-+91-9937148622 |
prerana_bgr@rediffmail.com |
Monday 27th April 2026 |
R.N.I. Regd No. ODIODI/2010/46693
Breaking News
04-Aug-2025
କାଲିମେଳା(ସନ୍ତୋଷ କୁମାର ପଣ୍ଡା) ମାତ୍ର ୨୫ହଜାର ଟଙ୍କା ପାଇଁ ଜଣେ ଠିକାଦାର ଜଣେ ୨୧ ବର୍ଷୀୟ ଯୁବକଙ୍କୁ ପ୍ରଥମେ ଅପହରଣ ଓ ପରେ ହତ୍ୟା କରିଥିବା ପରି ସଂଗୀନ ଅଭିଯୋଗ ମୋଟୁ ଥାନାରେ ହୋଇଛି| ଅଭିଯୋଗ ପାଇବା ପରେ ମୋଟୁ ପୁଲିସ ଠିକାଦାର ଓ ତାଙ୍କର ଜଣେ ସହଯୋଗୀଙ୍କୁ ଥାନାରେ ଅଟକ ରଖି ଅନୁସନ୍ଧାନ ଆରମ୍ଭ କରିଥିବାର ସୂଚନା ମିଳିଛି| ମୋଟୁ ଥାନା ଅନ୍ତର୍ଗତ ଏମପିଭି ୮୧ ଗ୍ରାମର ଠିକାଦାର ଅନନ୍ତ ହାଲଦାର ଓ ସହ ଯୋଗୀ ସୁଜିତ ରାୟ ଶୁକ୍ରବାର ଅପରାହ୍ନ
୫ଟା ସମୟରେ ଏମପିଭି -୧୦ ଗ୍ରାମକୁ ଆସି ବାପି ମଣ୍ଡଳ ନାମକ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଘରୁ ଜୋର ଜବରଦସ୍ତ ହାତ ବାନ୍ଧି ଏକ ବାଇକରେ ନିଜ ଘରକୁ ଅପହରଣ କରି ନେଇଯାଇଥିଲେ | ତେବେ ଶନିବାର ସକାଳୁ ବାପି ମରିଯାଇଛି ବୋଲି ଠିକାଦାର ଜଣଙ୍କ ଏମପି ଭି- ୧୦ ଗ୍ରାମର ଗାଁ ସଭାପତିଙ୍କୁ ଜଣାଇଥିଲେ |
ଏହାପରେ ମୃତ ଯୁବକଙ୍କ ଅଜା ମୋଟୁ ଥାନାରେ ମୋ ନାତିକୁ ଠିକାଦାର ମାତ୍ର ୨୫ହଜାର ଟଙ୍କା ପାଇଁ ଅପହରଣ କରି ହତ୍ୟା କରିଥିବାର ଅଭିଯୋଗ କରିଥିଲେ। ମୃତ ଯୁବକ ଜଣଙ୍କ ଠିକାଦାର ନିକଟରେ ରହି ଆନ୍ଧ୍ର ପ୍ରଦେଶରେ ଦାଦନ ଖଟୁଥିଲା| ମୃତ ଯୁବକ ଜଣଙ୍କ ୨୫ହଜାର ଟଙ୍କା ଅଗ୍ରିମ ଆଣିଥିଲେ ମଧ୍ୟ ଆଉ ପରିଶୋଧ କରି ପାରି ନଥିଲା |