-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଦେଶ ବିଦେଶ

ରାଜପଥରେ ଦେଖିବାକୁ ମିଳିଲା କଳାହାଣ୍ଡି ‘ବଜାସାଲ୍’ ନୃତ୍ୟର ଝଲକ, ମନ ମୋହିଲା ଓଡିଶାର ଉତ୍କର୍ଷ କଳା ପ୍ରଦର୍ଶନ

26-Jan-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ । ନୂଆଦିଲ୍ଲୀ ସମେତ ସାରା ଦେଶରେ କଡା ସୁରକ୍ଷା ମଧ୍ୟରେ ପାଳିତ ହେଉଛି ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ଦେଶରେ ସମ୍ବିଧାନ ପ୍ରଣୟନ କରାଯାଇଥିଲା । ସେହି ଦିନକୁ ରାଷ୍ଟ୍ରୀୟ ଉତ୍ସବ ଭାବେ ପାଳନ କରାଯାଉଛି । ପ୍ରତିବର୍ଷ ଭଳି ନୂଆଦିଲ୍ଲୀ ରାଜପଥରେ ପରେଡ୍ ଆୟୋଜିତ ହୋଇଛି । ସାରା ବିଶ୍ବ ଭାରତର ଶକ୍ତି, ସଂସ୍କୃତି ଓ ପରମ୍ପରାର ଝଲକ୍ ଦେଖିଛି । ରାଜପଥରେ ବିଭିନ୍ନ ରାଜ୍ୟର ପ୍ରଜ୍ଞାପନ ମେଢ ପ୍ରଦର୍ଶିତ ହେବା ସହ ବିଭିନ୍ନ ପ୍ରକାର ନୃତ୍ୟର ଝଲକ ମଧ୍ୟ ଦେଖିବାକୁ ମିଳିଛି ।

ଚଳିତ ବର୍ଷ ରାଜପଥରେ ପରେଡ୍‌ରେ ଓଡିଶାର ପ୍ରଜ୍ଞାପନ ମେଢ ବାଦ୍ ପଡିଥିବା ବେଳେ କଳାହାଣ୍ଡି ଜିଲ୍ଲାର ‘ବଜାସାଲ୍’ ନୃତ୍ୟର ଝଲକ ଦେଖିବାକୁ ମିଳିଛି । ଓଡିଶାର ପାରମ୍ପରିକ ‘ବଜାସାଲ୍’ ନୃତ୍ୟ ଦଳ ରାଜପଥରେ ନୃତ୍ୟ ପରିବେଷଣ କରିଛନ୍ତି । ଓଡିଶାର ଉତ୍କର୍ଷ କଳା ପ୍ରଦର୍ଶନ କରି ଦର୍ଶକଙ୍କ ମନ ମୋହିଛନ୍ତି ଏହି ନୃତ୍ୟ ଦଳ ।

କଳାହାଣ୍ଡି ଭବାନୀପାଟଣାର ପ୍ରତିଭା ଅନୁଷ୍ଠାନ ‘ବଜାସାଲ୍’ ନୃତ୍ୟ ପରିବେଷଣ କରିଛନ୍ତି । ଅନୁଷ୍ଠାନର ୮୦ଜଣ ଶିଳ୍ପୀ ଏଥିରେ ସାମିଲ୍ ହୋଇଥିଲେ । ପୂର୍ବ ଭାରତର ଏକମାତ୍ର ଲୋକନୃତ୍ୟ ଭାବେ କଳାହାଣ୍ଡିର ‘ବଜାସାଲ୍’ ରାଜପଥରେ ନୃତ୍ୟ ପରିବେଷଣ ପାଇଁ ମନୋନୀତ ହୋଇଥିବାରୁ ସମଗ୍ର ଓଡିଶାବାସୀ ଗର୍ବିତ । କଳାହାଣ୍ଡି ବୀରବାଦ୍ୟ ‘ଘୁମୁରା’ ରାଜପଥରେ ପ୍ରଦର୍ଶନର ୨୦ ବର୍ଷ ପରେ ‘ବଜାସାଲ୍’ ନୃତ୍ୟ ପ୍ରଦର୍ଶନ ପାଇଁ ମନୋନୀତ ହୋଇଥିଲା ।

 

ବଜାସାଲ୍’ ହେଉଛି ଏକ ପାରମ୍ପରିକ ଲୋକନୃତ୍ୟ, ଯାହାକୁ ବିବାହ ଉତ୍ସବରେ ଶୁଣିବାକୁ ମିଳିଥାଏ । କଳାହାଣ୍ଡିର ସ୍ଥାନୀୟ ଅଞ୍ଚଳରେ ବିବାହ ମଣ୍ଡପ ନିକଟରେ ‘ବଜାସାଲ୍’ ୩ ଦିନ ଧରି ବାଜିଥାଏ । ଏହି ବାଜାର ତାଳେ ତାଳେ ବିବାହର ରୀତିନୀତି ଅନୁଯାୟୀ ପୁଅ ଓ ଝିଅ ସଂଘବଦ୍ଧ ଭାବେ ନୃତ୍ୟ ପରିବେଷଣ କରିଥାନ୍ତି । ଏହି ସମୟରେ ପୁଅ ଓ ଝିଅ ଘର ପକ୍ଷରୁ ନୃତ୍ୟ ପରିବେଷଣ ହୋଇଥାଏ । ୧୦୦ ବର୍ଷ ତଳର ଏହି ନୃତ୍ୟକୁ ପରବର୍ତୀ ପର୍ଯ୍ୟାୟରେ ସାଂସ୍କୃତିକ ମଞ୍ଚ ଉପରେ ପରିବେଷଣ କରାଯାଇଥିଲେ । ଯାହା ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ଆଦୃତ ହୋଇଥିଲା । ଯାହା ୨୦୧୯ ମସିହାରେ ରାୟପୁରଠାରେ ଅନୁଷ୍ଠିତ ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବରେ ପ୍ରଥମ ସ୍ଥାନ ଅଧିକାର କରିଥିଲା ।

‘ବଜାସାଲ୍’ ଲୋକ ନୃତ୍ୟ ସାଧାରଣତଃ ୧୫ ମିନିଟରୁ ଅଧିକ ସମୟ ଧରି ପରିବେଷଣ କରାଯାଇଥାଏ । ହେଲେ ସାଧାରଣତନ୍ତ୍ର ଦିବସ ପରେଡରେ ଏହା ମାତ୍ର ୩ ମିନିଟ୍ ପ୍ରଦର୍ଶିତ ହୋଇଛି । ରାଜପଥରେ ‘ଘୁମୁରା’ ପରେ ‘ବଜାସାଲ୍’ ନୃତ୍ୟ ପ୍ରଦର୍ଶନ ନିଶ୍ଚିତ ଭାବେ କଳାହାଣ୍ଡି ତଥା ରାଜ୍ୟ ପାଇଁ ଗୌରବର ବିଷୟ ।
ଗତବର୍ଷ ପରେଡ୍‌ରେ ଓଡିଶାର ପ୍ରଜ୍ଞାପନ ମେଢ ସ୍ଥାନ ପାଇଥିବା ବେଳେ ସାଂସ୍କୃତିକ ଦଳ ନୃତ୍ୟ ପରିବେଷଣ କରି ପ୍ରଥମ ପୁରସ୍କାର ପାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like