-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ରାଜ୍ୟ

ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି

27-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ରାଜ୍ୟରେ କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ହେବା ଫଳରେ ୬ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିରେ ୧୧ ହଜାରରୁ ଊଦ୍ଧ୍ୱର୍ ଲୋକ ପ୍ରଭାବିତ ହୋଇଥିବାବେଳେ ଏକ ହଜାରରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୯ଟି ଆଶ୍ରୟସ୍ଥଳରେ ରଖାଯାଇଛି ।
ବନ୍ୟା ପରିସ୍ଥିିତି ନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂହଙ୍କ ଉପସ୍ଥିତିରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାପାଳ ଓ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ସହ ଆଭାସି ମାଧ୍ୟମରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ । ଜିଲ୍ଲା ପ୍ରଶାସନ ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ଜନସାଧାରଣଙ୍କୁ ନିରାପଦ ଆଶ୍ରୟ ସ୍ଥଳିରେ ରଖିବା ଓ ରିଲିଫ୍‌ ଯୋଗାଇ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ । 
ରାଜୀବ ଭବନଠାରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ସିଂହ କହିଲେ ଯେ ବାଲେଶ୍ୱର ଜିଲ୍ଲାରେ ୫ଟି ଓଡ୍ରାଫ୍‌ ଟିମ୍‌ ସହ ଗୋଟିଏ ଏନ୍‌ଡିଆର୍‌ଏଫ୍‌, ୨୬ଟି ଅଗ୍ନିଶମ ଓ ଜରୁରୀକାଳୀନ ସେବା ବାହିନୀ ନିୟୋଜିତ ହୋଇଥିବାବେଳେ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‌ ଦଳ, ୨୩ଟି ଅଗ୍ନିଶମ ବାହିନୀ, ଭଦ୍ରକ ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‌, ଗୋଟିଏ ଏନ୍‌ଡିଆର୍‌ଏଫ୍‌ ଓ ୧୩ଟି ଅଗ୍ନିଶମ ବାହିନୀ, ଯାଜପୁର ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‌ ଟିମ୍‌ ସହ ୧୪ଟି ଅଗ୍ନିଶମ ବାହିନୀ ସମେତ ଏହି ସବୁ ଜିଲ୍ଲାରେ ୧୦୬ଟି ବୋଟ୍‌ ମଧ୍ୟ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । 
ସୁବର୍ଣ୍ଣରେଖା ନଦୀକୁ ଛାଡ଼ି ଅନ୍ୟ ସମସ୍ତ ନଦୀର ଜଳପତ୍ତନ ହ୍ରାସ ପାଇବାରେ ଲାଗିଛି । ସୁବର୍ଣ୍ଣରେଖାରେ ବନ୍ୟାଜଳକୁ ଆଖିରେ ରଖି ବାଲେଶ୍ୱର ଜିଲ୍ଲା ପ୍ରତି ସତର୍କ ଦୃଷ୍ଟି ରଖାଯାଇଛି । ବୈତରଣୀ ଓ ଜଳକା ନଦୀରେ ଜଳପତ୍ତନ କମିବାରେ ଲାଗିଛି । ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ରାତ୍ରକାଳୀନ ପ୍ରେଟ୍ରୋଲିଙ୍ଗ୍‌ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । 
ବନ୍ୟାଞ୍ଚଳରେ ଜଳବିଶୋଧନ ଓ ଜନସାଧାରଣଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇଦେବାର ବ୍ୟବସ୍ଥା କରାଯିବା ସହ ଆବଶ୍ୟକ ପରିମାଣରେ ଆଣ୍ଟିଭେନମ୍‌ ମହଜୁଦ ରଖାଯାଇଛି । ଆବଶ୍ୟକତା ଅନୁଯାୟୀ ଲୋକମାନଙ୍କୁ ସ୍ଥିତି ସାମାନ୍ୟ ହେବା ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇଦିଆଯିବ । ଅତିରିକ୍ତ ରିଲିଫ୍‌ କମିଶନର ଶ୍ରୀ ମନୀଷ ଅଗ୍ରୱାଲଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ବନ୍ୟାଞ୍ଚଳରେ ପୁନରୁଦ୍ଧାର ଓ ରିଲିଫ୍‌ କାର୍ଯ୍ୟର ତଦାରଖ କାର୍ଯ୍ୟ ପଠାଯାଇଛି । 
ଏହି ଅବସରରେ ଓସ୍‌ଡ଼ମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ  କମଳ ଲୋଚନ ମିଶ୍ର ଓ ଅତିରିକ୍ତ ରିଲିଫ୍‌ କମିଶନର ପଦ୍ମନାଭ ବେହେରାଙ୍କ ସମେତ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ଓ ଓସ୍‌ଡମାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like