-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପିସିସି ଆଦିବାସୀ ବିଭାଗ  ପ୍ରତିନିଧି ଦଳର ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ

02-Aug-2025



ଭୁବନେଶ୍ଵର(ପ୍ରେରଣା ଖବର): ଓଡ଼ିଶା ପ୍ରଦେଶ କଂଗ୍ରେସର ଆଦିବାସୀ ବିଭାଗ ଅଧ୍ୟକ୍ଷ ତଥା ପୂର୍ବତନ ସାଂସଦ ଯଶୋବନ୍ତ ନାରାୟଣ ସିଂ ଲାଗୁରୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରି ଆଦିବାସୀଙ୍କ ଅଧିକାର, ଶିକ୍ଷା ଏବଂ ଜୀବନ ଜୀବିକା  ସମ୍ବଳିତ ୧୧ ଦଫା ଦାବି ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। 
ଓଡ଼ିଶା ଜନସଂଖାର ପାଖାପାଖି ୨୪ ପ୍ରତିଶତ ହେଲେ ଆଦିବାସୀ। ପୂର୍ବ ସରକାରମାନଙ୍କ ଅନେକ ଆଇନ, ନିର୍ଦ୍ଦେଶାବଳୀ, ଯୋଜନା ଆଦି ସତ୍ତ୍ଵେ ଆଦିବାସୀ ସାମାଜିକ, ଶୈକ୍ଷିକ ଏବଂ ଆର୍ଥିକ ସ୍ତରରେ ଅନଗ୍ରସର ଅଛନ୍ତି। ୧୯୯୬ ମସିହାରେ ପେସା ଆଇନ କେନ୍ଦ୍ର ସରକାର ଆଣିଥିଲେ, ଓଡ଼ିଶା ସରକାର ବିନା ନିର୍ଦ୍ଦେଶାବଳୀରେ ଏହି ଆଇନକୁ ଲାଗୁ କରିଛନ୍ତି। ଏହାଦ୍ବାରା ଆଦିବାସୀ ସମ୍ପ୍ରଦାୟର ଲୋକେ ଜଳ ଜଙ୍ଗଲ ଆଉ ଜମିର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇଆସୁଛନ୍ତି। ତେଣୁ ତୁରନ୍ତ ପେସା ଆଇନ ପାଇଁ ନିର୍ଦ୍ଦେଶାବଳୀ ବା ରୁଲ୍ ଆଣିବା ପାଇଁ ଦାବିରେ ଉଲ୍ଲେଖ କରାଯାଇଛି। 
ବହୁଭାଷିକ ଶିକ୍ଷା ଯୋଜନାରେ ୨୦୧୪ ପରଠାରୁ ଆଉ ଅଧିକ ବିଦ୍ୟାଳୟ ସାମିଲ କରାଯାଇନାହିଁ କିମ୍ବା ଏଥି ନିମନ୍ତେ ଭାଷା ଶିକ୍ଷକ ନିଯୁକ୍ତି କରାଯାଇନାହିଁ।  ଯାହା ଫଳରେ ଅନେକ ପିଲା ମାତୃଭାଷାରେ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାର ଆବଶ୍ୟକତା ଅଛି। 
ଜଙ୍ଗଲ ଅଧିକାର ଆଇନର ଜମି ଶିରୋନାମା ଆଧାରରେ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ଜାତି ସାର୍ଟିଫିକେଟ ଦିଆଯାଉନାହିଁ। ଯାହା ଦ୍ବାରା ଲୋକେ ଶିକ୍ଷା ଏବଂ ଅନ୍ୟାନ୍ୟ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ଗୋଷ୍ଠୀ ଜଙ୍ଗଲ ଅଧିକାର କେବଳ ୧୩ ପ୍ରତିଶତ ସାମ୍ଭାବ୍ୟ ଗାଁକୁ ଦିଆ ଯାଇଛି। 

ଆଦିବାସୀ ଛାତ୍ର ଛାତ୍ରୀଙ୍କୁ ସମୟରେ ସ୍କୋଲାରସିଫ ମିଳୁ ନଥିବାରୁ ପିଲାମାନଙ୍କ ପାଠପଢ଼ାରେ ଅନେକ ବ୍ୟାଘାତ ସୃଷ୍ଟି ହେଉଛି। 
୨୦୧୫ ମସିହାରେ ଓଡ଼ିଶା ସରକାର ଉଚ୍ଚଶିକ୍ଷା କ୍ଷେତ୍ରରେ ସଂଖ୍ୟାନୁପାତିକ ସଂରକ୍ଷଣ ଲାଗୁ କରିବା ପାଇଁ ନିଷ୍ପତ୍ତି ଦେଇଥିଲେ, ମାତ୍ର ଦୁଃଖର ବିଷୟ ଓଡ଼ିଶା ସରକାର ବୃତ୍ତିଗତ ଏବଂ ବୈଷୟିକ ଶିକ୍ଷାରେ ୨୩ ପ୍ରତିଶତ ବଦଳରେ କେବଳ ୧୨ ପ୍ରତିଶତ ପ୍ରଦାନ କରୁଛନ୍ତି। ଏହା ଦ୍ୱାରା ବହୁ ମେଧାବୀ ଆଦିବାସୀ ଛାତ୍ର ବୃତ୍ତିଗତ ଏବଂ ବୈଷୟିକ ଉଚ୍ଚ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି।  
ଏହିଭଳି ଗୁରୁତ୍ୱପୂର୍ଣ୍ଣ ସମସ୍ୟାଗୁଡ଼ିକୁ ଓପିସିସି ଦ୍ବାରା ଆଜି ମହାମହିମ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏଥିରେ ପ୍ରଦେଶ କଂଗ୍ରେସ କମିଟିର ୩ ସମ୍ପାଦକ ଲକ୍ଷ୍ମୀଧର ସିଂ, ଅନିମା ମିଞ୍ଜ ଓ ମୋହନ ହେମ୍ବ୍ରମ ଏବଂ ବରିଷ୍ଠ ଆଦିବାସୀ ନେତ୍ରୀ ରଞ୍ଜିତା ହେମ୍ବ୍ରମ, ଆଦିବାସୀ ନେତା ମାତରାସ ଡୁଙ୍ଗଡୁଙ୍ଗ, କଟକ ଜିଲ୍ଲା କଂଗ୍ରେସର ଯୁବନେତା ଶ୍ରୀ ଆକ୍ୟୁବ ଖାନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like