-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ରାଜ୍ୟ

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ସମୀକ୍ଷା ବୈଠକ

22-Aug-2025



ଭୁବନେଶ୍ବର (ପ୍ରେରଣା ଖବର): ଆଗକୁ ଆସୁଛି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ  ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ  ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ  ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ଏହ ସହ  ତୃଣମୂଳ ସ୍ତରରେ ଏହାକୁ କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ  ପାର୍ବଣ ଋତୁ ସମୟରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଅଗ୍ରାଧିକାର ଦେଇ ସେ ଦିଗରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ପାର୍ବଣ ଋତୁ ସମୟରେ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯିବା ଉପରେ ଡିଜିପି ବୈଠକରେ ଗୁରୁତ୍ଵାରୋପ କରିଥିଲେ। ସଦାସର୍ବଦା ସତର୍କତା ଏବଂ ଯେକୌଣସି ପ୍ରକାର ଅଘଟଣ ସମ୍ପର୍କରେ ଆଗୁଆ ସୂଚନା ପାଇବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାସହ ଏଥିନିମନ୍ତେ ତୁରନ୍ତ ଯୋଜନାବଦ୍ଧ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ପରାମର୍ଶ ଦେଇଥିଲେ। ବିଶେଷକରି ବିଭିନ୍ନ ସମୟରେ ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ସେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲ୍ଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ପାଟ୍ରୋଲିଂ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି ।

 

  ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୋଲିସ ପାଟ୍ରୋଲିଂ, କଡାକଡି ଚେକିଂ,  ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ଲଗାଇବା,  ଗୁଇନ୍ଦା ସୂଚନା ସଂଗ୍ରହ, ପୂଜା କମିଟି ସହ ଆଲୋଚନା, ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ,  ଗୁଜବକାରୀଙ୍କୁ ଚିହ୍ନଟ,  ପୂଜା ହେଉଥିବା ସ୍ଥାନରେ ବ୍ୟାପକ ପୋଲିସ ମୁତୟନ, ଭସାଣି ସମୟରେ ସତର୍କତା ପଦକ୍ଷେପ ଆଦି ପ୍ରସଙ୍ଗରେ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ଏହାସହ ଯେକୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିର  ସମ୍ମୁଖୀନ ହେବାକୁ ସଦାସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ପାର୍ବଣ ଋତୁ ସମୟରେ ବେଆଇନ ଗୋ ଚାଲାଣ ଏବଂ ବେଆଇନ ବାଣ ବିକ୍ରି ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ

ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏତଦବ୍ୟତୀତ ପୂଜା ସମୟରେ ବିଭିନ୍ନ ସ୍ଥାନରେ  କମିଟି ପକ୍ଷରୁ ମେଳାର ଆୟୋଜନ କରାଯାଇଥାଏ।  ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସ୍ଥାନଗୁଡିକୁ ପରିଦର୍ଶନରେ ଯାଇ ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅନୁଧ୍ୟାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଉକ୍ତ ବୈଠକରେ  ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୂନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚଆରପିସି) ଶ୍ରୀ ୟତିନ୍ଦ୍ର କୋୟଲ, ଆଇଜିପି ଶ୍ରୀ ସତୀଶ ଗଜଭିୟେ, ଆଇଜିପି (କ୍ରାଇମବ୍ରାଞ୍ଚ) ସଫିନ ଅହମ୍ମଦ, ଆଇଜିପି (କ୍ରାଇମବ୍ରାଞ୍ଚ) ଡଃ ସାର୍ଥକ ଷଡ଼ଙ୍ଗୀ, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥ,  ଏସପି ଶ୍ରୀ ଭିନୀତ ଅଗ୍ରୱାଲଙ୍କ ସମେତ   ଆଭାସୀ ମାଧ୍ୟମରେ ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ଆର. ପି. କୋଚେଙ୍କ ସମେତ ସମସ୍ତ ଜିଲ୍ଲା ଏସପି, ରେଞ୍ଜ ଆଇଜି, ଡିଆଇଜି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like