହି ପ୍ରକଳ୍ପ ଗୁଡିକ ରାଜ୍ୟରେ ନୂତନ ରୋଜଗାର ସୃଷ୍ଟି କ୍ଷେତ୍ରରେ ମଧ୍ୟ  ଗୁରୁତ୍ୱପୂର୍ଣ୍ଣ ଭୂମିକା ନିବାହ କରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like