-+91-9937148622 |
prerana_bgr@rediffmail.com |
Friday 19th June 2026 |
R.N.I. Regd No. ODIODI/2010/46693
Breaking News
13-Aug-2025
ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସ୍ଥିତ ସିଦ୍ଧାର୍ଥ ଡିଗ୍ରୀ କଲେଜରେ ସଂସ୍କୃତ ଦିବସ ଓ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।ଏହି ଅବସରରେ ସଂସ୍କୃତ ଶ୍ଳୋକ ଉପରେ ଏକ ବକୃତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ଏଥିରେ ବହୁ ଛାତ୍ରଛାତ୍ରୀ ଭାଗ ନେଇଥିଲେ।ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତାଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର ନାୟକ ମୁଖ୍ୟ ଅତିଥି,ଇଂରାଜୀ ବିଭାଗ ମୁଖ୍ୟ ବାଣୀ ପ୍ରସାଦ ବିଶ୍ଵାଳ,ଓଡ଼ିଆ ଅଧ୍ୟାପିକା ପ୍ରଣିତା ମିଶ୍ର ସମ୍ମାନୀତ ଅତିଥି ଭାବେ ଯୋଗଦେଇ କବି ଗଙ୍ଗାଧର ଙ୍କ ଜୀବନୀ ଉପରେ ଆଲୋକପାତ କରିବା ସହିତ କୃତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ ।ଶେଷରେ ସଂସ୍କୃତ ଅଧ୍ୟାପକ ସାଧୁରାମ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।