-+91-9937148622 |
prerana_bgr@rediffmail.com |
Monday 27th April 2026 |
R.N.I. Regd No. ODIODI/2010/46693
Breaking News
24-Aug-2025
ବଲାଙ୍ଗିର(ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ହାତିଶାଲପଡ଼ା(ଜୟ ମାଧବ କ୍ଲବ) ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା
ଯୋଗାଇ ଦିଆଯାଇଥିଲା। ଏହି ସ୍ୱାସ୍ଥ୍ୟ ଶିବିରରେ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ । ଡାକ୍ତର ନନ୍ଦ କିଶୋର ପାଢ଼ୀ , ଭୀମଭୋଇ ମେଡିକାଲ କଲେଜର ଡାକ୍ତର ମହେଶ, ଡାକ୍ତର ନିହାର ରଂଜନ ଗିରି ଓ ଡାକ୍ତର ନିହାର ରଂଜନ ମାଝୀ ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ଶିବିରରେ
ସ୍ଥାନୀୟ ଆଶା, ମହିଳା ସ୍ବାସ୍ଥ୍ୟକର୍ମୀ ଏବଂ ମହିଳା ଆରୋଗ୍ୟ ସମିତିର ସମସ୍ତ ସଦସ୍ୟଙ୍କ ସମେତ କର୍ମଚାରୀ ମାନେ ସହଯୋଗ କରିଥିଲେ। ଏହି ସ୍ବାସ୍ଥ୍ୟ ଶିବିରକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଡି ପି ଏଚ୍ ଓ ଦିବ୍ୟ କିଶୋର ପତି ଓ ଏ. ପି. ଏମ୍ ରାମାନୁଜ ପଣ୍ଡା ତଦାରଖ କରିଥିଲେ। ଏହି ସ୍ବାସ୍ଥ୍ୟ ଶିବିରରେ ୧୧୨ ରୁ ଉର୍ଦ୍ଧ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ l