-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଆସନ୍ତା କାଲି ଠାରୁ ସାମୁହିକ ଛୁଟିରେ ଯିବେ ରାଜସ୍ବ ଅମଲା ସଂଘ*-

10-Aug-2025



ସୁବର୍ଣ୍ଣପୁର   )ମନୋରଞ୍ଜନ ତ୍ରିପାଠୀ)
 ଆସନ୍ତା କାଲିଠୁଁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ରାଜସ୍ବ ଅମଲାମାନେ ସାମୁହିକ ଛୁଟିରେ  ରହି ତାଙ୍କର ବହୁ ପ୍ରତୀକ୍ଷିତ ୧୦ ଦଫା ଦାବିଗୁଡିକ ପୂରଣ ନିମିତ୍ତ ଜୋରଦାର  ଆନ୍ଦୋଳନ କରିବେ ବୋଲି ଜିଲ୍ଲାର ଅଧ୍ୟକ୍ଷ ଶ୍ରୀଯୁକ୍ତ ନୀଳାମ୍ବର ଶତପଥୀ, ଉପାଧ୍ୟକ୍ଷ  ଶ୍ରୀଯୁକ୍ତ ସହଦେବ ମେହେର ସଭାପତି ଶ୍ରୀ ଜ୍ୟୋତିରଂଜନ ଦାନୀ, ସମ୍ପାଦକ ଶ୍ରୀ ବନମାଳୀ ମେହେର, କାର୍ଯ୍ୟକାରୀ ସଭାପତି ସିତେଶ ପୂଜାହାରୀ , ଯୁଗ୍ମୁ ସମ୍ପାଦକ ପ୍ରେମାନନ୍ଦ କୁଅଁର କୋଷାଧ୍ୟକ୍ଷ ଜିତେନ୍ଦ୍ରିୟ ଦୀପ, ମୁଖ୍ୟ ପରାମର୍ଶ ଦାତା ଶ୍ରୀଯୁକ୍ତ ଅଶୋକ ମିଶ୍ର, ସଞ୍ଜୀବ ବାବୁ କାର୍ଯ୍ୟକାରିଣୀ ସଭ୍ୟ ଶିବଦତ୍ତ ଦାଶ, ଦୁଃଖିଶ୍ୟାମ ସେଠୀ, ମଛିନ୍ଦ୍ର ସୁନା, ଦିନେଶ ମିଶ୍ର, ସୁରେଶ ଶର୍ମା, ଜୟଦ୍ରଥ ଜଗଦଲା, ଗୋବିନ୍ଦ ବଢେଇ, ସ୍ୱରୂପ ରଞ୍ଜନ ପୂଜାହାରି ଆକ୍ସନ କମିଟି ଅଧ୍ୟକ୍ଷ ସରୋଜ ପୁରୋହିତ,ବିରେନ୍ଦ୍ର ରଥ, ଶିବାନନ୍ଦ ବାଘ୍,ଚେତନ ପଣ୍ଡା,ଗିରିଧାରୀ ହୋତା, ଦୈତ୍ୟଦେବ ଭୋଇ, ସୂର୍ଯନାରାୟଣ ପୁରୋହିତ, ଦିଲ୍ଲୀପ ମେହେର ଇତ୍ୟାଦି ସମସ୍ତେ ଦୃଢତାର ସହ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଯେବେ ପର୍ଯ୍ୟନ୍ତ ସରକାର ଦାବିଗୁଡିକ ପୂରଣ କରି ନୋଟିଫିକେସନ ବାହାର କରିବେ ନାହିଁ , ସେ ସମୟ ପର୍ଯ୍ୟନ୍ତ ଉକ୍ତ ଆନ୍ଦୋଳନ ଜାରି ରହିବ ଏବଂ ଜନ ସାଧାରଣଙ୍କ ଅସୁବିଧା ପାଇଁ ସରକାର ସମ୍ପୂର୍ଣ୍ଣ ଦାୟୀ ରହିବେ ବୋଲି ଚେତାବନୀ ଦେଇ ଅଛନ୍ତି। 
ଏଠାରେ ଉଲ୍ଲେଖ କରାଯାଇପାରେ କି, ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କର ୧୦ ଦଫା ଦାବି ପୂରଣ କରିବା ନିମିତ୍ତ ରାଜ୍ୟ ସରକାରଙ୍କୁ ବାରମ୍ବାର ଗୁହାରି କରିବା ପରେ ରାଜ୍ଯ ସରକାର ଗତ ଜୁଲାଇ ୯ ତାରିଖରେ ରାଜ୍ୟସଂଘର ଶୀର୍ଷ ନେତୃବୃନ୍ଦଙ୍କ ସହିତ ଆଲୋଚନା କରି ଅତିଶୀଘ୍ର ଅର୍ଥାତ୍ ୭ ରୁ ୧୫ ଦିନ ଭିତରେ ଦାବିଗୁଡିକୁ ପୂରଣ କରିବାର ପ୍ରତିଶ୍ରୁତି ଦେଇଥିଲେ, ଫଳ ସ୍ବରୂପ ୧୪ ଜୁଲାଇକୁ ହେବାକୁ ଥିବା ରାଜସ୍ବ ଅମଲାମାନଙ୍କ ତରଫରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯିବାର ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ,ଏ ଯାବତ୍ ରାଜ୍ଯ ସରକାର ରାଜସ୍ବ ଅମଲା ମାନଙ୍କର ଦାବିଗୁଡିକୁ ପୂରଣ କରିବା ତ ଦୂରର କଥା, ସେମାନଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରିବା ସହ ସେମାନଙ୍କୁ ପ୍ରବଳ ଆଘାତ ଦେବା ଭଳି ରାଜସ୍ବ ସେବା ପଦ୍ଧତିରେ ସେମାନଙ୍କର ପଦୋନ୍ନତିକୁ କୁଠାରଘାତ ସଦୃଶ ଏକ ନିର୍ଦ୍ଦେଶାନାମା ଜାରି କରିଅଛନ୍ତି। ଯାହା ଫଳରେ ସମସ୍ତ ରାଜସ୍ବ ଅମଲାମାନଙ୍କ ମଧ୍ଯରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ଏପଟେ ତାଙ୍କର ପଦବୀ ପୁନର୍ଗଠନ ଆଳରେ ବର୍ଷ ବର୍ଷ ଧରି ସାଧାରଣ ପ୍ରମୋଶନ କୁ ଅଟକାଇ ରଖାଯିବା ଫଳରେ ସେମାନଙ୍କ ମଧ୍ଯରୁ କେତେକ ଅବସର ନେଇ ଗଲେଣି, ଅଥଚ ତାଙ୍କର ନାର୍ଯ୍ଯ ପ୍ରାପ୍ତିରୁ ତାଙ୍କୁ ବଞ୍ଚିତ କରାଯାଉ ଅଛି। ସେମାନେ କାର୍ଯ୍ୟ ଦକ୍ଷତାସମ୍ପନ୍ନ ଥାଇ ତୃଣମୂଳ ସ୍ତରରେ ସରକାରଙ୍କ ବ୍ୟାପକ ଯୋଜନା ଗୁଡିକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ସହ ସିମୀତ ସମୟ ସୀମାରେ ତାଙ୍କର କାର୍ଯ୍ୟଗୁଡ଼ିକୁ କରି ଯୋଗାଇ ଦେଇ ଆସୁଥିଲେ ମଧ୍ଯ ସରକାର ସେମାନଙ୍କୁ ଅଣଦେଖା କରି ଆସୁଛନ୍ତି। ସେମାନଙ୍କର ଦାବି ଗୁଡିକ ମଧ୍ୟ ରେ ପ୍ରମୁଖ ଦାବିଗୁଡିକ ହେଲା, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ୍- ୯ କୁ ବୃଦ୍ଧି କରାଇବା, ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ସଂକଳ୍ପ ପତ୍ର ସଂଖ୍ୟା :- ୮୮୯୮ ତାରିଖ- ୧୫-୦୩-୨୪ ଅନୁଯାୟୀ ତଥା ସମସ୍ତ ୩୦ ଗୋଟି ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯିବା, ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯିବା, ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯିବା,ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ୍ ଯୋଜନା ରେ ଅନ୍ତର୍ଭୁକ୍ତ କରାଯିବା ଇତ୍ୟାଦି ଅଛି।
ସାଧାରଣରେ ବୁଦ୍ଧିଜୀବୀ, ଆଇନଜୀବୀ ଏବଂ ଅନ୍ଯ ଜନସାଧାରଣ ରାଜ୍ୟ ସରକାର  ଏ ଭଳି ଟାଳଟୁଳ ନୀତି ନ କରି କର୍ମଚାରୀଙ୍କ ଯଥୋଚିତ ଦାବିଗୁଡିକ ପୂରଣ ନିମିତ୍ତ ପଦକ୍ଷେପ ନେଇ ସେମାନଙ୍କୁ କାର୍ଯ୍ୟକୁ ଫେରାଇ ଆଣିବାକୁ ଅପିଲ୍ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026

You Might Also Like