-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ସମାରୋହ ପାଳିତ

23-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ମହାସମାରୋହରେ ପାଳିତ ହୋଇଛି । ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର (ଓରସାକ) ବିଭିନ୍ନ ଭୂମିକା ଉପରେ ଆଲୋକପାତ କରିଥିଲେ । ଆଜିର ଦିବସ ପ୍ରତ୍ୟେକ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ପ୍ରେରଣାଦାୟୀ ହେବାନେଇ ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ରହିଲେ ଦେଶରେ ପ୍ରଗତିର ନୂତନ ସମ୍ଭାବନା ସୃଷ୍ଟି ହୋଇପାରିବ । ଏଥିପ୍ରତି ସରକାର ପ୍ରତି କ୍ଷେତ୍ରରେ ପ୍ରୋତ୍ସାହନ ଦେଉଥିବା ସେ ଉଲ୍ଲେଖ କରିଥିଲେ । ମହାକାଶ ଗବେଷଣା ଏକ ସ୍ୱତନ୍ତ୍ର ଅଧ୍ୟୟନ ହୋଇଥିବାରୁ ଏଥିପ୍ରତି ଛାତ୍ରଛାତ୍ରୀ ମାନେ ନୀତିନିଷ୍ଠ ଧ୍ୟାନ ଦେଲେ ଜଣେ

ମହାକାଶ ବିଜ୍ଞାନୀ ହୋଇପାରିବ। ରାଜ୍ୟରେ ବିଜ୍ଞାନ ଗବେଷଣା ଓ ବୈଷୟିକ ବିକାଶର ସୁଯୋଗ ରହିଛି ଏବଂ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର ସହଯୋଗ ରହିଥବା ନେଇ ସେ ସୂଚନା ଦେଇଥିଲେ । 

  ମୁଖ୍ୟ ବକ୍ତା ଭାବେ ଆଇଆଇଟି, ଭୁବନେଶ୍ୱରର ସହକାରୀ ପ୍ରଫେସର ଡଃ ଦେବଦତ୍ତ ସ୍ୱାଇଁ ଯୋଗଦେଇ ଚଳିତ ବର୍ଷର ଶୀର୍ଷକ "ଆର୍ଯ୍ୟଭଟ୍ଟ ଠାରୁ ଗଗନାୟନ- ପ୍ରାଚୀନ ପ୍ରଜ୍ଞା ଠାରୁ ଅସୀମ ସମ୍ଭାବନା" ଉପରେ ଆଲୋକପାତ କରିଥିଲେ। 
ଆଜିର ଦିବସ ଭାରତର ମହାକାଶ ଅଭିଯାନର ବିଜୟ ଗାଥାକୁ ମନେପକାଇବା ସହ ମହାକାଶ ଗବେଷଣା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ଉଦ୍ରେକ କରିବ ବୋଲି ସେ ଉଲ୍ଲେଖ କରିଥିଲେ ।

ସୂଚନାଯୋଗ୍ୟ ଚନ୍ଦ୍ରଯାନ-୩ ମିଶନର ଉଲ୍ଲେଖନୀୟ ସଫଳତାକୁ ପାଳନ କରିବା ପାଇଁ ଭାରତ ସରକାର ଅଗଷ୍ଟ ୨୩ ତାରିଖକୁ “ଜାତୀୟ ମହାକାଶ ଦିବସ” ରୁପେ ଘୋଷଣା କରିଛନ୍ତି । ଏହି ମିଶନରେ ବିକ୍ରମ ଲ୍ୟାଣ୍ଡରର  ନିରାପଦ ଏବଂ ସୂକ୍ଷ୍ମ ଅବତରଣ କରିବା ସହ ଦକ୍ଷିଣ ମେରୁ ନିକଟରେ ଚନ୍ଦ୍ର ପୃଷ୍ଠରେ ପ୍ରଜ୍ଞାନ ରୋଭରକୁ ନିୟୋଜିତ କରିବାରେ ସଫଳ ହୋଇପାରିଥିଲା  । ଏହି ଐତିହାସିକ ସଫଳତା ଭାରତକୁ ମହାକାଶ ଯାତ୍ରା କରୁଥିବା ରାଷ୍ଟ୍ରଗୁଡିକ ମଧ୍ୟରେ ଏକ ଗୁରୁତ୍ବପୂର୍ଣ ସ୍ଥାନ ପ୍ରଦାନ କରିଛି । ଏହା ଭାରତକୁ ଚନ୍ଦ୍ରରେ ଅବତରଣ କରିବାରେ ଚତୁର୍ଥ ଦେଶ ଏବଂ ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ପହଂଚିବାରେ ପ୍ରଥମ ଦେଶ ହେବାର ଗୌରବ ହାସଲ କରିଛି । 

ଏହି ଦିବସକୁ ପାଳନ କରିବା ପାଇଁ ଆଜି ଓଡିଶା ମହାକାଶ ଉପଯୋଗ କେନ୍ଦ୍ର ପରିସରରେ ପୂର୍ବାହ୍ନରେ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ କରଯାଇଥିଲା। ମହାକାଶ ବିଜ୍ଞାନ କ୍ଷେତ୍ରରେ ବିଶିଷ୍ଟ  ବ୍ୟକ୍ତିବିଶେଷ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିମନ୍ତ୍ରଣ କରଯାଇଥିଲା । ବିଶେଷ କରି ଭୁବନେଶ୍ଵରର କେତେକ ସରକାରୀ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରଛାତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ସମ୍ବନ୍ଧୀୟ କୁଇଜ ପ୍ରତିଯୋଗୀତା କରାଯାଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରଯାଇଥିଲା ।

 ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ପାତ୍ର ଓରସାକ ପରିସରରେ ବୃକ୍ଷ ରୋପଣ କରିବା ସହ ରକେଟ ଉତକ୍ଷେପଣ ସଂକ୍ରାନ୍ତୀୟ ଏକ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ । ଏଥିସହ ଏହି ଅବସରରେ ଆଇଆଇଟି, ଭୁବନେଶ୍ୱରର ଛାତ୍ରଛାତ୍ରୀ ସମେତ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ ।

ଏହି ଅବସରରେ ଓଡିଶା ମହାକାଶ ଉପଯୋଗ କେନ୍ଦ୍ର (ଓରସାକ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀମତୀ ରଶ୍ମିତା ପଣ୍ଡା ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ  ନିଜର ଅଭିବ୍ୟକ୍ତି ପ୍ରଦାନ କରିଥିଲେ । ପରିଶେଷରେ ଓଡିଶା ମହାକାଶ ଉପଯୋଗ କେନ୍ଦ୍ର (ଓରସାକ)ର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ସୋଫି ସାଇନିକା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like