-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଉରୁବାଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯିବାପାଇଁ ଛାତ୍ର ଛାତ୍ରୀଙ୍କୁ ଚାଲିବା ପାଇଁ ପଡୁଛି ତିନି,ଚାରି କିଲୋମିଟର ରାସ୍ତା

14-Aug-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ  ଅନ୍ତର୍ଗତ ଉରୁବେଲି ସରକାରୀ ଉନ୍ନତ ଉଚ୍ଚ ବିଦ୍ୟାଳୟ ୩୨୬ ନଂ ଜାତୀୟ ରାଜପଥ ଠାରୁ ପ୍ରାୟ ତିନି, ଚାରି କିମି ଦୂରରେ ରହିଥିବାରୁ ଯାତାୟତ ଲାଗି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ନାହିଁ ନଥିବା ସମସ୍ୟା ଦେଖିବାକୁ ମିଳିଛି। ଯାହାଫଳରେ ଏହି ସ୍କୁଲରେ ପାଠପଢୁଥିବା ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଦୈନିକ ତିନି, ଚାରି କିମି ରାସ୍ତା ଚାଲି ଚାଲି ସ୍କୁଲରେ ପହଞ୍ଚୁଥିବାରୁ ପାଠପଢା ଅପେକ୍ଷା ଯାତାୟତ ଏହି ସ୍କୁଲର ଛାତ୍ରଛାତ୍ରୀମାନଙ୍କ ପାଇଁ ଚାଲେଞ୍ଜ ସୃଷ୍ଟି କରିଛି।ସୁଚନା ଅନୁଯାୟୀ ଏହି ସ୍କୁଲକୁ ଯିବା ଲାଗି ମାଲକାନଗିରି ଜିଲ୍ଲା ଠାରୁ ପଡୋଶୀ ଆନ୍ଧ୍ର ପ୍ରଦେଶକୁ ସଂଯୋଗ କରୁଥିବା ୩୨୬ନଂ ଜାତୀୟ ରାଜପଥ ନିକଟସ୍ଥ ପୁଷୁଗୁଡା ଗ୍ରାମଛକ ଠାରୁ ସ୍କୁଲ ପର୍ଯ୍ୟନ୍ତ ପ୍ରାୟ ଚାରି,ପାଞ୍ଚ କିମି ଦୂର ରାସ୍ତା ଯିବାକୁ ପଡେ। ଏହି ରାସ୍ତା ଦେଇ କୌଣଷି ଚାରି ଚକିଆ ଯାନବାହନ ଯାତାୟତ କରୁନଥିବାରୁ ମୋଟର ସାଇକେଲ କିମ୍ବା ପାଦରେ ଚାଲି ଚାଲି ଲୋକେ ଯାତାୟତ କରନ୍ତି । ସେଥିପାଇଁ ଏହି ସ୍କୁଲରେ ପଢୁଥିବା ପ୍ରାୟ ୨ ଶହ ୮୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରାୟ ଦେଢ଼ଶହ ଛାତ୍ରଛାତ୍ରୀ ଦୈନିକ ଆଖପାଖ ଗ୍ରାମରୁ ପାଦରେ ଚାଲି ଚାଲି ଆସୁଥିବା ବେଳେ ବଳକା ଶହେରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ

ବସ୍ କିମ୍ବା ଅଟୋ ଯୋଗେ ପୁଷୁଗୁଡା ଗ୍ରାମ ଛକକୁ ବସ୍ ଯୋଗେ ଆସି ସେଠାରୁ ସ୍କୁଲକୁ ପାଦରେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଛି। ଯାହାଫଳରେ ପାଠ ପଡ଼ିବାକୁ ଆସୁଥିବା ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ ଦୈନିକ ପ୍ରାୟ ଚାରି କିମି ପାଦରେ ଚାଲିଚାଲି ଯିବା ପରେ ଏହି ସ୍କୁଲରେ ପହଂଚି ଥାଆନ୍ତି।ଅନ୍ୟପଟେ ସରକାରଙ୍କ ପକ୍ଷ୍ୟରୁ ମୁଖ୍ୟ ମନ୍ତ୍ରୀଙ୍କ ବସସେବା ଯୋଗେ ଗୋଟିଏ ବସ୍ କାଲିମେଳା ରୁ ପୁଷୁଗୁଡା ହୋଇ ମୋଟୁ ଯାଉଥିବା ବେଳେ ପ୍ରାୟ ସମସ୍ତ ଛାତ୍ରଛାତ୍ରୀ ଏହି ବସ୍ ଯୋଗେ ଯାତାୟତ କରନ୍ତି । ତେଣୁ ଏହି ବସଟି ମୁଖ୍ୟ ରାସ୍ତାରୁ ସ୍କୁଲ ପର୍ଯ୍ୟନ୍ତ ଅତିରିକ୍ତ ଯାତାୟତ କଲେ ସ୍କୁଲର ଛାତ୍ରଛାତ୍ରୀ ସମେତ ସ୍ଥାନୀୟ ଲୋକ ବି ଉପକୃତ ହୋଇପାରିବେ ବୋଲି ସ୍ଥାନୀୟ ଜନ ପ୍ରତିନିଧି ଓ ନେତୃବୃନ୍ଦ

ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ କେହି ଦୃଷ୍ଟି ଦେଉନଥିବା କହିଛନ୍ତି l ଏହି ବାବଦରେ କାଲିମେଳା ବିଡିଓ ପ୍ରଦୀପ କୁମାର କରଙ୍କ ସହ ଆଲୋଚନା କରିବାରୁ ସେ ମୁଖ୍ୟମନ୍ତ୍ରୀ ବସ ସେବାର ରୁଟ ସେହି ରାସ୍ତା ଦେଇ ନଥିବାରୁ ଯାତାୟତ କରୁନଥିବା କହିବା ସହ ଛାତ୍ରଛାତ୍ରୀମାନଙ୍କ ସୁବିଧା ନିମନ୍ତେ ଉକ୍ତ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା ବସ୍ ଚଳାଚଳ ବ୍ୟବସ୍ଥା କରିବେ ବୋଲି କହିଛନ୍ତି। ଅନ୍ୟପଟେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ଯାତାୟତ ସହ ଉରୁବେଲି ଓ ଆଖପାଖ ଗ୍ରାମ ଗୁଡିକୁ ରାଜପଥ ସହ ଯୋଡ଼ିବା ପାଇଁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ ବସ୍ ସେବା ବ୍ୟବସ୍ଥା କରିବାକୁ ପୁଷୁଗୁଡା ପଞ୍ଚାୟତର ପୂର୍ବତନ ସରପଞ୍ଚ ରାମା ରାବା, ସ୍ଥାନୀୟ ଗ୍ରାମବାସୀ, ଅଭିଭାବକ ଓ ଛାତ୍ରଛାତ୍ରୀମାନେ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like