-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ରାଜ୍ୟ

୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ, ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

15-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ୭୯ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟତମ ଅତିଥି ରୂପେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପୁଲିସ ଡିଜି ଶ୍ରୀ ୱାଇ ବି ଖୁରାନିଆ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଓ ଅନ୍ୟ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଓ ବହୁ ସଂଖ୍ୟାରେ ଜନତା ଉପସ୍ଥିତ ଥିଲେ । 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ସ୍ୱାଧୀନତା ନିମନ୍ତେ ପ୍ରାଣବଳୀ ଦେଇଥିବା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ଆଜିର ଦିନ ସ୍ୱାଧୀନତା ଦିବସ ପାଳନ କରିବା ପାଇଁ କେବଳ ଏକ ପ୍ରତୀକାତ୍ମକ ଉତ୍ସବ ନୁହେଁ । ଆଜିର ଦିନ ଆମକୁ କଷ୍ଟଲବ୍ଧ ସ୍ୱାଧୀନତା ବିଷୟରେ ସଚେତନ କରିବା ସହିତ ଦେଶର ଏକତା ଓ ଅଖଣ୍ଡତା ଓ ସାର୍ବଭୌମତ୍ୱକୁ ବଜାୟ ରଖିବା ପାଇଁ ପ୍ରତି ମୂହୁର୍ତ୍ତରେ ସ୍ମରଣ କରାଇ ଥାଏ । ଆତଙ୍କବାଦ ବିରୁଦ୍ଧରେ ଦେଶର ନୀତି ଆହୁରି ଦୃଢ ଓ କଠୋର 

ହୋଇଛି । ଗତ ଏପ୍ରିଲ ୨୨ ତାରିଖର ପହଲଗାମଠାରେ ଯେପରି ଭାବେ ନିରୀହ ଲୋକଙ୍କୁ ଧର୍ମ ପଚାରି ବର୍ବୋରୋଚିତ ଭାବେ ହତ୍ୟା କରାଗଲା, ତାହା କେବଳ ଏକ ସାଧାରଣ ଆତଙ୍କୀ ଆକ୍ରମଣ ନ ଥିଲା, ଏହା ଭାରତର ଜାତୀୟତା, ସାର୍ବଭୌମତ୍ୱ ଏବଂ ଅଖଣ୍ଡତା ଉପରେ ଆକ୍ରମଣ ଥିଲା । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଭାରତୀୟ ସେନା ‘ଅପରେସନ ସିନ୍ଦୁର’ ଜରିଆରେ ତା’ର ଉପଯୁକ୍ତ ଜବାବ୍‌ ଦେଇଥିଲା । ସେଥିପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଢ ନେତୃତ୍ୱକୁ ସମ୍ମାନ ଜଣାଇବା ସହିତ ମୁଖ୍ୟମନ୍ତ୍ରୀ ଭାରତୀୟ ସେନା ବାହିନୀର ବୀରତ୍ୱକୁ ପ୍ରଶଂସା କରିଥିଲେ । 

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଗତ ଚଉଦ ମାସ ହେବ ଓଡିଶା ବିକାଶର ଏକ ନୂଆ ଯାତ୍ରାରେ ସାମିଲ ହୋଇଛି । ମହିଳା, ଅନ୍ନଦାତା, ଗରିବ ଏବଂ ଯୁବବର୍ଗଙ୍କ ସହଯୋଗରେ ଏହାର ସଫଳ ରୂପାୟନ ପାଇଁ ସରକାର ଜୀବନଜୀବିକା, ଭିତ୍ତିଭୂମି, ସାମାଜିକ ବିକାଶ ଓ ସଶକ୍ତି କରଣ ଏବଂ ଓଡିଆ ଅସ୍ମିତା ଉପରେ ପ୍ରାଧାନ୍ୟ ଦେଉଛନ୍ତି । କୃଷି ଉଦ୍ୟୋଗ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଏକ କୋଟି ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆ ଯାଉଛି । ଜୀବନଜୀବିକାର ଆଉ ଏକ ଦିଗ ହେଉଛି ଶିଳ୍ପାୟନ । ଆମ ସରକାର ଆସିବା ପରେ ଶିଳ୍ପନୀତିରେ ଆମୂଳଚୁଳ ପରିବର୍ତ୍ତନ କରାଯାଇ ପୁଞ୍ଜିବିନିଯୋଗ କ୍ଷେତ୍ରରେ ଏକ ନୂଆ ଇତିହାସ ସୃଷ୍ଟି କରିଛି । ୧୭ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରସ୍ତାବ ଏବଂ ୧୩ ଲକ୍ଷ ନିଯୁକ୍ତି ସହିତ ଏହି କାର୍ଯ୍ୟକ୍ରମ ପୂର୍ବର ସବୁ ରେକର୍ଡକୁ ଭାଙ୍ଗି ଦେଇଛି । ପ୍ରମାଣ ସ୍ୱରୂପ ଗତ ଛଅ-ସାତ ମାସ ମଧ୍ୟରେ ଓଡ଼ିଶାରେ ୬୦ରୁ ଅଧିକ ଶିଳ୍ପ ସ୍ଥାପନ କରାଯାଇ ଏକ ଲକ୍ଷ ୮୦ ହଜାର କୋଟିରୁ ଅଧିକ ଟଙ୍କାର ପୁଞ୍ଜିିବିନିଯୋଗ କରାଯାଇ ଏକ ଲକ୍ଷରୁ ଅଧିକ ନିଯୁକ୍ତି ସୁଯୋଗ ସୁନିଶ୍ଚିତ କରାଯାଇଛି । ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ବିଭିନ୍ନ ଯୋଜନାର ଲାଭ ଉଠାଇ ଆତ୍ମନିର୍ଭରଶୀଳ ହେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ । 

ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟବାସୀଙ୍କ ଆଶା ଆକାଂକ୍ଷା ପୂରଣ କରିବାରେ, ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ସଫଳ ହୋଇଛି । ସଂଗଠିତ ଅପରାଧ ଉପରେ ସ୍ୱତନ୍ତ୍ର ଆଇନ ଅଣାଯିବା ସହ ଦୁର୍ନୀତି ଉପରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରାଯିବ । ଓଡ଼ିଶାରେ ଆଗାମୀ ଦଶନ୍ଧି ପାଇଁ ସେ ସରକାରଙ୍କ ଦୃଷ୍ଟିକୋଣର ରୂପରେଖ ଦେଇ କହିଲେ ଯେ ରାଜ୍ୟ ୨୦୩୬ ସୁଦ୍ଧା ଭାରତର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତିରେ ପ୍ରବେଶ କରିବାକୁ ଯାଉଛି । ଓଡ଼ିଶାକୁ ଏକ ଔଷଧ କେନ୍ଦ୍ର ଏବଂ ସେମିକଣ୍ଡକଫର ଉତ୍ପାଦନର ଏକ ପ୍ରମୁଖ କେନ୍ଦ୍ର ରୂପେ ପରିଗଣିତ କରାଯିବା ସହ ୩.୫ ଲକ୍ଷରୁ ଅଧିକ ନିଯୁକ୍ତିସୁଯୋଗ ସୃଷ୍ଟି କରାଯିବ । ମହିଳା ବିରୋଧୀ ଅପରାଧ ପାଇଁ ଶୂନ୍ୟ ସହନଶୀଳତା ଗ୍ରହଣ କରାଯାଇ ସମସ୍ତ ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ଦ୍ରୁତ ଅଭିଯୋଗ ସମାଧାନ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରାଯାଇଛି । ଛାତ୍ରୀମାନଙ୍କୁ ଏକ ସୁରକ୍ଷିତ ବାତାବରଣ ପ୍ରଦାନ କରିବା ପାଇଁ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଲାଗୁ କରାଯିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ନିଯୁକ୍ତି କ୍ଷେତ୍ରରେ ପ୍ରାରମ୍ଭିକ ୬୫,୦୦୦ ଲକ୍ଷ୍ୟକୁ ଅତିକ୍ରମ କରି ଏବେ ଦୁଇ ବର୍ଷ ମଧ୍ୟରେ ୮୫,୦୦୦ ସରକାରୀ ପଦବୀ ପୂରଣ ହେବାକୁ ଯାଉଛି । ଭୋକାଲ୍‌ ଫର୍‌ ଲୋକାଲ୍‌କୁ ସମର୍ଥନ କରି ସପ୍ତାହରେ ଅତି କମରେ ଥରେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ସେ ଓଡ଼ିଶାବାସୀଙ୍କୁ ଆହ୍ୱାନ ଦେଇଥିଲେ । ଜଗନ୍ନାଥ ଧାମକୁ ଏକ ବିଶ୍ୱସ୍ତରୀୟ ଧାର୍ମିକ ଏବଂ ସାଂସ୍କୃତିକ ଗନ୍ତବ୍ୟସ୍ଥଳରେ ପରିଣତ କରିବା ସହ ପୁରୀକୁ ଏକ ମହାନଗର ନିଗମ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ ଉଲ୍ଲେଖ କରିଥିଲେ । କର୍ତ୍ତବ୍ୟ ପାଳନ ସମୟରେ ପ୍ରାଣବଳୀ ଦେଇଥିବା ସୁରକ୍ଷା କର୍ମଚାରୀମାନଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ପୋଲିସ ସ୍ମାରକୀ ଘୋଷଣା କରାଯାଇଛି, ଯାହା ସେମାନଙ୍କର ତ୍ୟାଗ ଓ ବଳିଦାନ ପାଇଁ ହେବ ଶ୍ରେଷ୍ଠ ନିଦର୍ଶନ । କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ଭିତ୍ତିଭୂମି, ପରିବେଶ, ଐତିହ୍ୟ, ସଂସ୍କୃତି, ଏହି ସମସ୍ତ କ୍ଷେତ୍ରରେ ସରକାର ଧ୍ୟାନଦେବା ପୂର୍ବକ ଓଡ଼ିଶା ପ୍ରଦେଶ ଗଠନର ୧୦୦ ବର୍ଷ ପୂର୍ତ୍ତି ୨୦୩୬କୁ ଦୃଷ୍ଟିରେ ରଖି ବିଭିନ୍ନ କ୍ଷେତ୍ରରେ ବିକାଶ ପାଇଁ ସରକାର ୩୬ଟି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛନ୍ତି । ପରିବେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ‘ଏକ ପେଡ୍‌ ମା କେ କେ ନାମ’ ଅଧୀନରେ ପିଏମ ମୋଦୀଙ୍କ ୭୫ ତମ ଜନ୍ମଦିନରେ ସାରା ରାଜ୍ୟରେ ୭୫ ଲକ୍ଷ ଗଛ ଲଗାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଏହି ଅବସରରେ ଗାନ୍ଧୀମାର୍ଗଠାରେ ଅନୁଷ୍ଠିତ ପ୍ୟାରେଡ୍‌ ୫୦ ଟି ପ୍ଲାଟୁନ ଅଂଶଗ୍ରହଣ କରିଥିଲେ । ଏହି ପ୍ଲାଟୁନଗୁଡିକ ମଧ୍ୟରେ ୧୨୦ ବାଟାଲିୟନ, ସୀମା ସୁରକ୍ଷା ବଳ, ସିଆରପିଏଫ, ଆଇଟିବିପି, ଏସଓଜି ଚନ୍ଦକା, ଆନ୍ଧ୍ରପ୍ରଦେଶ ସଶସ୍ତ୍ର ପୁଲିସ ବାହିନୀ, ଭୁବନେଶ୍ୱରସ୍ଥିତ ବିଭିନ୍ନ ସ୍କୁଲର ଏନସିସି, ସ୍କାଉଟ ଓ ଗାଇଡ, ରେଡ୍‌କ୍ରସ ପ୍ରଭୃତି ଯୋଗଦେଇଥିଲେ । ଭାରତୀୟ ପୋଲିସ ସେବା ଅଧିକାରୀ ଅନନ୍ୟା ଅବସ୍ଥି ପ୍ୟାରେଡ୍‌ ପରିଚାଳନା କରିଥିଲେ । 

୨୦୨୫ ଜାନୁଆରୀ ୨୬ରେ ଅନୁଷ୍ଠିତ ପରେଡ୍‌ରେ ଭାଗ ନେଇଥିବା ପ୍ଲାଟୁନମାନଙ୍କୁ ମଧ୍ୟରୁ ଶ୍ରେଷ୍ଠ ବିବେଚିତ ହୋଇଥିବା ପ୍ଲାଟୁନମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରସ୍କାର ପ୍ରଦାନ କରିଥିଲେ । ସର୍ବୋତ୍ତମ ୟୁନିଫର୍ମ ସଶସ୍ତ୍ର ବାହିନୀ ପାଇଁ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ, ଶ୍ରେଷ୍ଠ ରାଜ୍ୟ ସଶସ୍ତ୍ର ପ୍ଲାଟୁନ୍‌ ଭାବେ ଭୁବନେଶ୍ୱର ଚନ୍ଦକାର ଏସ୍‌ଓଜି, ଏନସିସିରେ ଶ୍ରେଷ୍ଠ ସିନିୟର ବିଭାଗରେ ଏନସିସି ବାଳକ ଓ ବାଳିକା ପ୍ଲାଟୁନ, ଶ୍ରେଷ୍ଠ କନିଷ୍ଠ ଏନ୍‌ସିସି ବିଭାଗରେ ସୈନିକ ସ୍କୁଲ ଭୁବନେଶ୍ୱର ଓ ଶ୍ରେଷ୍ଠ ଅଣ-ଏନ୍‌ସିିସି ସ୍କୁଲରେ ବାଳକ ବିଭାଗରେ ବିଜେଇଏମ୍‌ ସ୍କୁଲ, କଳ୍ପନା ଛକ ଓ ବାଳିକା ବିଭାଗରେ ବିଜେଇଏମ୍‌ ସ୍କୁଲ, ଭୁବନେଶ୍ୱର, ଶ୍ରେଷ୍ଠ ସ୍କୁଲ ବ୍ୟାଣ୍ଡରେ କ୍ୟାପିଟାଲ୍‌ ଗାର୍ଲସ୍‌ ହାଇସ୍କୁଲ, ୟୁନିଟ୍‌-୨ ପୁରସ୍କୃତ ହୋଇଥିଲେ । ସେହିପରି ୨୦୨୫ ଜାନୁଆରୀ ୨୬ରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ ଭାଗ ନେଇଥିବା ପ୍ରଜ୍ଞାପନ ମେଢ଼ମାନଙ୍କୁ ପୁରସ୍କୃତ କରାଯାଇଥିଲା । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ‘ଜିଆଇ ଟ୍ୟାଗ୍‌ ଉତ୍ପାଦ’ ପ୍ରଥମ ପୁରସ୍କାର ପାଇଥିବାବେଳେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ‘ସହରାଞ୍ଚଳ ପରିବହନ’ ପାଇଁ ଦ୍ୱିତୀୟ ପୁରସ୍କାର ପାଇଥିଲେ । ସେହିପରି ବାଣିଜ୍ୟ ଓ ପରିବହନ ବିଭାଗର ‘ମଲଫିମୋଡାଲ ଟ୍ରାନ୍ସପୋର୍ଟ’ ତୃତୀୟ ପୁରସ୍କାର ପାଇଥିଲେ । 

ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ସମାପ୍ତ ହେବା ପରେ ପ୍ୟାରେଡ୍‌ କମାଣ୍ଡର କ୍ୱାମୀନାରା ଓ ଜୟହିନ୍ଦ୍‌ର ଧ୍ୱନୀ ଦେଇଥିଲେ । ଉତ୍ସବସ୍ଥଳରୁ ସମସ୍ତ ପ୍ୟାରେଡ୍‌ ଦଳ ପ୍ରସ୍ଥାନ କରିଥିଲେ ଓ ମୁଖ୍ୟମନ୍ତ୍ରୀ ମଞ୍ଚରୁ ପ୍ରସ୍ଥାନ କରିଥିଲେ । 

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ ଏବଂ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର ସିଂହ ତଥା ବିଭାଗର ସମସ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଆ ଅସ୍ମିତାର ନିଦର୍ଶନ ରୂପେ ଉତ୍ସବସ୍ଥଳକୁ ବରପୁତ୍ରମାନଙ୍କର ଫଟୋଚିତ୍ରରେ ସୁସଜ୍ଜିତ କରାଯାଇଥିଲା । 

ଉପ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଲୋକସଂପର୍କ ଅଧିକାରୀ ରୋଜାଲିନ୍‌ ସାହୁ ଓ ବିନାୟକ ମିଶ୍ର କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like