-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦକୁ କାର୍ଯ୍ୟକାରୀ କରିବା ଦାବିରେ ଓଡିଶା ଶିଳ୍ପୀ ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ

14-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ପୂର୍ବ ସରକାର ରାଜ୍ୟର ହସ୍ତଶିଳ୍ପୀ ଓ ବୁଣାକାରଙ୍କ ସାମାଜିକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା ଲାଗୁ କରିଥିଲେ । ଏହି ଯୋଜନା ଅଧୀନରେ ରାଜ୍ୟର ମାତ୍ର ୧୫୦୦ରୁ ପାଖାପାଖି ବରିଷ୍ଠ ବୁଣାକାର ମାସିକ ଦୁଇ ହଜାର ଟଙ୍କା ପାଉଛନ୍ତି । ହେଲେ ପରିତାପର ବିଷୟ ଏଯାବତ ଜଣେ ହେଲେବି ହସ୍ତଶିଳ୍ପୀ ଏହି ଯୋଜନାରୁ ଉପକୃତ ହୋଇନାହାନ୍ତି । ଯୋଜନାରେ  କିନ୍ତୁ କଳାକାରଙ୍କ ଭଳି ୪୦ ବର୍ଷର ମହିଳା ଓ ୫୦ ବର୍ଷର ପୁରୁଷ ବୁଣାକାର ଏବଂ ହସ୍ତଶିଳ୍ପୀ ଏହି ଯୋଜନାର ଲାଭାର୍ଥୀ ହୋଇପାରିବେ ବୋଲି ସରକାରୀ ନିୟମ ରହିଛି । 
       ଠିକ ସେହିଭଳି  ଓଡିଶା ଶିଳ୍ପୀ ମହାସଂଘର ପ୍ରଗାଢ ଉଦ୍ୟମ ବଳରେ ଗଠିତ ହୋଇଥିବା ରାଜ୍ୟ ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦର ପରିଚାଳନା ବୋର୍ଡ ରାଜ୍ୟ ସରକାର ଗଠନ କରୁନାହାନ୍ତି ।  ଖଣ୍ଡଗିରି ନିକଟରେ ପରିଷଦର କାର୍ଯ୍ୟାଳୟ ରହିଥିବାବେଳେ ବୋର୍ଡ ଗଠନ ହୋଇନଥିବାରୁ ପରିଷଦ ବର୍ଷେ ହେବ ନିଷ୍କ୍ରିୟ ହୋଇ ପଡିରହିଛି । ଇତି ମଧ୍ୟରେ ନୂତନ ସରକାରକୁ ବର୍ଷେ ପୁରି ସାରିଥିବାବେଳେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିଦାବିଷ୍ଣୁ ସାଜିଛି ।  ଓଡିଶା ଶିଳ୍ପୀ ମହାସଂଘର ବାରଂବାର ଦାବୀ ସତ୍ୱେ ରାଜ୍ୟ ସରକାର ଆଦୈା କର୍ଣ୍ଣପାତ କରୁ ନାହାନ୍ତି ।  ରାଜ୍ୟର ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପ୍ରତି ଅବିଚାର ପ୍ରତିିବାଦରେ କାରିଗର ବହୁଳ ସମସ୍ତ ଜିଲ୍ଲାରେ ଆନ୍ଦୋଳନ ଗଢି ତୋଳିବାକୁ ଓଡିଶା ଶିଳ୍ପୀ ମହାସଂଘ ନିଷ୍ପତ୍ତି ନେଇଛି । ଏହି କ୍ରମରେ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା,  ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦକୁ କାର୍ଯ୍ୟକାରୀ କରିବା  ଏବଂ ହସ୍ତଶିଳ୍ପ ଓ ହସ୍ତତନ୍ତ କ୍ଷେତ୍ରର ବଜେଟକୁ ୫ହଜାର କୋଟି କାରିବା ଦାବୀରେ  ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଆଜି ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।  ଆଜିର ସମାବେଶରେ ସାମିଲ ହୋଇଥିବା କାରିଗର ଓ ବୁଣାକାରଙ୍କ ଦାବି ଥିଲା, ପୂର୍ବ ସରକାର ସମୟରୁ  ଲାଗୁ କରା ଯାଇଥିବା  ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ମାସିକ ଆର୍ଥିକ ସହାୟତା ଯୋଜନାର ନିୟମାନୁଯାୟୀ  ଯୋଗ୍ୟ ହସ୍ତଶିଳ୍ପୀ ଓ ବୁଣାକାରଙ୍କୁ  ଯଥାଶୀଘ୍ର ପ୍ରଦାନ କରିବା । ମାସିକ ସହାୟତା ରାଶିକୁ ଦୁଇ ହଜାରରୁ ବୃଦ୍ଧି କରି ପାଂଚ ହଜାର କରିବା । ତତସହିତ କାରିଗରୀ ବା ବୁଣା କାମରେ ନିୟୋଜିତ ପରିବାରର ସମସ୍ତ ସଦସ୍ୟଙ୍କୁ ଏହି ଯୋଜନାରେ ସାମିଲ କରାଯାଉ । ସୂଚନା ଥାଉକି, ଏହି ଯୋଜନାରେ କଳାକାରଙ୍କ ଭଳି ୪୦ ବର୍ଷରୁ ଉର୍ଦ୍ଧ ମହିଳା ଓ ୫୦ ବର୍ଷରୁ ଉର୍ଦ୍ଧ ପୁରୁଷ ବୁଣାକାର ଏବଂ କାରିଗରଙ୍କୁ ମାସିକ ମାତ୍ର ୨ ହଜାର ଟଙ୍କା ମିଳିବାର ବ୍ୟବସ୍ଥା ରହିଛି । ସେହିଭଳି ୨୦୧୮ ମସିହା ମାର୍ଚ୍ଚ ୨୨ ତାରିଖରେ ଉଦଘାଟିତ ହୋଇଥିଲା  ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦ । ଯାହାର କାର୍ଯ୍ୟାଳୟ ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ନିକଟରେ ରହିଛି । ରାଜ୍ୟ ସରକାର ଓ କାରିଗର ଏବଂ ବୁଣାକାରଙ୍କ ମଧ୍ୟରେ  ସଂପର୍କର ସେତୁ  ଭାବେ କାର୍ଯ୍ୟ କରି ଆସୁଥିବା ଏହି ପରିଷଦର ପରିଚାଳନା ବୋର୍ଡ ଗଠନ କରାଯାଉନଥିବାରୁ ସଂପୂର୍ଣ୍ଣ ନିଷ୍କ୍ରିୟ ହୋଇ ପଡିଛି । ପରିଷଦର କାର୍ଯ୍ୟକାରୀ ବୋର୍ଡକୁ ପୁର୍ନଗଠନ ପୂର୍ବକ ଯଥାଶୀଘ୍ର କାର୍ଯ୍ୟକ୍ଷମ କରାଯାଉ । ସୁଚନା ଥାଉକି,  ଏହି ପରିଷଦର ପରିଚାଳନା ବୋର୍ଡର ସଦସ୍ୟ ଭାବେ ରାଜ୍ୟର ବିଶିଷ୍ଟ ବୁଣାକାର ଓ କାରିଗର ରହିବେ ବୋଲି ବ୍ୟବସ୍ଥା ରହିଛି । ପୂର୍ବ ପାଳିରେ ନିପୁଣ ଶିଳ୍ପୀ /ବୁଣାକାରଙ୍କ ଦରମା ବୃଦ୍ଧି, ପ୍ରଶିକ୍ଷାର୍ଥୀଙ୍କ ଭତ୍ତା ବୃଦ୍ଧି, ଦେଢଶହରୁ ଉର୍ଦ୍ଧ ହସ୍ତଶିଳ୍ପ ଗ୍ରାମ ବା ପୁଂଜର ଚିହ୍ନଟ ପାଇଁ ସାଇନ ବୋର୍ଡ ବ୍ୟବସ୍ଥା, ଶିଳ୍ପୀ ଓ ବୁଣାକାରଙ୍କ ପାଇଁ କର୍ମଶାଳା, ଉତ୍କଳିକା ମାଧ୍ୟମରେ ସାହାଣ ପଥର ଯୋଗାଣ ଓ ଖଣ୍ଡଗିରି ନିକଟରେ ପରିଷଦର କାର୍ଯ୍ୟାଳୟ ପ୍ରତିଷ୍ଠା ଆଦି ଅନେକ ନିଷ୍ପତି ନିଆଯାଇ ପାରିଥିଲା । ଦିନକୁ ଦିନ ରାଜ୍ୟ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ସମସ୍ୟା ବଢି ଚାଲିଥିବାରୁ, ଏହି ବିକାଶ ପରିଷଦ ସକ୍ରିୟ ହେବା ଅତ୍ୟନ୍ତ ଜରୁରୀ ଅଟେ । ଉତ୍କର୍ଷ କଳାର ରାଜ୍ୟ ଆମ ଓଡିଶା । କୃଷି ପରେ ଏକ ପ୍ରମୁଖ ସ୍ୱାବଲମ୍ବୀ କ୍ଷେତ୍ର ଭାବେ ଦଶ ଲକ୍ଷରୁ ଉର୍ଦ୍ଧ ଲୋକ ଏହି ହସ୍ତଶିଳ୍ପ ଓ ହସ୍ତତନ୍ତ କ୍ଷେତ୍ରରେ ନିୟୋଜିତ ଅଛନ୍ତି । ଓଡିଶା ଅସ୍ମିତାର ପରିଚୟ  ଆମ ଶିଳ୍ପୀ ଓ ବୁଣାକାର ଜାତି ଆମ ପାରଂପାରିକ କଳାକାରିଗରୀକୁ ବଂଚାଇ ଆସିବା ସହ ଆମ ରାଜ୍ୟକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିଛନ୍ତି । ରାଜ୍ୟ ସରକାର କାରିଗର ଓ ବୁଣାକାରଙ୍କ ପାଇଁ ଅନେକ ଯୋଜନା କରିଛନ୍ତି ସତ, ହେଲେ ଆନ୍ତରିକତା ଅଭାବରୁ ଏହି ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଁଚି ପାରୁନି । ପୂର୍ବ ସରକାର କରିଥିବା ଅନେକ ଯୋଜନା  ଏବେର ସରକାର ଜାରି ରଖିଥିବାବେଳେ  ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପ୍ରତି ବୈମାତୃକ ଭାବକୁ ଓଡିଶା ଶିଳ୍ପୀ ମହାସଂଘ ଦୃଢ ନିନ୍ଦା କରିଛି ।  ଆଜିର ଦାବୀପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ଶହଶହ କାରିଗର ଓ ବୁଣାକାର ସାମିଲ ହୋଇଥିବାବେଳେ ବ୍ଳକ ଛକରୁ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯାଏଁ ଆସିଥିଲା । ମହାସଂଘର ରାଜ୍ୟ ସଂପାଦକ ପ୍ରିୟରଂଜନ କର, ପଶ୍ଚିମ ଓଡିଶା ମୁଖ୍ୟ ଗୈାର ରଣା, ସମ୍ବଲପୁର ଜିଲ୍ଲା ସଭାପତି ବିଶ୍ୱ ରଣା, ସୁବର୍ଣ୍ଣପୁର ଜିଲ୍ଲା ସଂଯୋଜକ ଗଦାଧର ରଣା, କୁଶ ସାହୁ, ମୁକୁନ୍ଦ ରଣା ପ୍ରମୁଖ ନେତୃତ୍ୱ ନେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like