-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜ୍ୟ

ମାଲକାନଗିରିରେ ୭୯ତମ ସ୍ବାଧୀନତା ଦିବସ ପାଳିତ

15-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲା ପ୍ରଶାସନ ଆନୁକୂଲ୍ୟରେ ଦଣ୍ଡକାରଣ୍ୟ ଖେଳପଡିଆ ଠାରେ ୭୯ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଯୋଗ ଦେଇ ସମ୍ମିଳିତ ପ୍ୟାରେଡରେ ଉଦ୍‌ବୋଧନ ଦେବା ସହ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ସେ କହିଥିଲେ ଯେ ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ଆଶା ଓ ଏକ ପ୍ରଭାବଶାଳୀ ସମାଜ ନିର୍ମାଣର ମୂଳଦୁଆ । ସେମାନେ ହେଉଛନ୍ତି ସୃଜନାତ୍ମକ ଓ ଉତ୍ସାହର ଏକ ସଂଗମ । ଉଚ୍ଚଶିକ୍ଷା ଲାଭକରି ନିଜକୁ ସଶକ୍ତ କରିବା ସହ ଏକ ଉଜ୍ଜ୍ଵଳ ଭବିଷ୍ୟତ ନିର୍ମାଣ କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିଥିଲେ। ଓଡ଼ିଶା ନିର୍ମାଣ ପାଇଁ ସମସ୍ତେ ସଂକଳ୍ପ ନେବା ଆବଶ୍ୟକ। ପରସ୍ପର ମଧ୍ୟରେ ଭାଇଚାରା ଓ ସଦ୍‌ଭାବନାକୁ ଅକ୍ଷୁର୍ଣ୍ଣ ରଖି ସମାଜର ତୃଣମୂଳ ସ୍ତରରୁ ଆରମ୍ଭ କରି ସମସ୍ତଙ୍କ ଉନ୍ନତି ପାଇଁ ଏକ ମନରେ ଚିନ୍ତା କରିବା ଓ କାର୍ଯ୍ୟକରିବାର ଆବଶ୍ୟକତା ରହିଛି । ସରକାରଙ୍କ ବିଭିନ୍ନ ବିକାଶ ମୂଳକ ଯୋଜନା ବିଷୟରେ ଜିଲ୍ଲାପାଳ ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନରେଶ ଚନ୍ଦ୍ର ଶବର, ବନଖଣ୍ଡ ଅଧିକାରୀ ସାଇ କିରଣ ଓ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିଲେ। ପୋଲିସ୍ ଆର୍ ଆଇ ସତ୍ୟପ୍ରିୟ ବିଶ୍ଵାଳ ପ୍ୟାରେଡ୍ ନେତୃତ୍ୱ ନେଇଥିବା ବେଳେ ସେକେଣ୍ଡ ଇନ୍ କମାଣ୍ଡ ଭାବେ ପୋଲିସ ସରଜେଣ୍ଟ ବିଭୀଷଣ ଶବର ଉପସ୍ଥିତ ଥିଲେ। ମୋଟ ୩୧ ଗୋଟି ଦଳ ପ୍ୟାରେଡରେ ଭାଗ ନେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ଅଜୟ ମାଣ୍ଡାଙ୍ଗୀ, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସୁରେଶ ଚନ୍ଦ୍ର ପାତ୍ର ଓ ଡି ଏସ ପି ଓନାମ ଲାକ୍ରା ପ୍ୟାରେଡର ବିଚାରକ ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଜାତୀୟ ହ୍ୟାଣ୍ଡବଲ୍ ଚମ୍ପିୟାନସିପ୍ ରେ ଭାଗ ନେଇଥିବା ସିନ୍ଧ୍ରିମାଲ୍ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ର ଛାତ୍ରୀ ବିଭୁତି ମୁଣ୍ଡାଗୁଡିଆ ଙ୍କୁ ସମ୍ୱର୍ଦ୍ଧନା କରାଯାଇଥିଲା । 
ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ, ଛାତ୍ର ତଥା ପ୍ୟାରେଡ୍ରେ କୃତିତ୍ବ ହାସଲ କରିଥିବା ଦଳ ଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲାର ବହୁ ବରିଷ୍ଠ ସରକାରୀ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି, ସାମାଜିକ କର୍ମୀ ଉପସ୍ଥିତ ରହି ପରେଡ୍‌ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ। ପ୍ୟାରେଡ୍ କାର୍ଯ୍ୟକ୍ରମ ପରେ ଜିଲ୍ଲାପାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ କରି ରୋଗୀଙ୍କୁ ଫଳ ବଣ୍ଟନ କରିଥିଲେ। ଅପରାହ୍ନରେ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ପୋଲିସ  ଏକାଦଶ ଓ ପ୍ରଶାସନ ଏକାଦଶ ମଧ୍ୟରେ ଏକ ବନ୍ଧତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ୍ ଆୟୋଜନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like