-+91-9937148622 |
prerana_bgr@rediffmail.com |
Thursday 23rd April 2026 |
R.N.I. Regd No. ODIODI/2010/46693
Breaking News
30-Jul-2025
ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଆଜି ଭୁବନେଶ୍ୱର ସ୍ଥିତ ଲୋକସଭା ଭବନରେ ଯୋଜନା ଓ ସଂଯୋଜନା ବିଭାଗ ଓ ନୀତି ଆୟୋଗ ର ମିଳିତ ଆନୁକୂଲ୍ୟରେ ଆୟୋଜିତ ସଂପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ମାଲକାନଗିରି ଜିଲ୍ଲାକୁ ୪ ଗୋଟି ସ୍ଵର୍ଣ୍ଣ ପଦକ ମିଳିଛି। ନୀତି ଆୟୋଗ ଅଧୀନରେ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଳକ୍ କାର୍ଯ୍ୟକ୍ରମରେ ୬ ଗୋଟି ବର୍ଗରେ ଜିଲ୍ଲାକୁ ସ୍ୱର୍ଣ୍ଣ ପଦକ ମିଳିଛି। ମାଲକାନଗିରି କୁ ଜିଲ୍ଲା ସ୍ତରରେ ଗୋଟିଏ ସ୍ୱର୍ଣ୍ଣ ଓ ଆକାଂକ୍ଷୀ ବ୍ଲକ୍ ଭାବେ ଚିତ୍ରକୋଣ୍ଡା, ଖଇରପୁଟ ଓ ମାଥିଲି ବ୍ଲକ୍ କୁ ତିନି ଗୋଟି ସ୍ୱର୍ଣ୍ଣ ପଦକ ମିଳିଛି। ସମଗ୍ର ଦେଶରେ ସମ୍ପୂର୍ଣ୍ଣତା ଅଭିଯାନ କାର୍ଯ୍ୟକ୍ରମ ଅଧୀନରେ ଏହିଭଳି ବିରଳ କୃତିତ୍ୱ ହାସଲ କରିବାରେ ମାଲକାନଗିରି ଏକମାତ୍ର ଜିଲ୍ଲା ଅଟେ। ଆକାଂକ୍ଷୀ ଜିଲ୍ଲା ଅଧୀନରେ ଗର୍ଭବତୀ ମାଆ ମାନଙ୍କର ପ୍ରଥମ ଟୀକାକରଣ ପଞ୍ଜୀକରଣ, ସମ୍ପୂର୍ଣ୍ଣତା ପୋଷଣ ଅଭିଯାନ, ୯ ରୁ ୧୧ ବର୍ଷର ଶିଶୁଙ୍କ ଟୀକାକରଣ, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ, ମାଧ୍ୟମିକ ବିଦ୍ୟାଳୟରେ ଶତ ପ୍ରତିଶତ ବିଦ୍ୟୁତ୍ ସଂଯୋଗୀକରଣ ଓ ବିଦ୍ୟାଳୟରେ ଶତ ପ୍ରତିଶତ ପାଠ୍ୟ ପୁସ୍ତକ ବଣ୍ଟନରେ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଛି। ସେହିପରି ଆକାଂକ୍ଷୀ ବ୍ଲକ୍ ଅଧୀନରେ ଗର୍ଭବତୀ ମାଆ ମାନଙ୍କର ପ୍ରଥମ ଟୀକାକରଣ ପଞ୍ଜୀକରଣ, ମଧୁମେହ ରୋଗୀ ଚିହ୍ନଟ, ଯକ୍ଷ୍ମା ରୋଗୀ ଚିହ୍ନଟ ପ୍ରକ୍ରିୟା, ସମ୍ପୂର୍ଣ୍ଣତା ପୋଷଣ ଅଭିଯାନ, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ଓ ସ୍ଵୟଂ ସହାୟକ ଗୋଷ୍ଠୀ ଙ୍କୁ ପୂର୍ଣ୍ଣ ଚଳନ ରାଶି ପ୍ରଦାନ ରେ ସ୍ଵର୍ଣ୍ଣ ପଦକ ପ୍ରଦାନ କରାଯାଇଛି। ପୂର୍ବତନ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ସମୟର ଜିଲ୍ଲାପାଳ ସଚିନ୍ ପାୱାର ଙ୍କୁ ଏଥି ନିମନ୍ତେ ମାନପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ପୂର୍ବତନ ଜିଲ୍ଲାପାଳ ଶ୍ରୀ ପାଟିଲ କହିଛନ୍ତି ଯେ ଏହି ସଫଳତା ସମଗ୍ର ଜିଲ୍ଲାର। ସମସ୍ତଙ୍କ ମିଳିତ ପ୍ରୟାସରେ ଆଜି ଏତେ ବଡ଼ ସଫଳତା ଆମେ ହାସଲ କରି ପାରିଛୁ ବୋଲି ସେ କହିଛନ୍ତି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଜିଲ୍ଲା ପକ୍ଷରୁ ସ୍ୱର୍ଣ୍ଣ ପଦକ ଗ୍ରହଣ କରିଛନ୍ତି । ଅନୁରୂପ ଭାବେ ଚିତ୍ରକୋଣ୍ଡା ବିଡିଓ ପ୍ରୀତା କୁମାରୀ, ଖଇରପୁଟ ବିଡିଓ ଉମା ଶଙ୍କର କୋୟା, ମାଥିଲି ବିଡିଓ ପ୍ରମୋଦ କୁମାର ବେହେରା ବ୍ଲକ୍ ପାଇଁ ସ୍ବର୍ଣ୍ଣ ପଦକ ଗ୍ରହଣ କରିଛନ୍ତି। ସୂଚନା ଥାଉ କି ଜିଲ୍ଲା ପାଇଁ ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ୍ କାର୍ଯ୍ୟକ୍ରମ ର ନୋଲେଜ୍ ପାଟନର୍ ରହିଛି ପିରାମଲ୍ ଫାଉଣ୍ଡେସନ।ଜିଲ୍ଲାରେ ନୋଡାଲ ବିଭାଗ ହେଉଛି ଡିପିଏମ୍ୟୁ । ଏହି ଅବସରରେ ଡିପିଏମ୍ୟୁ ଡି ଡି ଗୋଲକ ଚନ୍ଦ୍ର ଦଳେଇ ଓ
ପିରାମଲ୍ ଫାଉଣ୍ଡେସନର ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ରାଜା ରାମ ମଲ୍ଲିକ ଉପସ୍ଥିତ ଥିଲେ।