-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
26-Jul-2025
ବଲାଙ୍ଗୀର (ଦେବାଶିଷ ବହିଦାର): ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗାନ୍ଧୀନଗର ପଡ଼ା(ଗାନ୍ଧୀ କ୍ଲବ୍) ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିରରେ ମାଗଣା ଔଷଧ
ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା। ଏହି ସ୍ୱାସ୍ଥ୍ୟ ଶିବିରରେ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ ଓ ଡାକ୍ତର ନନ୍ଦ କିଶୋର ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡାକ୍ତର ପ୍ରସନ୍ନଜିତ୍ ସ୍ୱାଇଁ, ଫିଜିଓ ଥେରପିଷ୍ଟ ସତ୍ୟବ୍ରତ ସାହୁ ଓ ନ୍ୟୁଟ୍ରି ସନିଷ୍ଟ ମଧୁମିତା ଲେଙ୍କା ଯୋଗ ଦେଇଥିଲେ।ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଓ ଅନୁଶ୍ରୀ ମୁଖାର୍ଜୀ ମଧ୍ଯ ଯୋଗ ଦେଇଥିଲେ। ଏହି ଶିବିରରେ ସ୍ଥାନୀୟ
ଆଶା ,ମହିଳା ସ୍ବାସ୍ଥ୍ୟ କର୍ମୀ ଏବଂ ମହିଳା ଆରୋଗ୍ୟ ସମିତିର ସମସ୍ତ ସଦସ୍ୟ ମାନେ ମିଶି ସମସ୍ତ କର୍ମଚାରୀଙ୍କୁ ସ୍ଵାଗତ କରି ଥିଲେ। ଏହି ସ୍ବାସ୍ଥ୍ୟ ଶିବିରକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ DPHO ଦିବ୍ୟ କିଶୋର ପତି ଓ APM ରାମାନୁଜ ପଣ୍ଡା ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିରରେ ୧୦୨ରୁ ଉର୍ଦ୍ଧ୍ୱ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ।