-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ପୂର୍ବ ପ୍ରସ୍ତୁତି ବୈଠକ

26-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ଗତକାଲି ଅପରାହ୍ନରେ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଆଗାମୀ  ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପୂର୍ବ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ନିର୍ବାହୀ ଅଧିକାରୀ, ପୌରପରିଷଦ ସନ୍ତୋଷ କୁମାର ବେହେରା, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର, ଏଡିଇଓ ରିନା କୁମାରୀ ବେହେରା, ଏସଡିଓ ଜନସ୍ୱାସ୍ଥ୍ୟ ବିଭାଗ ଇଂ ରାଜେଶ କୁମାର ବେହେରା, 

ଅତିରିକ୍ତ ପରିବହନ ଅଧିକାରୀ କିଶୋର କୁମାର ଦେ, ଏସଡିପିଓ ସରୋଜ କୁମାର ଉପଧ୍ୟାୟ, ଆରଆଇ, ପୋଲିସ ପ୍ରଦୀପ୍ତ କୁମାର ଦେବତା, ଅଗ୍ନିଶମ ଅଧିକାରୀ ତେଜ କୁମାର ଏକ୍କା, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ରଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା; ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସେଠୀ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରି ଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ଅଗଷ୍ଟ  ୧୫ତାରିଖ ସ୍ଵାଧୀନତା ଦିବସ ଦିନ ପ୍ରାତଃ ୪ ଘଟିକା ସମୟରେ ରାମଧୁନ, ସକାଳ ୬ ରୁ ୭ ଘଟିକା ମଧ୍ୟରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତଫେରି, ସକାଳ ଘ.୭.୦୦ମି ରୁ ଘ.୮.୦୦ମି ମଧ୍ୟରେ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ,ସକାଳ ଘ.୭.୩୦ମି ରୁ ଘ.୭.୪୫ମି ମଧ୍ୟରେ ସହରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସକାଳ ଘ.୦୯.୧୫ମି ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ଆନୁଷ୍ଠାନିକ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ କରାଯିବ । ଦିବସର ମୁଖ୍ୟ ଅତିଥି ସକାଳ ଘ.୦୯.୧୫ମି ସମୟରେ ଆନୁଷ୍ଠାନିକ ଉତ୍ସବ ରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ ର ଅଭିବାଦନ ଗ୍ରହଣ କରିବେ। ସମ୍ମିଳିତ ପ୍ୟାରେଡରେ ସଶସ୍ତ୍ର ପୋଲିସବାହିନୀ, ଓଡ୍ରାଫ, ଗୃହ ରକ୍ଷୀ ବାହିନୀ, ପୋଲିସ କଲର ପାର୍ଟିଙ୍କ ସମେତ ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଏନସିସି, ସ୍କାଉଟ,ଗାଇଡ,ରେଡକ୍ରସ ଓ ସିଭିଲିଆନ ଦଳ ଅଂଶଗ୍ରହଣ କରିବେ। ସ୍ଵାଧୀନତା ଦିବସ ପାଳନଉପଲକ୍ଷ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ, ଓଡିଆ,ହିନ୍ଦୀ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ଗୁଡିକ ଆଗାମୀ ଅଗଷ୍ଟ ୧ ତାରିଖ ଠାରୁ ୦୬  ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଏତଦବ୍ୟତୀତ ସ୍ଵାଧୀନତା  ଦିବସ ପାଳନ ଉପଲକ୍ଷେ ଉଚ୍ଚ ମାଧ୍ୟମିକ ଶିକ୍ଷା, ମାଧ୍ୟମିକ ଶିକ୍ଷା ପରିଷଦ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରୁ ସ୍ନାକତରରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ତଥା ବିଭିନ୍ନ କ୍ଷେତ୍ରରେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରି ବଲାଙ୍ଗିର ଜିଲ୍ଲାକୁ ଗର୍ବାନ୍ଵିତ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କୃତ କରାଯିବ। ପ୍ୟାରେଡ ଉତ୍ସବ ପରେ ଜିଲ୍ଲା କାରାଗାର ର ଅନ୍ତେବାସୀ, ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ, ପାର୍ବତୀ  ଗିରି ବାଳ ନିକେତନ, ପଥରଚେପା, ହରେକୃଷ୍ଣ ମହତାବ ମାନସିକ ଅନଗ୍ରସର ସଂସ୍ଥାନ, 

ଉତ୍କଳବନ୍ଧୁ ସେବା ଶ୍ରମ, ତୁଲସୀନଗର ଓ ଡେଷ୍ଟିଚ୍ୟୁଟ ହୋମର ଅନ୍ତେବାସୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ, ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀ ଙ୍କୁ ବସ୍ତ୍ର ବଣ୍ଟନ କରାଯିବ। ଅପରାହ୍ନ ଘ. ୦୪.୦୦ମି  ସମୟରେ ସ୍ଥାନୀୟ ମିଶନ ପଡିଆ ଠାରେ ଜିଲ୍ଲା ପ୍ରଶାସନ ଏକାଦଶ ବନାମ ଜିଲ୍ଲା ଗଣମାଧ୍ୟମ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହେବ। ବୈଠକ ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ମାଝୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ପୁରୁଷୋତ୍ତମ ମୁନା, କେଶବ ବାଗ ଓ ସୁରେଶ ଚନ୍ଦ୍ର ପଟେଲ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like