-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ସ୍ବଭାବ କବିଙ୍କ କବିତାରେ ଭାରତୀୟ ଆଧ୍ୟାତ୍ମିକ ଦର୍ଶନ ହିଁ ପ୍ରକାଶିତ

10-Aug-2025



ବରପାଲି (ସୁଦାମ ଦୀପ)ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ବିଭୂଚେତନାମୂଳକ କବିତାରେ ଭାରତୀୟ ଆଧ୍ୟାତ୍ମିକ ଦର୍ଶନ ହିଁ ପ୍ରକାଶିତ ହୋଇଛି। କବିଙ୍କ ବ୍ୟକ୍ତି ଜୀବନ ଓ କବି ଜୀବନ ମଧ୍ୟରେ କିଛି ପାର୍ଥକ୍ୟ ନ ଥିଲା। ତାଙ୍କର ଜୀବନ ଓ ସାହିତ୍ୟ ଅଭିନ୍ନ । ଏହି ଏକତ୍ଵ କାରଣରୁ ସେ ସମୟର ବହୁ ଗୁଣୀ ଜ୍ଞାନୀମାନେ କବିଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରୁଥିଲେ। ଗଙ୍ଗାଧର ବରପାଲିକୁ ତୀର୍ଥରେ ପରିଣତ କରିଛନ୍ତି ବୋଲି ଆଜି କବିଙ୍କ ଜନ୍ମ ଗୃହ କବିଭବନ ଠାରେ ଗଙ୍ଗାଧର ସାହିତ୍ୟ ପରିଷଦ ପକ୍ଷରୁ ଆୟୋଜିତ ସାରସ୍ଵତ ସମାରୋହରେ ଯୋଗ ଦେଇଥିବା ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେପୁର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେପୁରରେ ସ୍ବଭାବ କବି ଗଙ୍ଗାଧରଙ୍କ ରହଣି ଓ କବିଙ୍କ ଅନନ୍ୟ ବ୍ୟକ୍ତିତ୍ଵ ସମ୍ପର୍କରେ  ଆଲୋଚନା କରିଥିଲେ । ଗଙ୍ଗାଧର ମେହେର ମହାବିଦ୍ୟାଳୟର ପୂର୍ବତନ ପ୍ରାଧ୍ୟାପକ ଡକ୍ଟର ଶିରୀଶ ଚନ୍ଦ୍ର ଜେନା ଓ ଡକ୍ଟର ରମାକାନ୍ତ ନାୟକ ସମ୍ମାନିତ ବକ୍ତା ଭାବେ ଯୋଗଦେଇ ଗଙ୍ଗାଧର  ଫକୀର ମୋହନ ଏବଂ ବରପାଲି ଓ ବାଲେଶ୍ଵରର ସାରସ୍ଵତ ସମ୍ପର୍କ ଗଭୀର ଭାବପୂର୍ଣ୍ଣ ବୋଲି ବର୍ଣ୍ଣନା କରିଥିଲେ । ଏ ସଭାରେ ମେହେର ସାହିତ୍ୟର ବିଶିଷ୍ଟ ଗବେଷକ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ଡକ୍ଟର କୁମୁଦ ରଞ୍ଜନ ପାଣିଗ୍ରାହୀ ଓ ଡକ୍ଟର ଅଶୋକ କୁମାର ଦାଶ ଏବଂ ସରକାରୀ ମହାବିଦ୍ୟାଳୟ ସୁନ୍ଦରଗଡ଼ର ପ୍ରାକ୍ତନ ପ୍ରାଧ୍ୟାପକ ଡକ୍ଟର କୁଳମଣି ବେହେରାଙ୍କୁ ଗଙ୍ଗାଧର ସାରସ୍ଵତ ସମ୍ମାନ ଅର୍ପଣ କରାଯାଇଥିଲା। ଶ୍ରୀଯୁକ୍ତ ମନୋରଞ୍ଜନ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ପ୍ରାଧ୍ୟାପକ ଡକ୍ଟର ଶୁକମୁନି ମେହେର ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଧନ୍ୟବାଦ ଅର୍ପଣ କରିଥିଲେ ଡକ୍ଟର ଶେଷ ମେହେର। ଏହି କାର୍ଯ୍ୟକ୍ରମରେ ଡକ୍ଟର ଶେଷ ମେହେରଙ୍କ ଦ୍ବାରା ସଂପାଦିତ 'ଗଙ୍ଗାଧର ସ୍ମରଣିକା ', ପ୍ରଫେସର ଡକ୍ଟର କୁମୁଦ ରଞ୍ଜନ ପାଣିଗ୍ରାହୀଙ୍କ ରଚିତ 'ଅମୃତ ବିନ୍ଦୁ ଗଙ୍ଗାଧର ' ଓ ଡକ୍ଟର ଶୁକମୁନି ମେହେରଙ୍କ ରଚିତ 'ସ୍ବଭାବ କବି ଗଙ୍ଗାଧର ମେହେର ' ପୁସ୍ତକ ଉନ୍ମୋଚିତ ହୋଇଥିଲା।

         ଏ ଅବସରରେ ପୂର୍ବାହ୍ନ ୮ ଟା ୩୦ ମିନିଟ୍ ସମୟରେ କବିଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ ଓ ଦୀପ ପ୍ରଜ୍ବଳନ କରାଯାଇଥିଲା। ବରଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ଆଦିତ୍ୟ ଗୋୟଲ ବରପାଲି ବାସୀଙ୍କ ସହ କବିଙ୍କ ପ୍ରତି ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି କବିଭବନ ପରିଦର୍ଶନ କରିଥିଲେ ଏବଂ ଗଙ୍ଗାଧର ଅଡିଟୋରିୟମର ନିର୍ମାଣ ସଂପର୍କରେ ପଚାରି ବୁଝିଥିଲେ। କବି ଭବନରେ ମଧ୍ୟ କବିଙ୍କ ପ୍ରତିଛବି ଓ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା।  ଏହି କାର୍ଯ୍ୟକ୍ରମରେ ବରପାଲି,  ବାଲେଶ୍ଵର ଓ ବିଜେପୁର ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ କବିଙ୍କ ପ୍ରତି ଆନ୍ତରିକ ଭକ୍ତି ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like