-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତିଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

02-Aug-2025



ଭୁବନେଶ୍ୱର(ପ୍ରେରଣା ଖବର)::ରାଜ୍ଯ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ ମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ”କୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଗତ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ସମ୍ବନ୍ଧରେ ଘୋଷଣା କରିଥିଲେ। ଶକ୍ତିଶ୍ରୀ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଏକ ସ୍ଥାୟୀ *ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର* ସ୍ଥାପନ କରାଯିବ ଯାହାକି ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ପ୍ରଶିକ୍ଷଣ ପ୍ରଦାନ କରିବା ସହିତ ଛାତ୍ରୀମାନଙ୍କର ସଶକ୍ତିକରଣ ଓ  ସର୍ବାଙ୍ଗୀନ ବିକାଶ ଦିଗରେ କାର୍ଯ୍ୟ କରିବ। ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ରର ସୁପରିଚାଳନା ପାଇଁ *ଜଣେ ଛାତ୍ରୀ "ଶକ୍ତିଶ୍ରୀ ସାଥୀ" ଓ ଜଣେ ଅଧ୍ୟାପିକା  "ଶକ୍ତିଶ୍ରୀ ସଂଯୋଜିକା"* ଭାବରେ କାର୍ଯ୍ୟ କରିବେ। ଏଥିସହ ଜିଲ୍ଲାପାଳଙ୍କ ଦ୍ୱାରା ମନୋନୀତ ହୋଇଥିବା ୫ଜଣ ମହିଳା *"ଶକ୍ତି ଅପା"* ଭାବରେ ଛାତ୍ରୀମାନଙ୍କ ପାଇଁ ମେଣ୍ଟର ଭଳି କାର୍ଯ୍ୟ କରିବେ।

ଏହି ପରିପ୍ରେକ୍ଷୀରେ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ରର କାର୍ଯ୍ୟକାରିତା ପାଇଁ *ପ୍ରତ୍ୟେକ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଜଣେ ମହିଳା ଅଧ୍ୟାପିକାଙ୍କୁ "ଶକ୍ତିଶ୍ରୀ ସଂଯୋଜିକା" ଭାବେ ଚୟନ କରିବା ପାଇଁ ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଓ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ତରଫରୁ ଚିଠି କରାଯାଇଛି।* ଏଥିସହିତ *ଅଗଷ୍ଟ ମାସ ୪ ତାରିଖ ସୁଦ୍ଧା "ଶକ୍ତିଶ୍ରୀ ସଂଯୋଜିକା"ଙ୍କୁ ଚୟନିତ କରି ତାଙ୍କୁ ଦାୟିତ୍ୱ ପ୍ରଦାନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।*

ଶକ୍ତିଶ୍ରୀ ସଂଯୋଜିକା ମାନେ 

(କ) ଲିଙ୍ଗଗତ ସମାନତା ସମ୍ବନ୍ଧରେ ଛାତ୍ରୀମାନଙ୍କୁ ଅବଗତ କରାଇବା ସହିତ ଏହି ସମ୍ବନ୍ଧୀୟ ସଚେତନତା ଶିବିରର ଆୟୋଜନ କରିବେ।

(ଖ) ଆତ୍ମସୁରକ୍ଷା ପ୍ରଶିକ୍ଷଣ ପ୍ରଦାନକୁ ସୁନିଶ୍ଚିତ କରାଇବା ସହ ଛାତ୍ରୀମାନଙ୍କର ଆଇନଗତ ଅଧିକାର ସମ୍ବନ୍ଧରେ କର୍ମଶାଳା, ସେମିନାର ଆଦିର ଆୟୋଜନ କରାଇବେ।

(ଗ) ଯଦିକେବେ ପ୍ରତିକୂଳ ପରିସ୍ଥିତି ଉପୁଜେ ତେବେ ଉକ୍ତ ଛାତ୍ରୀଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ପ୍ରଦାନ କରିବା ସହ ଆଇନଗତ ସାହାଯ୍ୟ ପ୍ରଦାନ କରିବାରେ ମାର୍ଗଦର୍ଶନ କରାଇବେ।

(ଘ) ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ରରେ ଶକ୍ତଶ୍ରୀ ସାଥୀ ଭାବେ କାର୍ଯ୍ୟ କରୁଥିବା ଛାତ୍ରୀଙ୍କ ପାଇଁ ଶକ୍ତିଶ୍ରୀ ସଂଯୋଜିକା ମେଣ୍ଟର ଭଳି କାର୍ଯ୍ୟ କରିବେ।

(ଙ) ଜିଲ୍ଲାପାଳଙ୍କ ଦ୍ୱାରା ଚୟନିତ ହୋଇଥିବା ଶକ୍ତିଶ୍ରୀ ଅପା, ସ୍ଥାନୀୟ ପ୍ରଶାସନ, ଏନଜିଓ ଆଦି ସହ ସମନ୍ଵୟ ରକ୍ଷା କରି ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ରରେ ପରିଚାଳନା କରିବେ।

(ଚ) ମହିଳାମାନଙ୍କର ସମାନତା ଅଧିକାର, ସୁରକ୍ଷା ଓ ସଶକ୍ତିକରଣ ଦିଗରେ ବିଭିନ୍ନ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତାର ଆୟୋଜନ କରାଇବେ। 

(ଛ) ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ରରେ ବିଭିନ୍ନ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହିତ ଏହି ସମ୍ବନ୍ଧୀୟ ଏକ ରିପୋର୍ଟ ମଧ୍ୟ ଦାଖଲ କରିବେ।

ସେହିପରି ଭାବରେ *ପ୍ରତ୍ୟେକ ଜିଲ୍ଲାରେ ୫ଜଣ ମହିଳାଙ୍କୁ ଶକ୍ତି ଅପା ଭାବରେ ମନୋନୀତ କରି ସେମାନଙ୍କର ସବିଶେଷ ବିବରଣୀ, ଯୋଗାଯୋଗ ସମ୍ବନ୍ଧୀୟ ତଥ୍ୟ ଆସନ୍ତା ଅଗଷ୍ଟ ମାସ ୨୦ ତାରିଖ ସୁଦ୍ଧା ପ୍ରଦାନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଉଛି।* 

ଜିଲ୍ଲାପାଳମାନେ ନିମ୍ନଲିଖିତ ଆଧାରରେ ଶକ୍ତିଅପାମାନଙ୍କୁ ମନୋନୀତ କରିପାରିବେ।

(କ) ମହିଳା ଓ ଶିଶୁ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ଜଣେ ମହିଳା ସାମାଜିକ କର୍ମୀ

(ଖ) ଅବସରପ୍ରାପ୍ତ ମହିଳା ସରକାରୀ କର୍ମଚାରୀ (ପୋଲିସ ବା ସେନାବାହିନୀରେ ପୂର୍ବରୁ କାର୍ଯ୍ୟରତ ଥିବା ମହିଳାଙ୍କୁ ପ୍ରଧାନ୍ୟ ଦିଆଯାଇପାରେ)

(ଗ) ଆଇନଗତ ଅଧିକାର ଏବଂ ଡିଜିଟାଲ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ମହିଳା ବିଶେଷଜ୍ଞ 

(ଘ) ମହିଳା ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ମନସ୍ତତ୍ତ୍ୱବିତ୍

(ଙ) ଶିକ୍ଷାବିତ୍‌- ପ୍ରତିଷ୍ଠିତ ମହାବିଦ୍ୟାଳୟର ଅଧ୍ୟକ୍ଷ ବା ବିଶ୍ୱବିଦ୍ୟାଳୟ ଛାତ୍ରକଲ୍ୟାଣ ସମିତିର କୋର୍ଡ଼ିନେଟର ଭାବେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀ

(ଚ) ଏହି ସବୁ ବ୍ୟତୀତ ଜିଲ୍ଲାପାଳଙ୍କ ଦ୍ୱାରା ମହିଳା ସୁରକ୍ଷା, ସଶକ୍ତିକରଣର ଦିଗକୁ ନେଇ ସ୍ଥିର କରାଯାଇଥିବା ମାନଦଣ୍ଡ ଆଧାରରେ ଶକ୍ତିଅପାମାନେ ମନୋନୀତ ହୋଇପାରିବେ।

ପ୍ରତ୍ୟେକ ଜିଲ୍ଲାରେ ୫ଜଣ ମହିଳାଙ୍କୁ "ଶକ୍ତି ଅପା" ଭାବରେ ମନୋନୀତ କରାଯିବ ଯେଉଁମାନେ ଛାତ୍ରୀମାନଙ୍କ ପାଇଁ ମେଣ୍ଟର ଭଳି କାର୍ଯ୍ୟ କରିବେ। ଏଥିସହିତ ପ୍ରତି ୩ ମାସରେ ଥରେ “ଶକ୍ତି ଅପା”ମାନେ ଶିକ୍ଷାନୁଷ୍ଠାନ ପରିଦର୍ଶନ କରିବେ।

ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀମାନଙ୍କୁ ଏକ ସୁରକ୍ଷିତ ବାତାବରଣ ପ୍ରଦାନ କରିବାରେ "ଶକ୍ତିଶ୍ରୀ କାର୍ଯ୍ୟକ୍ରମ " ଏକ ବଳିଷ୍ଠ ମାଧ୍ୟମ ରୂପେ କାର୍ଯ୍ୟ କରିବ ବୋଲି ଲକ୍ଷ୍ୟ ରଖାଯାଇଛି ବୋଲିଲୋକସମ୍ପର୍କ ଅଧିକାରୀ ଅମ୍ଳାନ ଦାସ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like