-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପ୍ରଥମ ଆଦିମ ଦିଦାୟୀ ଜନଜାତି ଯୁବତୀ ଚମ୍ପା ରାସପେଦା ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ

17-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଡାକ୍ତର ହେବେ ଖଇରପୁଟ ବ୍ଳକ୍ ନାକାମାମୁଡି ଗ୍ରାମ ପଞ୍ଚାୟତର ଆମ୍ଲିବେଡ଼ା ଗ୍ରାମର ଆଦିମ ଦିଦାୟୀ ଜନଜାତି ଯୁବତୀ ଚମ୍ପା ରାସପେଦା । ନିଟ ପରୀକ୍ଷାରେ କୃତକାର୍ଯ୍ୟ ପରେ ଚମ୍ପା ରାସପେଦାଙ୍କୁ ଶୁଭେଚ୍ଛା ଜଣାଇଲେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ।  ପ୍ରତିଭାଶାଳୀ ଯୁବତୀ ଚମ୍ପା ପ୍ରଥମ ପ୍ରୟାସରେ ସଫଳତାର ସହ ନିଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।
ଚମ୍ପା ନିଜ ଦୃଢ ଇଚ୍ଛା ଶକ୍ତି ଏବଂ କଠିନ ପରିଶ୍ରମ ଯୋଗୁଁ ଏହି ସଫଳତା ପାଇଛନ୍ତି । ବାଲେଶ୍ଵର ଫକୀର ମୋହନ ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପଢ଼ିବେ ଚମ୍ପା । ତାଙ୍କର ଏହି ସଫଳତା ନିଶ୍ଚୟ ଅନ୍ୟ ଯୁବକ ଯୁବତୀ ଓ ବିଶେଷ ଭାବେ ଝିଅ ମାନଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି ଜିଲ୍ଲାପାଳ  ।  ଆଦିମ   ଦିଦାୟୀ ଜନଜାତିର ପ୍ରଥମ ମହିଳା ଭାବେ ଚମ୍ପା ଏହି ସଫଳତା ହାସଲ କରି ଇତିହାସ ରଚିଛନ୍ତି। ବାପା  ଲାଛମୁ ରାସପେଦା ଜଣେ ଗରିବ ଚାଷୀ। ଚମ୍ପା ଚିତ୍ରକୋଣ୍ଡା ଏସଏସଡି ବାଳିକା ବିଦ୍ୟାଳୟରୁ ୨୦୧୯ ରେ ଦଶମ ଶ୍ରେଣୀ ପରୀକ୍ଷା ଉତ୍ତୀର୍ଣ୍ଣ ହୋଇଥିଲେ। ତାପରେ ଗୋବିନ୍ଦପାଲ୍ଲୀ ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଯୁକ୍ତ ଦୁଇ ବିଜ୍ଞାନରେ ଉତ୍ତୀର୍ଣ୍ଣ ହୋଇଥିଲେ।  ସେ ପ୍ରଥମରୁ ପଞ୍ଚମ ନନ୍ଦିନୀଗୁଡା ଏସଏସଡି ଇଜୁକେସନାଲ କମ୍ପ୍ଲେକ୍ସ ଠାରେ ଅଧ୍ୟୟନ କରିଥିଲେ। ନିଜର କଠିନ ଅଧ୍ୟବସାୟ, ଦୃଢ଼ ସଂକଳ୍ପ ଓ ଅନେକ ସଂଘର୍ଷ ପରେ ଏହି ଗୌରବ ହାସଲ କରିଛନ୍ତି ଚମ୍ପା। ଏହି ସଫଳତା ପାଇଁ  ବଡବେଲ ବାଳିକା ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ଉତ୍କଳ କେଶରୀ ଦାସଙ୍କୁ ସେ ଶ୍ରେୟ ଦେଇଛନ୍ତି । ଯୁକ୍ତ ୨ ପରେ ଶିକ୍ଷକ ତାଙ୍କ ଭଉଣୀଙ୍କ ପାଖରେ ରଖି ନିଜସ୍ଵ ଅର୍ଥରେ ବାଲେଶ୍ବରର ଏକ କୋଚିଂ ସେଣ୍ଟରରେ ତାଲିମ ନେବାରେ ସହଯୋଗ କରିଥିଲେ । ଏବେ ତାଙ୍କ ସଫଳତା ପାଇଁ ତାଙ୍କ ଗ୍ରାମ ସମେତ ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି  । ଜିଲ୍ଲା ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ହଳଧର ଶବର ଓ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ ମଧ୍ୟ ତାଙ୍କ ସଫଳତାରେ  ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like