-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ, ଗୃହ, ସେତୁ ଓ ରାସ୍ତା ନିର୍ମାଣର ସବିଶେଷ ସମୀକ୍ଷା କଲେ ମନ୍ତ୍ରୀ

17-Aug-2025



■ ପିଏମ୍ ଜିଏସୱାଇ-୪ରେ ଉନ୍ନତ ପ୍ରଦର୍ଶନ ପାଇଁ  ମନ୍ତ୍ରୀଙ୍କ ପ୍ରଶଂସା 

■ ନିର୍ମାଣ କାର୍ଯ୍ୟରେ ଉନ୍ନତ ମାନ ବଜାୟ ରଖିବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବାକୁ ତାଗିଦ୍, ବିଳମ୍ବ ହେଲେ ଦରମା ବନ୍ଦ  

■ ବିଳମ୍ବିତ ନିର୍ମାଣ କାର୍ଯ୍ୟର କ୍ଷେତ୍ର ସ୍ତରୀୟ ସମୀକ୍ଷା ପାଇଁ ହେବ ସ୍ବତନ୍ତ୍ର ଟିମ୍ 

ଭୁବନେଶ୍ବର(ପ୍ରେରଣା ଖବର): ଆଜି ମାନ୍ୟବର ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସ୍ଥିତ  ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି l  ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ ଟି ବିଭାଜନର କାର୍ଯ୍ୟକୁ ବିସ୍ତୃତ ସମୀକ୍ଷା କରି ମନ୍ତ୍ରୀ  ଶ୍ରୀ ନାଏକ ନିର୍ଦ୍ଧାରିତ ସମୟ ମଧ୍ୟରେ ଉନ୍ନତମାନକୁ ବଜାୟ ରଖି ସମସ୍ତ ନିର୍ମାଣ କାର୍ଯ୍ୟ ଶେଷକରିବାକୁ ନିର୍ଦ୍ଦେଶ ଦେବାସହ ବିଳମ୍ବ ହେଲେ ଅଧିକାରୀଙ୍କ  ଦରମା କାଟ ହେବ ବୋଲି ତାଗିଦ କରିଛନ୍ତି l  ଗ୍ରାମ୍ୟ ଉନ୍ନୟନ ବିଭାଗର ଏହି ରାଜ୍ୟସ୍ତରୀୟ ସମୀକ୍ଷା ବୈଠକରେ ବିଭାଗ ଦ୍ବାରା କାର୍ଯ୍ୟକାରୀ ସମସ୍ତ ଯୋଜନାର ସମୀକ୍ଷା ହୋଇଥିଲା l  ରାଜ୍ୟର ସମସ୍ତ ୬୦ ଟି ଗ୍ରାମ୍ୟ ନିର୍ମାଣ ବିଭାଜନର ସମସ୍ତ ନିର୍ମାଣ କାର୍ଯ୍ୟକୁ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ସମୀକ୍ଷା କରିଥିଲେ l  ପିଏମ୍ ଜିଏସୱାଇ-୪ରେ ରାଜ୍ୟ ଜାତୀୟସ୍ତରରେ ଉନ୍ନତ ପ୍ରଦର୍ଶନ କରିଥିବାରୁ ସେ ବିଭାଗର

ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ l ଏହି ଯୋଜନାରେ କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲାରେ ସାଚୁରେସନ୍ ମୋଡ୍ ରେ ନିର୍ମାଣ କାର୍ଯ୍ୟ ହୋଇଥିବାରୁ ସେ ପ୍ରସନ୍ନତା ବ୍ୟକ୍ତ କରିଥିଲେ l  ଏହା ସହ ଆର୍ଥିକ ବର୍ଷ ୨୦୨୫-୨୬ ରେ ଅନ୍ୟ ଯୋଜନା ଗୁଡ଼ିକର ନିର୍ମାଣ ଲକ୍ଷ୍ୟ ବିଷୟରେ ଆଲୋଚନା ହୋଇଥିଲା l  ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ୫୨୧ଟି ପ୍ରକଳ୍ପରେ   ନିର୍ମାଣ ହେବାକୁଥିବା ୫୦୦୦ କିମି ରାସ୍ତା, ସେତୁ ବନ୍ଧନ ଯୋଜନାରେ ୪୦୦ ସେତୁ ଓ ୨୫୩ଟି କୋଠାର ନିର୍ମାଣ ଅଗ୍ରଗତି ବିଷୟରେ ସବିଶେଷ ସମୀକ୍ଷା କରି ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ l କିଛି ବିଭାଜନ ଆଶାନୁରୂପ ପ୍ରଦର୍ଶନ କରିନଥିବାରୁ ସେଠାକାର ସ୍ଥିତି ଓ ଉନ୍ନତ ପ୍ରଦର୍ଶନର ମାର୍ଗ ବିଷୟରେ ଆଲୋଚନା ହୋଇଥିଲା l  ସେହି ବିଭାଜନର ଅଧିକାରୀ ଅଧିକ ଯତ୍ନଶୀଳ ହେବାପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ l  

ଏହି ଅବସରରେ ଦିଗଦର୍ଶନ ଦେଇ ମନ୍ତ୍ରୀ ଶ୍ରୀ ନାଏକ ପ୍ରକାଶ କରିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟସରକାର ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ବ ଦେଉଛନ୍ତି l ସେହି ଅନୁଯାୟୀ ବଜେଟର ବ୍ୟବସ୍ଥା ମଧ୍ୟ କରାଯାଇଛି l ଗ୍ରାମ୍ୟ ଉନ୍ନୟନ ବିଭାଗ ହେଉଛି ଗ୍ରାମାଞ୍ଚଳର ଜନସାଧlରଣଙ୍କ ଜନଜୀବନକୁ ପ୍ରଭାବିତ କରୁଥିବା ବିଭାଗ l  ୫ ବର୍ଷ ମଧ୍ୟରେ ୩୦,୦୦୦  କିମି ରାସ୍ତା, ୫୦୦ ସେତୁର ନିର୍ମାଣ ଲକ୍ଷ୍ୟକୁ ବିଭାଗ ଯେପରି ସଫଳତାର ସହ ହାସଲ କରିବ ତାହା ବିଭାଗର ସମସ୍ତଙ୍କ ଦାୟିତ୍ବ l  ଏହା ରାଜ୍ୟର ବିକାଶକୁ ବହୁଗୁଣିତ କରିବା ସହ ବିକଶିତ ଓଡ଼ିଶା ଗଠନରେ ପ୍ରଭାବୀ ସାବ୍ୟସ୍ତ ହେବ ବୋଲି ଶ୍ରୀ ନାଏକ ପ୍ରକାଶ କରିଥିଲେ l  

ପ୍ରତିଟି ପ୍ରକଳ୍ପ ନିର୍ମାଣରେ ଉତ୍ତରଦାୟିତ୍ବ ସ୍ଥିର କରିବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ l  ବିଭାଜନ ଗୁଡ଼ିକପାଇଁ ମାସିକ ନିର୍ମାଣ  ଲକ୍ଷ୍ୟ ସ୍ଥିରୀକୃତ କରାଯିବା ସହ ସେଗୁଡ଼ିକର ମନିଟରିଂ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ l  ରାଜ୍ୟରେ ଯେଉଁ ପ୍ରକଳ୍ପ ଗୁଡ଼ିକର ନିର୍ମାଣ ବିଳମ୍ବିତ ଅବସ୍ଥାରେ ରହିଛି ସେ ଗୁଡ଼ିକର ସ୍ଥିତି ସମୀକ୍ଷା କରିବାପାଇଁ ଏକ କ୍ଷେତ୍ରୀୟ ଟିମ ଗଠନ କରିବାକୁ ସେ ପରାମର୍ଶ  ଦେଇଥିଲେ l  ପ୍ରତିଟି ପ୍ରକଳ୍ପ ନିର୍ମାଣରେ ମାନ ବଜାୟ ରଖିବା ସହ ସ୍ଥିରୀକୃତ ସମୟରେ ନିର୍ମାଣ ସମ୍ପୂର୍ଣ୍ଣ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ l  ଏହାସହ ଦାୟିତ୍ବରେ ଅବହେଳା ଯୋଗୁଁ ନିର୍ମାଣରେ ବିଳମ୍ବ ଓ ନିର୍ମାଣ ମାନରେ ଅସଂଗତି ରହିଲେ ଉତ୍ତରଦାୟିତ୍ବ ସ୍ଥିର କରି ଦରମାବନ୍ଦ ଓ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ l 

ଏହି ବୈଠକରେ ପ୍ରାରମ୍ଭିକ ବକ୍ତବ୍ୟ ରଖି ବିଭାଗୀୟ ଆୟୁକ୍ତ ତଥା ଶାସନ ସଚିବ ଶ୍ରୀମତୀ ୟାମିନୀ ଷଡଙ୍ଗୀ ୬୦ ଟି ବିଭାଜନର ନିର୍ମାଣ କାର୍ଯ୍ୟ ଓ ଅନ୍ୟlନ୍ୟ ଆନୁଷଙ୍ଗିକ ଦିଗ ବିଷୟରେ ମାନ୍ୟବର ମନ୍ତ୍ରୀଙ୍କୁ ସୂଚିତ କରିଥିଲେ l  ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଜେନା ସମୀକ୍ଷା ବୈଠକକୁ ସମସ୍ତଙ୍କୁ  ସ୍ବାଗତ ଜଣାଇବା ସହ ବିଭିନ୍ନ ନିର୍ମାଣ କାର୍ଯ୍ୟ   ବିଷୟରେ ତଥ୍ୟ ରଖିଥିଲେ l ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ପ୍ରସନ୍ନ କୁମାର ସାହୁ, ସର୍ବୋଚ୍ଚ ଯନ୍ତ୍ରୀ ଦେବେନ୍ଦ୍ର ସେଠ ବିଭିନ୍ନ ପ୍ରକଳ୍ପ ନିର୍ମାଣ ବିଷୟରେ ମାନ୍ୟବର ମନ୍ତ୍ରୀଙ୍କୁ ସୂଚିତ କରିଥିଲେ l  ବୈଠକରେ ବରିଷ୍ଠ ଅଧିକାରୀଗଣ ଶ୍ରୀ ସର୍ବେଶ୍ଵର ସିଂ, ଶ୍ରୀମତୀ ଗୀତାରାଣୀ ପଟ୍ଟନାୟକ, ଶ୍ରୀମତୀ ସଂଘମିତ୍ରା ଶତପଥୀ, ସମସ୍ତ ବରିଷ୍ଠ ଯନ୍ତ୍ରୀ, ୬୦ ଟି ବିଭାଜନର କ୍ଷେତ୍ରୀୟ ଅଧିକାରୀ ତଥା ଯନ୍ତ୍ରୀ ଯୋଗଦେଇ ମନ୍ତ୍ରୀଙ୍କଠାରୁ ଦିଗଦର୍ଶନ ପ୍ରାପ୍ତ ହୋଇଥିଲେ l  


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like