-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ; ୧୭ ବର୍ଷ ପରେ ମଧ୍ୟ ସାର୍ବଜନୀନ ହେଉନି ତଦନ୍ତ ରିପୋର୍ଟ

23-Aug-2025



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକାଣ୍ଡକୁ ୧୭ବର୍ଷ ପୂରଣ ହୋଇଛି। ୨୦୦୮, ଅଗଷ୍ଟ ୨୩ରେ ଜନ୍ମାଷ୍ଟମୀ ଉତ୍ସବ ପାଳନ ପାଇଁ ସ୍ୱାମୀଜୀ କନ୍ଧମାଳର ଜଳେଶପଟା ଆଶ୍ରମକୁ ଯାଇଥିବା ସମୟରେ ପ୍ରାୟ ୪୦ରୁ ଅଧିକ ଆତତାୟୀ ଗୁଳି ବର୍ଷଣ କରିବା ଫଳରେ ସ୍ବାମୀଜୀଙ୍କ ସମେତ ତାଙ୍କର ଚାରିଜଣ ଅନୁଗାମୀଙ୍କ ମୃତ୍ୟୁ ଘଟିଥିଲା। ପରବର୍ତ୍ତୀ ସାମ୍ପ୍ରଦୟିକ ହିଂସାରେ ୩୫ ରୁ ଅଧିକ ଲୋକଙ୍କ ଜୀବନ ଯାଇଥିଲା ଓ ଶତାଧିକ ବାସଗୃହ ନିଆଁରେ

ପାଉଁଶ ହୋଇଯାଇଥିଲା। କିନ୍ତୁ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଥିବା ଏହି ଲୋମହର୍ଷଣକାରୀ ଘଟଣାରେ ଏ ପର୍ଯ୍ୟନ୍ତ ସ୍ୱାମୀଜୀଙ୍କୁ ନ୍ୟାୟ ମିଳିପାରି ନାହିଁ। ଜଘନ୍ୟ ହତ୍ୟାକାଣ୍ଡର ତଦନ୍ତ ରିପୋର୍ଟ ସାର୍ବଜନୀନ ହୋଇପାରି ନାହିଁ। ଆସନ୍ତା ୧୮ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାବେଳେ ୨୦୧୫ ମସିହାରୁ ରାଜ୍ୟ ଆଇନ ବିଭାଗରେ ପଡ଼ି ରହିଥିବା ତଦନ୍ତ ରିପୋର୍ଟ ଗୃହରେ ଉପସ୍ଥାପନ ହେବ କି ନାହିଁ, ତାହା ଉପରେ ସାରା ରାଜ୍ୟର ନଜର ରହିଛି। ବିରୋଧୀ ଆସନରେ ବସିଥିବା ବେଳେ ଏହି ରିପୋର୍ଟ ବିଧାନସଭାରେ ଉପସ୍ଥାପନ ପାଇଁ ବିଜେପି କ୍ରମାଗତ ଭାବେ ଦାବି କରି ଆସୁଥିଲା। କିନ୍ତୁ କ୍ଷମତାକୁ ଆସିବାର ଇତିମଧ୍ୟରେ ବର୍ଷେରୁ ଅଧିକ ସମୟ ବିତିଯାଇ ଥିବା ବେଳେ ସ୍ବାମୀଜୀଙ୍କ ହତ୍ୟାକାଣ୍ଡ ରିପୋର୍ଟ ସାର୍ବଜନୀନ ହୋଇପାରି ନାହିଁ। କମିସନଙ୍କ ତଦନ୍ତ ରିପୋର୍ଟର ତର୍ଜମା ଚାଲିଛି ବୋଲି କହି ସରକାର ସମୟ ଗଡ଼ାଇ ଚାଲିଥିବା ଆଲୋଚନା ହେଉଛି। ଏହି ରିପୋର୍ଟ ବିଧାନସଭାକୁ କେବେ ଆସିବ ଆଉ ଘଟଣାର ସତ୍ୟତା ଓଡ଼ିଶାବାସୀ ଜାଣିବେ, ତାହା ଏବେ ସବୁଠାରୁ ବଡ଼ ପ୍ରଶ୍ନ। ଅଗଷ୍ଟ ୧୬ ରେ ସ୍ବାମୀଜୀଙ୍କ ସ୍ମରଣରେ ଭୁବନେଶ୍ବରରେ ଆୟୋଜିତ ଗଣଦୌଡ଼ରେ ଅଂଶଗ୍ରହଣ କରି ରାଜ୍ୟ ବିଜେପି

ସଭାପତି ମନମୋହନ ସାମଲ କହିଥିଲେ ଯେ, ଆଇନ ବିଭାଗ ପକ୍ଷରୁ ତଦନ୍ତ ରିପୋର୍ଟର ତର୍ଜମା କରାଯାଉଛି। ଉପଯୁକ୍ତ ସମୟରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଏପରିକି ସେହି ଦିନ ଗଣଦୌଡ଼ ଆୟୋଜନ କରିଥିବା ସାଧୁସନ୍ଥ ସମାଜ ପକ୍ଷରୁ ସ୍ବାମୀଜୀଙ୍କ ହତ୍ୟାକାରୀଙ୍କୁ ଖୋଜି ବାହାର କରିବା ଲାଗି ସରକାରଙ୍କୁ ଆହ୍ବାନ କରିଥିଲେ। ଜନ୍ମାଷ୍ଟମୀ ଦିନ କନ୍ଧମାଳ ଜଳେଶପଟା ଓ ଚକାପାଦ ଆଶ୍ରମରେ ଆୟୋଜିତ ତିରୋଧାନ ଦିବସ କାର୍ଯ୍ୟକ୍ରମରେ ଅନ୍ତେବାସୀ ଏବଂ ଶ୍ରଦ୍ଧାଳୁ ମାନେ ତଦନ୍ତ ରିପୋର୍ଟ ଅଦ୍ୟାବଧି ସାର୍ବଜନୀନ ହୋଇପାରି ନଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତେଣୁ ତର୍ଜମା ନାମରେ ରିପୋର୍ଟ ସାର୍ବଜନୀନ ନ ହେବାକୁ ଅନେକେ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବିଶେଷକରି ସେ ସମୟରେ ସ୍ବାମୀଜୀଙ୍କୁ ନ୍ୟାୟ ଦେବା ନିମନ୍ତେ ଆନ୍ଦୋଳନ କରି ବିଜେଡି ସରକାରଙ୍କ ଦ୍ବାରା ଗିରଫ ହୋଇ ଜେଲ୍‌ ଯାଇଥିବା ସମର୍ଥକମାନେ ବିଜେପିର ଡବଲ ଇଞ୍ଜିନ ସରକାର କେବେ ନ୍ୟାୟ ଦେବ ବୋଲି ପ୍ରଶ୍ନ ଉଠାଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like