-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ୧୪୭ ଚିକିତ୍ସିତ

18-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି  ଜିଲ୍ଲାରେ  ପହଞ୍ଚିଛନ୍ତି ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ ଟିମ୍ । ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ  ଜିଲ୍ଲାର ୧୪୭ଜଣ ରୋଗୀ ଚିକିତ୍ସିତ ହୋଇଛନ୍ତି। ୧୮ ରୁ ୨୧ ଅଗଷ୍ଟ ପର୍ଯ୍ୟନ୍ତ ସୁପର ବିଶେଷଜ୍ଞ ଡାକ୍ତର ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ରେ ଜିଲ୍ଲାର ରୋଗୀଙ୍କ ଚିକିତ୍ସା କରିବେ।  ଆଜି ପୂର୍ବାହ୍ନରେ ଏହି ୭ ଜଣିଆ ବିଶେଷଜ୍ଞ ଟିମ୍ ସ୍ଵତନ୍ତ୍ର ବିମାନ ଯୋଗେ ପହଞ୍ଚିଥିଲେ । ସେଠାରୁ  ମାଲକାନଗିରି ସଦର ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ୧୪୭ ରୋଗୀଙ୍କ ଚିକିତ୍ସା କରାଯାଇଥିଲା। ସେଥିମଧ୍ୟରୁ କାର୍ଡିଓଲୋଜିରେ ୩୫, ନ୍ୟୁରୋଲୋଜୀରେ ୩୮, ଗାଷ୍ଟ୍ରୋଏଣ୍ଟେରୋଲୋଜିରେ ୧୯, ଏଣ୍ଡୋକ୍ରିନୋଲୋଜୀରେ ୧୯ ଓ ନେଫ୍ରୋଲୋଜିରେ ୩୬ ଓ ୮ ଜଣ ଙ୍କର ଇସିଜି କରାଯାଇଛି ।  ଏହି ଡାକ୍ତରୀ ଦଳରେ ସର୍ଜରୀ ସ୍ପେଶାଲିଷ୍ଟ  ଏସସିବି ଆସିଷ୍ଟାଣ୍ଟ ପ୍ରଫେସର ଡାକ୍ତର ଜ୍ୟୋତିର୍ମୟ ନାୟକ, ବରିଷ୍ଠ କାର୍ଡିଓଲୋଜି  ଆଭାଂଶ ଟଙ୍କ, ସିନିୟର୍ ନେଫ୍ରୋଲୋଜି ଡାକ୍ତର ଧିରଜ କୁମାର ଲେଙ୍କା, ସିନିୟର ନ୍ୟୁରୋଲୋଜି ଡାକ୍ତର ସଂଘମିତ୍ରା ସାହୁ,  ସିନିୟର ଏଣ୍ଡୋକ୍ରିନୋଲୋଜୀ ଡାକ୍ତର ସୀତାକାନ୍ତ ପଣ୍ଡା, ସିନିୟର ଗାଷ୍ଟ୍ରୋଏଣ୍ଟେରୋଲୋଜି ଡାକ୍ତର ରାକେଶ ମହାନ୍ତି, ଆସିଷ୍ଟାଣ୍ଟ ପ୍ରଫେସର  ଆନାସ୍ଥେସିଓଲୋଜି  ଡାକ୍ତର ରାଜ କୁମାର ମହାପାତ୍ର  ପ୍ରମୁଖ ରହିଥିଲେ। ଉପାନ୍ତ ଅଞ୍ଚଳର ଲୋକଙ୍କ ପାଇଁ ସଞ୍ଜିବନୀ ପାଲଟିଛି ମୁଖ୍ଯମନ୍ତ୍ରୀ ବାୟୁ ସ୍ଵାସ୍ଥ୍ଯ ସେବା ବୋଲି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ କହିଛନ୍ତି। ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା କାର୍ଯ୍ୟକ୍ରମ ଯୋଗୁ ରୋଗୀମାନେ ଉପକୃତ ହେଉଛନ୍ତି। ଏହି କାର୍ଯ୍ୟକ୍ରମ ଗୁରୁବାର  ପର୍ଯ୍ୟନ୍ତ ଜାରି ରହିବ ବୋଲି ମଧ୍ଯ ଜିଲ୍ଲାପାଳ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ସେବା ଯୋଗୁଁ ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର, କଟକର ବଡ଼ ହସ୍ପିଟାଲକୁ ଯିବାକୁ ପଡ଼ିବନାହିଁ । ରୋଗୀଙ୍କୁ  ଜିଲ୍ଲା ଚିକିତ୍ସାଳୟରେ ହିଁ ବିଶେଷଜ୍ଞ ଡାକ୍ତରଙ୍କ ଦ୍ବାରା ଚିକିତ୍ସା ସେବା ମିଳି ପାରିବ  । ଜିଲ୍ଲାର ରୋଗୀ ସୁପର ସ୍ପେସିଆଲିଷ୍ଟ ଡ଼ାକ୍ତରଙ୍କ ନିକଟରୁ ଚିକିତ୍ସା ସୁବିଧା ପାଇପାରୁଥିବାରୁ ଖୁସି ବ୍ୟକ୍ତ କରିଛନ୍ତି । ଏହି ଅବସରରେ ସିଡିଏମଓ ଡାକ୍ତର ଡୋଳାମଣି ପ୍ରଧାନ, ଡାକ୍ତର ବ୍ରଜବନ୍ଧୁ ଦାସ, ଡାକ୍ତର ନିହାର ରଞ୍ଜନ ପ୍ରହରାଜ, ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଡାକ୍ତର କବିତା ସ୍ବାଇଁ,  ଡାକ୍ତର ସପନ କୁମାର ଡିଣ୍ଡା, ଡାକ୍ତର ପ୍ରଫୁଲ୍ଲ କୁମାର ବେହେରା, ଡାକ୍ତର ସୁବ୍ରତ କୁମାର ଜେନାଙ୍କ ସମେତ ଡିପିଏମ୍ ଡ଼ଃ ମୌସୁମୀ ମିଶ୍ର, ମେଡିକାଲ ମ୍ୟାନେଜର ସୁଶାନ୍ତ କୁମାର ବିଶ୍ବାଳ ଓ ବିଶ୍ୱଜିତ ଉପସ୍ଥିତ ଥିଲେ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like