-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକଙ୍କ ସମ୍ପର୍କିତ ପ୍ରସଙ୍ଗ ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ

08-Aug-2025



ବଲାଙ୍ଗୀର(ଦେବାଶିଷ ବହିଦାର) : ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକଙ୍କ ସମ୍ପର୍କିତ ପ୍ରସଙ୍ଗ ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ବୈଠକ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡା. ବିଜୟାନନ୍ଦ ସେଠୀ,  ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପବିତ୍ର ବେହେରା ଓ ନିର୍ବାହୀ ଅଧିକାରୀ-ତଥା- ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ ତରୁଣ ସୁନା ପ୍ରମୁଖ ଉପସ୍ଥିତ ଥିଲେ । ଏହି ବୈଠକରେ ଶ୍ରମିକ ମାନଙ୍କ ସମସ୍ୟାର ସମାଧାନ ତଥା ଦାଦନଜନିତ ବିସ୍ଥାପନ ରୋକିବା ନିମନ୍ତେ ସବିଶେଷ ତଥା ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇଥିଲା । ଦାଦନ ସମସ୍ୟାର ସମାଧାନ ପାଇଁ ଉନ୍ନୟନ ମୂଳକ କାର୍ଯ୍ୟପନ୍ଥା ସ୍ଥିର କରିବା ପାଇଁ ଓ ବିଭିନ୍ନ ସରକାରୀ ସଂସ୍ଥା ମାନଙ୍କ ଦ୍ୱାରା ନିଆଯିବାକୁ ଥିବା ପଦକ୍ଷେପ ଗୁଡିକ ଯଥା ଶୀଘ୍ର ତ୍ୱରିତ୍ ପଦକ୍ଷେପ ନେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେପରି କାର୍ଯ୍ୟ ଅନ୍ୱେଷଣରେ ଦାଦନ ଖଟିବାକୁ ବାହାର ରାଜ୍ୟକୁ କେଉଁ ବ୍ଲକରୁ କେଉଁ ମାନେ ଦାଦନ ଖଟିବାକୁ ଯାଉଛନ୍ତି ସେମାନଙ୍କୁ ଚିହ୍ନଟ କରି ସ୍ଥାୟୀ ରୋଜଗାର ବ୍ୟବସ୍ଥା ଓ ଯୋଜନା ପ୍ରସ୍ତୁତ କରିବା ନିମନ୍ତେ ଉପସ୍ଥିତ ଥିବା ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ସରକାରଙ୍କ ଜନ ମଙ୍ଗଳ ଯୋଜନାରେ କାର୍ଯ୍ୟକାରିତା କରୁଥିବା ବିଭିନ୍ନ ବିଭାଗ ଯଥା  ପଂଚାୟତିରାଜ, କୃଷି, ଉଦ୍ୟାନକୃଷି, ମୃତ୍ତିକା ସଂରକ୍ଷଣ, ମତ୍ସ୍ୟ ଓ ପଶୁସମ୍ପଦ, ଜଳସେଚନ, ଜଙ୍ଗଲ ବିଭାଗରେ ହେଉଥିବା ସମସ୍ତ ଜୀବନ ଜୀବିକା ନିର୍ବାହ କାର୍ଯ୍ୟକ୍ରମ ବା ଯୋଜନାକୁ ସମ୍ମିଳିତ ଭାବେ ଗାଁରେ ଯୋଗାଇ ଦେବାକୁ ତଥା ଦାଦନ ଶ୍ରମିକ ଭାବେ ଯାଉଥିବା ଶ୍ରମିକଙ୍କର  ଅଳ୍ପ ବୟସ୍କ ପୁଅ ଝିଅ ମାନଙ୍କୁ ସ୍ୱଳ୍ପ କାଳୀନ ଛାତ୍ର/ଛାତ୍ରୀବାସ କୁ ଆସନ୍ତା ମାସ ସୁଦ୍ଧା ଖୋଲିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କର୍ମନିଯୁକ୍ତି ଶିକ୍ଷାର ଇଚ୍ଛୁକ ଯୁବକ ଯୁବତୀଙ୍କୁ ରୁଚିନୁସାରେ ଦକ୍ଷତା ବିକାଶ ପ୍ରଶିକ୍ଷଣରେ କିଭଳି ଭାବେ ଅଧିକରୁ ଅଧିକ ଯୁବଗୋଷ୍ଠୀ ସାମିଲ ହୋଇପାରିବେ ସେଥିପ୍ରତି ଅନୁଧ୍ୟାନ କରିବା ସହ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କର୍ମ ନିୟୋଜନ ଅଧିକାରୀଙ୍କୁ ଏବଂ ବିଭିନ୍ନ ସରକାରୀ ଯୋଜନାରେ ରହିଥିବା ସୁଧଛାଡ଼ ସୁବିଧା ଦେବା ପାଇଁ ତଥା ଆଇନର ଅନୁପାଳନ କରି ଋଣ ଉପଲବ୍ଧତା ସୁବିଧା ଚାଷୀ ମାନେ ସିଧାସଳଖ ପାଇପାରିବେ ସେ ପାଇଁ ବ୍ୟାଙ୍କ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କୁ ସଚେତନ କରିବା ସହ ଅନ୍ୟ ରାଜ୍ୟକୁ ଯାଇ ଦାଦନ ଖଟୁଥିବା ଶ୍ରମିକମାନଙ୍କ ବାସ୍ତବ ସ୍ଥିତି ସମ୍ପର୍କରେ, ବସଷ୍ଟାଣ୍ଡ ଓ ବିଭିନ୍ନ ରେଳ ଷ୍ଟେସନରେ କରାଯାଉଥିବା ତନଖି କୁ ଅଧିକ କ୍ରିୟାଶୀଳ କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ତଥା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଦାରିଦ୍ର୍ୟ ନିରାକରଣ ଯୋଜନାରେ ଦାଦନ ପରିବାର ମାନଙ୍କୁ ସାମିଲ କରିବା, ଭିତ୍ତିଭୂମି ଯୋଗାଇ ଦେବା ଯଥା ବସୁନ୍ଦରା ଯୋଜନାରେ ଗୃହ ଉପଯୋଗୀ ବାସଗୃହ ଯୋଗାଇଦେବା ପାଇଁ ଆନୁସଙ୍କିକ ବ୍ୟବସ୍ଥା କରିବା ପାଇଁ ସମସ୍ତ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ସରକାରୀ ବିଭାଗ ଦ୍ୱାରା ପ୍ରସ୍ତାବିତ ପଦକ୍ଷେପ ଓ ଯୋଜନାର ସୁପାରିଶ ଯଥା ଶୀଘ୍ର ଜିଲ୍ଲାପାଳଙ୍କ ଅବଗତି ନିମନ୍ତେ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ଏହି ବୈଠକରେ ବଲାଙ୍ଗୀରର ସମସ୍ତ ଉପଜିଲ୍ଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଅତିରିକ୍ତ ତହସିଲଦାର, ଜିଲ୍ଲାସ୍ତରୀୟ ଅଧିକାରୀଗଣ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like