-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀମାନଙ୍କୁ ବଦଳି କେବେ?

25-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ)
ମାଲକାନଗିରି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘ ୧୦ ରୁ ୧୨ ବର୍ଷ ହେଲା ଗୋଟିଏ ସ୍ଥାନରେ ବରିଷ୍ଠ ଓ କନିଷ୍ଠ କିରାଣୀମାନେ କାର୍ଯ୍ୟ କରି ଆସୁଥିଲା ବେଳେ ସେମାନଙ୍କ ବଦଳି କେବେ ହେବ ବୋଲି ଶିକ୍ଷକ ମହଲରେ ଆଲୋଚନା ହେଉଛି ? ଗୋଟିଏ କାର୍ଯ୍ୟାଳୟରେ ଦୀର୍ଘ ୧୨ ବର୍ଷ ହେଲା ରହି ବା ଫଳରେ ଦୁର୍ନୀତି ଓ ମନମୁଖୀ କାର୍ଯ୍ୟକଳାପ ବୃଦ୍ଧି ପାଇଛି ବୋଲି ଅଭିଯୋଗ ହୋଇଛି। ଘଟଣାରୁ ପ୍ରକାଶ ଯେ ମାଲକାନଗିରି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଟି ୨୦୧୨ ମସିହାରୁ ଆରମ୍ଭ ହୋଇଥିଲା। ନୂତନ କାର୍ଯ୍ୟାଳୟ ହେତୁ ବିଭିନ୍ନ ସ୍ଥାନରୁ କିଛି କିରାଣୀ ମାନଙ୍କୁ ଡେପୁଟିସନରେ ଅଣା ଯାଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ 
କାର୍ଯ୍ୟାଳୟରେ ଦାୟିତ୍ବ ନ୍ୟସ୍ତ କରାଯାଇଥିଲା। ପରେ ସଂପୃକ୍ତ କର୍ମଚାରୀମାନେ ସ୍ଥାୟୀ ଭାବେରେ ରହି କାର୍ଯ୍ୟାଳୟରେ କାମ କରି ଆସୁଥିବା ବେଳେ ସେମାନଙ୍କର ଅଦ୍ୟାବଧି ବଦଳ ହେଉ ନାହିଁ। ଫଳରେ ଶିକ୍ଷକ ଶିକ୍ଷୟିତ୍ରୀମାନ ବଦଳି, ଉପଯୁକ୍ତ ସ୍ଥାନ ରେଥଇଥାନ,ଶିକ୍ଷକମାନଙ୍କ ପଦୋନ୍ନତି,ବାର୍ଷିକ ଇନକ୍ରିମେଣ୍ଟ ଆଦି ବିଭିନ୍ନ କାର୍ଯ୍ୟ ପାଇଁ ଭିତିରିଆ ଅର୍ଥ କାରବାର ହୋଇଥାଏ। ବିନା ଲାଞ୍ଚ ରେ କୌଣସି କାମ ହେଉ ନଥିବାରୁ ଶିକ୍ଷକ ମହଲରେ ଦିନକୁ ଦିନ ଅଶାନ୍ତି ବୃଦ୍ଧି ପାଉଛି। ବର୍ତ୍ତମାନ ମାଲକାନଗିରି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପ୍ରତିଷ୍ଠା ହେବା ଠାରୁ ଅଦ୍ୟାବଧି ୬ ଜଣ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିଯୁକ୍ତି ଓ ବଦଳି ହୋଇଥିଲା ବେଳେ କିରାଣୀମାନେ ୧୦ ରୁ ୧୨ ବର୍ଷ ହେଲା ଆସ୍ଥାନ ମାଡି ବସି ରହିଛନ୍ତି। ଜିଲ୍ଲାରେ ସମସ୍ତ ବିଭାଗର କର୍ମଚାରୀମାନଙ୍କୁ ବଦଳି ହେଉଥିଲା ବେଳେ ସେମାନଙ୍କ ବଦଳି ପ୍ରତି କୌଣସି ଜିଲ୍ଲାପାଳ ମଧ୍ୟ ଦୃଷ୍ଟି ଦେଇ ନଥିବା ଜଣା ପଡ଼ିଛି। ତେଣୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରେ ଦୁର୍ନୀତି ର ଚେର ବଢି ବଢି ଚାଲିଛି।ଅନ୍ଯ ପକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଦୁର୍ନୀତି କରିବା ପାଇଁ ଏହି କର୍ମଚାରୀମାନେ ପ୍ରବର୍ତ୍ତାଇ ଫାଇଦା ଉଠାଇଥାନ୍ତି। ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ବନାଥ ସାହୁଙ୍କୁ ଛାଡି ଦେଲେ ଅନ୍ୟାନ୍ୟ ଡିଇଓମାନେ ଉତ୍କୋଚ ନେବାରେ ସଂକୋଚ କରୁ ନଥିଲେ, ଯାହାକି ବାଟ ଘାଟର ଚର୍ଚ୍ଚା ହେଉଥିଲା।
। ବର୍ତ୍ତମାନ ଗଣ ଶିକ୍ଷା ବିଭାଗ ନିର୍ଦ୍ଦେଶକଭୁବନେଶ୍ୱରଙ୍କ ପତ୍ର ସଂଖ୍ୟା ୨୨୦୬୯ ତାରିଖ:୨୦.୮.୨୦୨୫
ଅନୁସାରେ ୩ ବର୍ଷରୁ ଉର୍ଦ୍ଧ୍ବ ଥିବା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଗୁଡିକର କର୍ମଚାରୀମାନଙ୍କୁ ବଦଳି ଲାଗି ନିର୍ଦ୍ଦେଶ ଦିଆ ଯାଇଛି। ତେବେ ଏହି ଆଦେଶ ମାଲକାନଗିରି ଜିଲ୍ଲା ଶିକ୍ଷା ବିଭାଗରେ କେବେ କାର୍ଯ୍ୟକାରୀ ହେବ ଦେଖିବାକୁ ବାକି ରହିଲା।ବର୍ତ୍ତମାନ ନୂତନ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ଚିତ୍ତ ରଂଜନ ପାଣିଗ୍ରାହୀ ନିଯୁକ୍ତି ହୋଇଥିଲା ବେଳେ ନୂତନ ଭାବରେ ମାଲକାନଗିରି ଜିଲ୍ଲାର ଜିଲ୍ଲାପାଳ ଭାବେ ସୋମେଶ ଉପାଧ୍ୟାୟଦାୟିତ୍ବ ନିର୍ବାହ କରୁଛନ୍ତି। ଏଣୁ ଗଣ ଶିକ୍ଷା ବିଭାଗ ନିର୍ଦ୍ଦେଶକ ଙ୍କ ଆଦେଶକୁ କଡାକଡି ପାଳନ କରି ଦୀର୍ଘ ବର୍ଷ ବର୍ଷ ଧରି ବିଭିନ୍ନ ଦୁର୍ନୀତିରେ ସଂପୃକ୍ତ କିରାଣୀ ମାନଙ୍କୁ ଅନ୍ୟତ୍ର ବଦଳି କରା ଗଲେ ସ୍ବଛତା ବଜାୟ ରହିବ ବୋଲି କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like