-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ରାଜ୍ୟ

ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ଅଗଷ୍ଟ ୧ ରୁ ୧୫ ଯାଏଁ “ଆସ ଯିବା ଅଙ୍ଗନବାଡି” ଅଭିଯାନ ଲୋକାର୍ପଣ ହେଲା ଅଙ୍ଗନବାଡି ଭିତ୍ତିଭୂମି ବିକାଶ ପାଇଁ ଇନଫ୍ରା ଆପ୍ – “ୱସମ”

30-Jul-2025



ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି : ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା 

ଭୁବନେଶ୍ୱର(ପ୍ରେରଣା ଖବର): ତୃଣମୂଳସ୍ତରରେ ସିଡିପିଓ ମାନଙ୍କ ଦକ୍ଷତା ହିଁ ଆମର ଶକ୍ତି । ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ । ଏହି ଲକ୍ଷ୍ୟ ପୂରଣ ଦିଗରେ ଶିଶୁ ପ୍ରକଳ୍ପ ଅଧିକାରୀମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି । ଆଜି ଲୋକସେବା ଭବନ ସମ୍ମେଳନ କକ୍ଷରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ)ମାନଙ୍କ ନିମନ୍ତେ ଏକଦିବସୀୟ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦଘାଟନ  ଅବସରରେ  ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନଙ୍କୁ ସୁଭଦ୍ରା ସଫଳତାର ଶ୍ରେୟ ଦେବା ସହ ରାଜ୍ୟରେ ମହିଳା ନେତୃତ୍ଵାଧୀନ ବିକାଶକୁ ତ୍ଵରାନିତ କରିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଙ୍ଗନବାଡିର ଭିତ୍ତିଭୂମିକୁ ସୁଦୃଢ କରିବା ସହ ନିର୍ମାଣ କାର୍ଯ୍ୟକୁ ତଦାରଖ କରିବା ପାଇଁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଇନଫ୍ରା ଆପ-“ୱସମ”(ଅଙ୍ଗନବାଡି ୱେଲଫେୟର ଆଣ୍ଡ ସର୍ଭିସ ଓଭରସାଇଟ ମନିଟରିଙ୍ଗ ଏଭରିହୋୟାର) କୁ ଲୋକର୍ପଣ କରିଛନ୍ତି । ଅଙ୍ଗନବାଡି ପରିସରରେ ସ୍ଵଚ୍ଛତା ଓ ପରିଷ୍କାର ପରିଚ୍ଛନ୍ନତାକୁ ଗୁରୁତ୍ୱ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଆସନ୍ତା ବିଶ୍ଵ ସ୍ତନ୍ୟପାନ ସପ୍ତାହ ଅଗଷ୍ଟ ୧ ରୁ ୭ ତାରିଖରୁ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା  “ଆସ ଯିବା ଅଙ୍ଗନବାଡି” ଅଭିଯାନ ଆରମ୍ଭ କରିଛନ୍ତି । ଏହି ଅଭିଯାନରେ ରାଜ୍ୟବାସୀମାନେ ଅଙ୍ଗନବାଡି କେନ୍ଦ୍ରକୁ ପରିଦର୍ଶନ କରି ଅଙ୍ଗନବାଡିର ଭିତ୍ତିଭୂମି, ସ୍ଵଚ୍ଛତା ଓ କାର୍ଯ୍ୟଶୈଳୀ ଉପରେ ନିଜର ମତାମତ ରଖିବେ । ସେହି ମତାମତକୁ ଦୃଷ୍ଟିରେ ରଖି ଅଙ୍ଗନବାଡିର କାର୍ଯ୍ୟାନ୍ଵୟନ ନିର୍ଦ୍ଧାରିତ କରାଯିବ ବୋଲି ଶ୍ରୀମତୀ ପରିଡା ଦୃଢ ମତ ରଖିଛନ୍ତି ।  
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଓ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।  ସମସ୍ତ ଜିଲ୍ଲାରୁ ଆସିଥିବା ୪୦୦ରୁ ଅଧିକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଓ ପ୍ରକଳ୍ପ ଅଧିକାରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀବୃନ୍ଦ  ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । 
ଏହି କାର୍ଯ୍ୟକ୍ରମରେ ଶ୍ରୀ ମନୋଜ ଆହୁଜା ଉପସ୍ଥିତ ରହି ସିଡିପିଓମାନଙ୍କୁ ଜନକେନ୍ଦ୍ରିକ ଆଭିମୁଖ୍ୟ ନେଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି । ଭିଜନ ଓଡ଼ିଶା ଦସ୍ତାବିଜରେ ମହିଳା ଓ ଶିଶୁମାନଙ୍କ ପୋଷଣ, ସ୍ୱାସ୍ଥ୍ୟ ଓ ଶିଶୁମାନଙ୍କ ପ୍ରାରମ୍ଭିକ ଶିକ୍ଷାର ଏକ ପ୍ରମୁଖ ଭୂମିକା ରହିଛି ବୋଲି ସେ ମତ ପ୍ରକାଶ କରିଛନ୍ତି । 
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ତାଙ୍କ ସ୍ଵାଗତ ଅଭିଭାଷଣରେ ପ୍ରଶିକ୍ଷଣର ଲକ୍ଷ୍ୟ ଓ ଆଭିମୁଖ୍ୟ ବିଷୟରେ ଆଲୋଚନା କରିଥିଲେ  ।  
ଏହି କାର୍ଯ୍ୟକ୍ରମରେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟକର୍ତ୍ତାଙ୍କ ତାଲିମ ବ୍ୟବସ୍ଥାକୁ ସୁଦୃଢ କରିବା ଉଦ୍ଦେଶ୍ୟରେ ମହିଳା ଓ  ଶିଶୁ ବିକାଶ ବିଭାଗ, ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ପବ୍ଲିକ କୋପରେସନ ଆଣ୍ଡ ଚାଇଲ୍ଡ ଡେଭଲପମେଣ୍ଟ(ଏନଆଇପିସିସିଡ଼ି) ମଧ୍ୟରେ ଏକ ବୁଝାମଣା ପତ୍ର ମଧ୍ୟ ସ୍ଵାକ୍ଷରିତ ହୋଇଯାଇଛି । ଏହି ବୁଝାମଣାପତ୍ର ଓଡ଼ିଶାରେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଏବଂ କର୍ମଚାରୀଙ୍କ ନିୟମିତ ତାଲିମ, ଦକ୍ଷତା ଓ ଜ୍ଞାନ ବୃଦ୍ଧି

କରିବାରେ ସହାୟକ ହେବ ବୋଲି  ଏନଆଇପିସିସିଡ଼ିର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ସଂଘମିତ୍ରା ବାରିକ ମତ ପ୍ରକାଶ କରିଛନ୍ତି । 
ଏହି କାର୍ଯ୍ୟକ୍ରମରେ ପ୍ରଥମ ଅଧିବେଶନରେ ବିତ୍ତ ପରାମର୍ଶଦାତା ଓ ସ୍ୱତନ୍ତ୍ର ସଚିବ ଶ୍ରୀମତୀ ଏଲୋରା ମହାନ୍ତି ସିଡିପିଓମାନଙ୍କ ଭୂମିକା ଓ ଡିଡିଓ ହିସାବରେ ସେମାନଙ୍କ ଦାୟିତ୍ଵ ଓ ପ୍ରତିଷ୍ଠାନର କାର୍ଯ୍ୟଶୈଳୀ ଏବଂ ଦ୍ଵିତୀୟ ଅଧିବେଶନରେ ଶ୍ରୀମତୀ ଇତିଶ୍ରୀ ଦାସ ପେନସନ ରୁଲ, ଲିଭ୍ ରୁଲ, ପରଫର୍ମାମାସ୍ ଆପ୍ରାଇଜାଲ ରିପୋର୍ଟ (ପାର), ଟିଏ ରୁଲ ଓ ଅନ୍ୟାନ୍ୟ ପ୍ରଶାସନିକ କାର୍ଯ୍ୟଶୈଳୀ ବିଷୟରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ତୃତୀୟ ଅଧିବେଶନରେ ଅତିରିକ୍ତ ସଚିବ, ଜ୍ୟୋତିଶଙ୍କର ମହାପାତ୍ର ପୋଶ ଆଇନ ସମ୍ବନ୍ଧରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like