-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ଭେଟିଲେ ଭୀମପାହାଡ ଓ ଚାନ୍ଦଲି ମହୋତ୍ସବ କମିଟି

12-Aug-2025



ଭୀମପାହାଡ ପାଇଁ ୧୦କୋଟି ଓ ଚାନ୍ଦଲିପାହାଡ ପାଇଁ ୧୫କୋଟି ଟଙ୍କାର ଅନୁଦାନ ଦାବି

ବଲାଙ୍ଗୀର,-ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ,ମହିଳା ଓ ଶିଶୁକଲ୍ୟାଣ ବିଭାଗର ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ବଲାଙ୍ଗୀର ଗସ୍ତର ଆଜି ଶେଷଦିନ ଥିଲା । ସ୍ଥାନୀୟ ସର୍କିଟ ହାଉସଠାରେ ଆଜି ସକାଳୁ ଦେଓଗାଁ ବ୍ଲକର ଭୀମପାହାଡ ଓ ଚାନ୍ଦଲି ମହୋତ୍ସବ କମିଟିର ଏକ ପ୍ରତିନିଧିଦଳ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କୁ ଭେଟି ଆଲୋଚନା କରିବା ସହିତ ଅନୁଦାନ ପାଇଁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ସେଥିରେ ଭୀମପାହାଡ ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ୧୦କୋଟି ଟଙ୍କା ଓ ଚାନ୍ଦଲିପାହାଡର ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ୧୫କୋଟି ଟଙ୍କାର ଅନୁଦାନ ଦେବାକୁ ଦାବି କରାଯାଇଛି । ମହୋତ୍ସବକମିଟିର ଅଧ୍ୟକ୍ଷ ତଥା ଦେଓଗାଁ ବ୍ଲକର ପୂର୍ବଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେରଙ୍କ ନେତୃତ୍ୱରେ ଆସିଥିବା ଏହି କମିଟିରେ ଭୀମପାହାଡ ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ,କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ,ମକୁନ୍ଦପୁର ସରପଞ୍ଚ ଜାନକି ସାହୁ,ନନ୍ଦକିଶୋର ନାଏକ,ଚାନ୍ଦଲି ମହୋତ୍ସବ କମିଟିର ଘାସିରାମ ରଣା,ପ୍ରଦ୍ୟୁମ୍ନ ଷଢଙ୍ଗୀ,ଜ୍ୟୋତ୍ସ୍ନା ନାଏକ,ରାଜୁ ମେହେର ପ୍ରମୁଖଙ୍କ ସହିତ ଅନ୍ୟାନ୍ୟ ବ୍ୟକ୍ତି ବିଶେଷ ଯୋଗଦେଇ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଥିଲେ । ଚାନ୍ଦଲିପାହାଡକୁ ମୋହନ ସରକାର ପର୍ଯ୍ୟଟନସ୍ଥଳିର ମାନ୍ୟତା ଦେଇଥିବାରୁ କମିଟି ପକ୍ଷରୁ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନମନ୍ତ୍ରୀ ଶ୍ରୀମତୀ ପରିଡାଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା । କମିଟି ଦାବି କରିଛି ଯେ,ଭୀମପାହାଡ ପର୍ଯ୍ୟଟନସ୍ଥଳିରେ ଏପର୍ଯ୍ୟନ୍ତ ୯କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଅନୁଦାନ ଆସି ଖର୍ଚ୍ଚ ଚାଲିଛି । ଆହୁରି କାମ ବାକି ରହିଛି । ସେଥିପାଇଁ ଆଉ ୧୦କୋଟି ଟଙ୍କାର ଅନୁଦାନର ଆବଶ୍ୟକତା ରହିଛି । ଠିକ ସେହିପରି ଦେଷଣ୍ଢ ନିକଟସ୍ଥ ଚାନ୍ଦଲିପାହାଡ ପର୍ଯ୍ୟଟନସ୍ଥଳୀରେ ପୂର୍ବସରକାର ଦେଇଥିବା ୧କୋଟି ଟଙ୍କାର କାମ ଚାଲିଛି । ଚାନ୍ଦଲି ନିକଟସ୍ଥ ଭୁଲିଆକଟାର ପୁନଃରୁଦ୍ଧାର ପାଇଁ ପ୍ରଶାସନ ପକ୍ଷରୁ ୬କୋଟି ୭୨ଲକ୍ଷ ଟଙ୍କାର ଡିପିଆର ସରକାରଙ୍କୁ ପଠାଯାଇଛି । ସେହିପରି ଚାନ୍ଦଲିର ବିକାଶ ପାଇଁ ଆଉ ୧୦କୋଟି ଟଙ୍କାର ଡିପିଆର ପ୍ରସ୍ତୁତ ହୋଇଛି । ତେଣୁ ଏହାର ବିକାଶ ପାଇଁ ୧୫କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବାକୁ ଉପମୁଖ୍ୟମନ୍ତ୍ରୀଙ୍କ ପାଖରେ ଦାବି ରଖାଯାଇଛି । ଓଡିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳିର ବିକାଶ ପାଇଁ ରାଜ୍ୟସରକାର ସଂକଲ୍ପ ନେଇଛନ୍ତି । ସେହିକ୍ରମରେ ଏହି ପର୍ଯ୍ୟଟନସ୍ଥଳୀମାନଙ୍କୁ ମଧ୍ୟ ଅନୁଦାନ ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ପ୍ରତିନିଧିଦଳଙ୍କୁ ପ୍ରତିଶୃତି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like