-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନୀଳଜି ସରସ୍ବତୀ ଶିଶୁ ମନ୍ଦିର ଠାରେ ସ୍ୱାଧୀନତା ଦିବସ ଓ ଶ୍ରୀକୃଷ୍ଣ ମହାପ୍ରଭୁଙ୍କ ଜନ୍ମୋତ୍ସବ ପାଳିତ

15-Aug-2025



ସିନାପାଲି (ଚିନ୍ତାମଣି ନେତାମ)
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ  ନୀଳଜି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଠାରେ ୭୯ ତମ ସ୍ୱାଧୀନତା ଦିବସ ଏବଂ ଶ୍ରୀ ଶ୍ରୀକୃଷ୍ଣ  ମହାପ୍ରଭୁଙ୍କ  ଜନ୍ମୋତ୍ସବ ମହାସମାରୋହରେ ପାଳିତ ହୋଇ ଯାଇଛି l ସ୍ୱାଧୀନତା ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଆୟକର କମିଶନର ମାନନୀୟ ଶ୍ରୀଯୁକ୍ତ ଶ୍ରୀକାନ୍ତ ଚଟର୍ଜି ଯୋଗଦେଇ ଭାରତର ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ  l ସମ୍ମାନିତ ଅତିଥି ଭାବରେ  ଶ୍ରୀଯୁକ୍ତ ଚଟର୍ଜି ମହୋଦୟଙ୍କ ଧର୍ମପତ୍ନୀ ଶ୍ରୀମତୀ ସବିତା ଚଟର୍ଜି ଯୋଗଦାନ କରିଥିଲେ  l ଶିଶୁ ମନ୍ଦିର ର  ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରଶାନନ୍ଦ କୁମ୍ଭାର ମୁଖ୍ୟ ଅତିଥିଙ୍କୁ ପତାକା ଉତ୍ତୋଳନ କରିବା ପାଇଁ ଆମନ୍ତ୍ରଣ କରିଥିଲେ  l   ପତାକା ଉତ୍ତୋଳନ ପରେ ପରେ ଛାତ୍ରଛାତ୍ରୀ ଗଣ  ଜାତୀୟ ସଂଗୀତ ଗାନ କରିଥିଲେ l ମୁଖ୍ୟ ଅତିଥି ଭାରତର ସ୍ୱାଧୀନତା ପାଇଁ ନିଜର ସବୁକିଛି ତ୍ୟାଗ କରିଥିବା ମହାପୁରୁଷ ମାନଙ୍କ ଜୀବନ କାହାଣୀ କହି ପିଲାମାନଙ୍କୁ ଭଲ ମଣିଷ ହେବାପାଇଁ ଉତ୍ସାହିତ କରିଥିଲେ  l ଶେଷରେ ଆଚାର୍ଯ୍ୟ ସୁନେଶ୍ୱର ପୁଞ୍ଜି ଧନ୍ୟବାଦ ଅର୍ପଣ କରିଥିଲେ  l 
ଛାତ୍ରଛାତ୍ରୀଙ୍କ ମଧ୍ୟରେ ମିଷ୍ଟାନ୍ନ ବଣ୍ଟନର  ବିରତି ପରେ ଶିଶୁ ମନ୍ଦିରର ବନ୍ଦନା କକ୍ଷରେ ଶ୍ରୀକୃଷ୍ଣ ମହାପ୍ରଭୁଙ୍କ ଜନ୍ମୋତ୍ସଵ ପାଳନ କରାଯାଇଥିଲା  l ଏହି ଅବସରରେ ହୋଇଥିବା ସାଂସ୍କୃତିକ ଓ  ଧାର୍ମିକ ସଭାକାର୍ଯ୍ୟରେ ପରିଚାଳନା ସମିତି ର ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ସଭାପତିତ୍ୱ କରିଥିବାବେଳେ  ପୁନର୍ବାର ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଆୟକର କମିଶନର ଶ୍ରୀଯୁକ୍ତ ଚଟର୍ଜି ସମ୍ମାନିତ ଅତିଥି ଭାବରେ  ଶ୍ରୀମତୀ ଚଟର୍ଜି ଏବଂ ସମ୍ପାଦକ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ, କୋଷାଧକ୍ଷ ଶ୍ରୀଯୁକ୍ତ ଓଂକାର ପାଣ୍ଡେ ଓ ପ୍ରଧାନ ଆଚାର୍ଯ୍ୟ ଉପସ୍ଥିତ ଥିଲେ  l ଅତିଥିଗଣଙ୍କ ଦ୍ୱାରା ଦୀପ ପ୍ରଜ୍ବଳନ, ପୁଷ୍ପମାଲ୍ୟ ଅର୍ପଣ ଓ ନୈବେଦ୍ୟ ପ୍ରଦାନ ପୂର୍ବକ ଶ୍ରୀକୃଷ୍ଣ ମହାପ୍ରଭୁ ଓ ଅନ୍ୟାନ୍ୟ ଦେବାଦେବୀ ତଥା  ଭରତ ମାତାଙ୍କୁ ପୂଜନ କଲାପରେ ମହାପ୍ରଭୁଙ୍କ ମହିମା ଉପରେ ଆଲୋଚନା କରାଯାଇଥିଲା  l ପ୍ରଧାନ ଆଚାର୍ଯ୍ୟ ସଭାକାର୍ଯ୍ୟ ସଂଯୋଜନା କରିଥିଲେ , ସଭାଶେଷରେ ଆଚାର୍ଯ୍ୟ ବୀରଭଦ୍ର ସା ଧନ୍ୟବାଦ ଦେଇଥିଲେ  l ସଭାପରେ ଶ୍ରୀକୃଷ୍ଣ, ବଳରାମ , ଶ୍ରୀରାଧା, ସୁଦାମା, ଯଶୋଦା, ଦେବକୀ, ବାସୁଦେବ ଆଦି ବେଶରେ ସଜ୍ଜିତ ଶିଶୁ ଭାଇ ଭଉଣୀଙ୍କ ଦ୍ୱାରା  ଦହିହାଣ୍ଡି  ଭଗ୍ନ  କରାଯାଇଥିଲା l ଏହି ଅବସରରେ ମୁଖ୍ୟ ଅତିଥି, ସଭାପତି ଓ ସମ୍ମାନିତ ଅତିଥି ସ୍ମୃତି ବୃକ୍ଷ ରୋପଣ କରିଥିଲେ  l ପରେ  ଅଖିଳେଶ ପାଣ୍ଡେଙ୍କ ନିର୍ଦେଶନାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ  କାର୍ଯ୍ୟକ୍ରମ ରେ ନୃତ୍ୟ ଗୀତ ପରିବେଶିତ ହୋଇଥିଲା  l କାର୍ଯ୍ୟକ୍ରମ ଆୟୋଜନ କରିବାରେ ଆଚାର୍ଯ୍ୟ କ୍ଷୀରାଦ୍ରୀ ସୁନାନୀ, ବେଣୁଧର ନିଆଲ, ସରୋଜ ସୁନାନୀ, ଆଚାର୍ଯ୍ୟା ଡ଼ୁମେରମତୀ ଗହୀର, ପ୍ୟାରୀ ସା, ମିନା କୁମାରୀ ନାଗ, ତଥା ସଭ୍ୟା କୁମାରୀ ମାଝୀ ସହଯୋଗ କରିଥିଲେ  l ଫରସ ରାମ ସା, ଦୀପକ ସା, ଧୀରେନ୍ଦ୍ର ସା, ଗିରିଧାରୀ ତାଣ୍ଡି , ନାମ ତାଣ୍ଡି ଏବଂ ଅନେକ ଅଭିଭାବକ / ଅଭିଭାବିକା  ଉପସ୍ଥିତ ଥିଲେ  l ଏହି ଅବସରରେ  ଖବର ଓ ଫୋକସ ପ୍ଲସ ର  ନୂଆପଡା ଜିଲ୍ଲା ପ୍ରତିନିଧି ଶ୍ରୀଯୁକ୍ତ ପତ୍ରବନ୍ଧୁ ବାଗ ଏବଂ ଅନୁଧ୍ୟାନ ଖବର କାଗଜ ଓ ଟିଭି ସିନାପାଲି ବ୍ଲକ ପ୍ରତିନିଧି ଶ୍ରୀଯୁକ୍ତ ଚିନ୍ତାମଣି ନେତାମ ଙ୍କୁ  ମୁଖ୍ୟ ଅତିଥି ଓ ସଭାପତି ଉପଢୌକନ ଦେଇ ସମ୍ମର୍ଦ୍ଧିତ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like