-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସ୍ୱାୟତ୍ତ ଶାସନ ଦିବସ ପାଇଁ ବିଏମ୍ ସିର ପ୍ରସ୍ତୁତି ବୈଠକ

02-Aug-2025



ପ୍ରତ୍ୟେକ ପାର୍କରେ ଗୋଷ୍ଠୀ ସଦସ୍ୟଙ୍କୁ ନେଇ ବିବିଧ କାର୍ଯ୍ୟକ୍ରମ 

ଭୁଭୁବନେଶ୍ବ(ପ୍ରେରଣା ଖବର): ଚଳିତ ମାସ ୩୧ତାରିଖ ଦିନ ହେବାକୁ ଥିବା ସ୍ୱାୟତ୍ତ ଶାସନ ଦିବସ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମାନନୀୟା ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, କମିଶନର ଚଞ୍ଚଳ ରାଣା, ଅତିରିକ୍ତ କମିଶନର ରତ୍ନାକର ସାହୁ, ଶ୍ରୀମତୀ ସସ୍ମିତା ସାହୁ, ସିଟି ଇଂଜିନିୟର ବିଳାଶ କୁମାର ବେହେରା, ସଂସ୍କୃତିକ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ରାମଚନ୍ଦ୍ର ରଣସିଂହ ମଂଚାସୀନ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଷ୍ଟାଣ୍ଡିଂ କମିଟିର ସମସ୍ତ ଅଧ୍ୟକ୍ଷ, ଅଧ୍ୟକ୍ଷା ଓ ବହୁ କର୍ପୋରେଟର, ବିଏମ୍ ସିର ସମସ୍ତ ଅଧିକାରୀ ଏହି ବୈଠକରେ ଉପସ୍ଥିତ ଥିଲେ ।ପ୍ରତି ବର୍ଷପରି ଚଳିତ ବର୍ଷ ସ୍ୱାୟତ୍ତ ଶାସନ ଦିବସକୁ ଧୁମ୍ ଧାମରେ ପାଳନ କରିବା ପାଇଁ ଏହି ବୈଠକରେ  ନିଷ୍ପତ୍ତି ହୋଇଛି । ସ୍ୱାୟତ୍ତ ଶାସନ ଦିବସ ସଂପର୍କରେ ଲୋକମାନଙ୍କୁ ସଚେତନ କରାଇବା ପାଇଁ ମଧ୍ୟ ବିଭିନ୍ନ ପଦକ୍ଷେପ ନିଆଯିବ । ଚଳିତ ବର୍ଷ ପରି ଏ ବର୍ଷ ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ହେବ । ତେବେ ଚଳିତ ବର୍ଷ କ୍ରିକେଟ ସହ ଫୁଟବଲ ଖେଳକୁ ମଧ୍ୟ ସାମିଲ କରାଯାଇଛି । ଏହା ବ୍ୟତୀତ ଚେସ୍, କ୍ୟାରେମ, ବ୍ୟାଡ ମିଣ୍ଟନ, ମ୍ୟୁଜିକ୍ ଚେୟାର ଆଦି ବିଭିନ୍ନ ଇନଢୋର ଓ ଆଉଟ୍ ଡୋର୍ ଗେମ୍ସ, ଉଭୟ ପୁରୁଷ ଓ ମହିଳା ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏଥିରେ ବିଏମ୍ ସିର କର୍ପୋରେଟର, ଅଧିକାରୀ ଓ କର୍ମଚାରୀ ଅଂଶ ଗ୍ରହଣ କରିପାରିବେ । ଏହି ସମସ୍ତ କାର୍ଯ୍ୟ ବିଏମ୍ ସିର ରିକ୍ରିଏସନ କ୍ଲବ ପରିଚାଳନା କରିବାକୁ ନିଷ୍ପତ୍ତି ହୋଇଛି । ସେହିପରି ସେପ୍ଟେମ୍ବର ୨ତାରିଖ ଦିନ ବିଏମ୍ ସି ରିକ୍ରିଏସନ କ୍ଲବ ପକ୍ଷରୁ ରବିନ୍ଦ୍ର ମଣ୍ଡପଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।  ଏହା ବ୍ୟତୀତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ କବିତା, ପ୍ରବନ୍ଧ, ବକ୍ତୃତା, ଚିତ୍ରାଙ୍କନ ଆଦି ପ୍ରତିଯୋଗୀତା ମଧ୍ୟ ଅନୁଷ୍ଠିତ ହେବ । ସେହିପରି ବିଏମ୍ ସିର ତିନୋଟି ଜୋନରୁ 3 ଜଣଙ୍କୁ ସମାଜ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ନଗର ବନ୍ଧୁ ପୁରଷ୍କାର ପ୍ରଦାନ କରାଯିବ । ତିନୋଟି ଜୋନର 3ଟି ଓ୍ୱାର୍ଡକୁ ଶ୍ରେଷ୍ଠ ସ୍ୱଚ୍ଛ ଓ୍ୱାର୍ଡ ଘୋଷଣା କରାଯିବ । 

 

ସୂଚନା ଯୋଗ୍ୟ କି, ବିଏମ୍ ସି ଅଂଚଳରେ ଥିବା ବିଭିନ୍ନ ପାର୍କରେ ବରିଷ୍ଠ ନାଗରିକ ସଂଗଠନ, ସଂଘ ପକ୍ଷରୁ ସ୍ୱାୟତ ଶାସନ ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ । ଏମାନେ ଗୋଷ୍ଠୀ ସହଯୋଗରେ କିଛି କିଛି କାର୍ଯ୍ୟକ୍ରମ କରାଇବେ l କର୍ପୋରେଟର ମାନଙ୍କର ସହଯୋଗ ନେବା  ସାଙ୍ଗକୁ ୱାର୍ଡ ଅଫିସର ମାନେ ଏଥିରେ ସହଯୋଗ କରିବେ l ସେମାନେ ନିଜ ପାର୍କ କାର୍ଯ୍ୟକ୍ରମର ଫଟୋ ପଠାଇବେ l ବିଏମ୍ ସି ଅଂଚଳର ମାଟ୍ରିକ ଓ ଯୁକ୍ତ ଦୁଇ ଟପ୍ପରଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ ।  ଅଗଷ୍ଠ ୩୧ ତାରିଖ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି । ସକାଳ ୮ଟାରେ ବିଏମ୍ ସି ମୁଖ୍ୟାଳୟରେ ପତାକା ଉତ୍ତୋଳନ କରାଯିବ । ପରେ ବିଭିନ୍ନ ଆଶ୍ରୟସ୍ଥଳରେ ରହିଥିବା ବୃଦ୍ଧ, ବୃଦ୍ଧାଙ୍କୁ ଫଳ, ମିଷ୍ଟାନ୍ନ ଇତ୍ୟାଦି ବଣ୍ଟନ କରାଯିବ । ପୂର୍ବାହ୍ନରେ  ବିଏମ୍ ସି ପକ୍ଷରୁ କାର୍ଯ୍ୟ ଶେଷ ଯାଇଥିବା ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ କରାଯିବ । ସଂଧ୍ୟା ସମୟରେ ଜୟଦେବ ଭବନରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ବିଭିନ୍ନ ପ୍ରତିଯୋଗିତାର ବିଜେତାଙ୍କୁ ମାନପତ୍ର ପ୍ରଦାନ ପ୍ରଦାନ ପୂର୍ବକୁ ସମ୍ବର୍ଦ୍ଧିତ କରାଯିବାକୁ ଆଜିର ଏହି ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି । 

ଏଥି ସହିତ ଆସନ୍ତା ଅଗଷ୍ଟ ୧୫ତାରିଖ ଦିନ ସ୍ଵାଧୀନତା ଦିବସ ପାଇଁ ମଧ୍ୟ ଏହି ବୈଠକରେ ଆଲୋନଚା କରାଯାଇ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି । ଏହି ସମସ୍ତ କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନା କରିଥିଲେ ଅତିରିକ୍ତ କମିଶନ ରତ୍ନାକର ସାହୁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like